Posted inରାଜ୍ୟ

ମିଶନ ଶକ୍ତି କମ୍ୟୁନିଟି ସପୋର୍ଟ ଷ୍ଟାଫଙ୍କ ପ୍ରୋତ୍ସାହନ ରାଶି ବଢ଼ାଇଲେ ସରକାର, ଉପକୃତ ହେବେ ୫୯,୫୦୯ କର୍ମଚାରୀ 

ଭୁବନେଶ୍ୱର,୯ା୩: ଶନିବାର ମିଶନ ଶକ୍ତିର କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ମାନଙ୍କର ପ୍ରୋତ୍ସାହନ ରାଶି ବୃଦ୍ଧି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସରକାରଙ୍କ ଏହି ପ୍ରୋତ୍ସାହନ ଅର୍ଥରାଶି ବୃଦ୍ଧି ଯୋଗୁଁ ମିଶନ ଶକ୍ତିର ୫୯,୫୦୯ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ଉପକୃତ ହେବେ । ରାଜ୍ୟରେ ମହିଳା ସଶକ୍ତିକରଣରେ ମିଶନ ଶକ୍ତିର କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ମାନଙ୍କର ଅତୁଳନୀୟ ଅବଦାନକୁ  ସମ୍ମାନ ଜଣାଇବା  ସହ  ସେମାନଙ୍କୁ ଉତ୍ସାହିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରୋତ୍ସାହନ ରାଶି ରେ ବୃଦ୍ଧି ଘୋଷଣା କରିଛନ୍ତି।
ମିଶନ ଶକ୍ତି ଅଧୀନରେ ୫୯,୫୦୯ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ଯଥା MBK, CRP-CM, ବ୍ୟାଙ୍କ ମିତ୍ର, ପ୍ରାଣୀ ମିତ୍ର, କୃଷି ମିତ୍ର ଓ ଜୀବିକା ସହାୟିକା କାର୍ଯ୍ୟରତ ଅଛନ୍ତି । ଏହି ନୂତନ ଘୋଷଣା ଅନୁଯାୟୀ ମିଶନ ଶକ୍ତି ଅଧୀନରେ ଗ୍ରାମପଞ୍ଚାୟତ ସ୍ତରରେ କାର୍ଯ୍ୟରତ ସମସ୍ତ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ମାନେ ଉପକୃତ ହେବେ । ଉକ୍ତ ବର୍ଦ୍ଧିତ  ପ୍ରୋତ୍ସାହନ ରାଶି ୨୦୨୩ ମସିହା ଅକ୍ଟୋବର ମାସଠାରୁ ପିଛିଲାଭାବେ ନିମ୍ନମତେ ଲାଗୁ କରାଯିବ ।
• MBK, ବ୍ୟାଙ୍କ ମିତ୍ର ଏବଂ ଜୀବିକା ସହାୟିକା ମାନେ ମାସିକ ୬୭୫୦ ଟଙ୍କା ରୁ  ୧୦୭୫୦ ଟଙ୍କା ପାଇବେ ।
• କୃଷି ମିତ୍ର ଓ ପ୍ରାଣୀ ମିତ୍ର ମାସିକ ୩,୭୫୦ ଟଙ୍କା ପରିବର୍ତ୍ତେ ମୋଟ ୬,୨୫୦ ଟଙ୍କା ପାଇବେ ।
• CRP-CM ଏବେ ମାସକୁ ମୋଟ ୩୬୦୦ ଟଙ୍କା ପରିବର୍ତ୍ତେ ୬୧୦୦ ଟଙ୍କା ପାଇବେ ।
ଉପରୋକ୍ତ ବର୍ଦ୍ଧିତ ପ୍ରୋତ୍ସାହନ ରାଶି ପିଛିଲା ଭାବେ ଅକ୍ଟୋବର,୨୦୨୩ ରୁ ପ୍ରଦାନ କରାଯିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିବା ବେଳେ ଏ ବାବଦକୁ ରାଜ୍ୟ ସରକାର ୯୬.୫୧ କୋଟି ଅତିରିକ୍ତ ଅର୍ଥ ରାଶିର ବ୍ୟୟ ବରାଦ କରିଛନ୍ତି । ସୂଚନାଯୋଗ୍ୟ  ଯେ  5T ଅଧ୍ୟକ୍ଷଙ୍କ  ଜିଲ୍ଲା  ଗସ୍ତ  ସମୟରେ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ମାନେ ତାଙ୍କୁ ଭେଟି  ସେମାନଙ୍କ  ପ୍ରୋତ୍ସାହନ  ରାଶି  ବୃଦ୍ଧି  ବିଷୟରେ  ତାଙ୍କ  ଦୃଷ୍ଟି  ଆକର୍ଷଣ  କରିଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା

ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

‘ମୋର ବିଜୟ କି ଲାଭ ଯଦି ଲଦାଖ ହାରିଯାଏ?’ ଜେଲରୁ ମୁକୁଳିବା ପରେ ମୁହଁ ଖୋଲିଲେ ସୋନମ ୱାଙ୍ଗଚୁକ

ୱାଶିଂଟନ,୧୭।୩: ପ୍ରାୟ ୧୭୦ ଦିନ କାରାଗାରରେ ବିତାଇବା ପରେ ଶନିବାର ଜେଲରୁ ମୁକୁଳିଛନ୍ତି ଲଦାଖର ବିଶିଷ୍ଟ ଶିକ୍ଷାବିତ୍ ତଥା ପରିବେଶ କର୍ମୀ ସୋନମ ୱାଙ୍ଗଚୁକ। କେନ୍ଦ୍ର ସରକାର…

ହରମୁଜରେ ଫସିଲା ପାକିସ୍ତାନର ତେଲ ଜାହାଜ, ଇରାନ କଲା ବଡ଼ ଘୋଷଣା

ତେହରାନ,୧୭।୩: ଇରାନ ପାକିସ୍ତାନର ବାଣିଜି୍ୟକ ତୈଳ ଟ୍ୟାଙ୍କରକୁ ହରମୁଜ ମଧ୍ୟରେ ଏହାର କ୍ଷେତ୍ରୀୟ ଜଳସୀମା ଦେଇ ଯିବା ପାଇଁ ଅନୁମତି ପ୍ରଦାନ କରିଛି। ପାକିସ୍ତାନ ନ୍ୟାସନାଲ ସିପିଂ…

ଇସ୍ରାଏଲ ଚାପରେ ଇରାନ ସହ ଯୁଦ୍ଧ ଆରମ୍ଭ କରିଛି ଆମେରିକା: ଇସ୍ତଫା ଦେଲେ ଟ୍ରମ୍ପଙ୍କ…

ୱାଶିଂଟନ,୧୭।୩: ଆମେରିକା ପ୍ରଶାସନରେ ଏକ ବଡ଼ ଧରଣର ବିଭ୍ରାଟ ଦେଖାଦେଇଛି। ଇରାନ ସହ ଚାଲିଥିବା ଯୁଦ୍ଧକୁ ବିରୋଧ କରି ଡୋନାଲ୍ଡ ଟ୍ରମ୍ପଙ୍କ ନ୍ୟାସନାଲ କାଉଣ୍ଟର ଟେରରିଜମ ସେଣ୍ଟର…

୧୧ଟି ଜିଲାରେ ୨୩ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦ ହଜାରରୁ ଅଧିକ ନିଯୁକ୍ତି

ଭୁବନେଶ୍ୱର,୧୭।୩: ରାଜ୍ୟରେ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କୁ ଜୋରଦାର ଝଟ୍‌କା, ବଡ଼ ଘୋଷଣା କରି ବିଶ୍ୱରେ ପକାଇଲେ ଚହଳ

ଓ଼୍ବାଶିଂଟନ,୧୭।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ପ୍ରଶାସନକୁ ଏକ ବଡ଼ ଝଟକା ଲାଗିଛି। ଆମେରିକାର ଜାତୀୟ ଆତଙ୍କବାଦ ବିରୋଧୀ କେନ୍ଦ୍ରର ନିର୍ଦ୍ଦେଶକ ଜୋ…

ଭେଲିଡେସନ ଆକ୍ଟକୁ ବିରୋଧ, ମାର୍ଚ୍ଚ ୨୫କୁ କଳା ଦିବସ ଭାବେ ପାଳିବେ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର

ଭଞ୍ଜନଗର,୧୭ା୩(ବାବୁଲା ପ୍ରଧାନ): ଭଞ୍ଜନଗର ଓଡିଶା ସେବା ନିବୃତ୍ତ କର୍ମଚାରୀ ଓ ଶିକ୍ଷକ ବିକାଶ ମଞ୍ଚ ଆନୁକୂଲ୍ୟରେ ଭଞ୍ଜନଗରଠାରେ ସଂଘ ସଭାପତି ବିଭୂତି ଭୂଷଣ ଜେନାଙ୍କ ଅଧ୍ୟକ୍ଷତାରେ ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri