ଭାକ୍ସିନ୍‌ ଷ୍ଟକ୍‌ ସମ୍ପର୍କରେ ନ ଜାଣି ଡବ୍ଲୁଏଚ୍‌ଓର ମାର୍ଗଦର୍ଶିକାକୁ ଅଣଦେଖା କରି ଟିକାଦାନ ଅଭିଯାନ କରିଛନ୍ତି ସରକାର: ସେରମ ଇନଷ୍ଟିଚ୍ୟୁଟ…

ନୂଆଦିଲ୍ଲୀ,୨୨।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ଅପରପକ୍ଷରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଜାରି ରହିଥିବା ସାର୍ବଜନୀକ ଟିକାକରଣ ଅଭିଯାନ ଭାକ୍ସିନ୍‌ ଅଭାବରୁ ଧିମା ପଡ଼ିଯାଇଛି। ଦେଶରେ ଭାକ୍ସିନ୍‌ ଅଭାବ ଜାରି ରହିଥିବାବେଳେ ସେରମ୍‌ ଇନଷ୍ଟିଚ୍ୟୁଟ୍‌ ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ଉପରେ ଦୋଷ ଲଦାଯାଇଛି। ପୁଣେ ସ୍ଥିତ ସେରମ୍‌ ଇନଷ୍ଟିଚ୍ୟୁଟ୍‌ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ସୁରେଶ ଯାଦବ କହିଛନ୍ତି ଯେ, ସରକାର ଷ୍ଟକ୍‌ ସମ୍ପର୍କରେ ନ ଜାଣି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲୁଏଚ୍‌ଓ) ର ମାର୍ଗଦର୍ଶିକାକୁ ଅଣଦେଖା କରି ଟିକାଦାନ ଅଭିଯାନ ଆରମ୍ଭ କରି ଦେଇଥିଲେ। ସରକାର ୩୦ କୋଟି ଲୋକଙ୍କୁ ଟିକାଦାନ ଲକ୍ଷ୍ୟ ରଖିଥିଲେ। ଏଥିପାଇଁ ୬୦ କୋଟି ଡୋଜ୍‌ର ଆବଶ୍ୟକତା ରହିଥିଲା। ମାତ୍ର ସରକାର ତରବରିଆ ଭାବେ ୪୫ ବର୍ଷ ବୟସ ଏବଂ ୧୮ ବର୍ଷରୁ ଉର୍ଦ୍ଧ୍ୱଙ୍କ ଟିକାକରଣ ଘୋଷଣା କରିଥିଲେ। ଏହାଯୋଗୁ ଏବେ ଦେଶରେ ଭାକ୍ସିନ୍‌ ଅଭାବ ଦେଖାଦେଇଛି। ଭାକ୍ସିନ୍‌ ନିର୍ମାତା ଲକ୍ଷ୍ୟ ପୂରଣ କରିବା ପୂର୍ବରୁ ସରକାର ଭୁଲ୍‌ ନିଷ୍ପତ୍ତି ଗ୍ରହଣ କରିଥିବା ସେ କହିଛନ୍ତି। ଟିକାକରଣରେ କରୋନାର ନୂଆ ଭାରିଆଣ୍ଟ୍‌ ସମସ୍ୟା ସୃଷ୍ଟି କରିବାର ଆଶଙ୍କ ଥିବା ସେ କହିଛନ୍ତି। ସେହିପରି ଉପଲବ୍ଧ ଟିକା ମଧ୍ୟ କେଉଁଟି କେତେ ପ୍ରଭାବଶାଳୀ ସେ ନେଇ ମତାମତ ଦିଆଯିବା ପ୍ରମାଣ ଆଧାରରେ କରାଯିବା ଆବଶ୍ୟକ। ତେବେ ସେଣ୍ଟର ଫର୍‌ ଡିଜିଜ୍‌ କଣ୍ଟ୍ରୋଲ ଆଣ୍ଡ୍‌ ପ୍ରିଭେଶନ ଏବଂ ନ୍ୟାଶନାଲ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ହେଲଥ୍‌ ଅନୁସାରେ ଉପଲବ୍ଧ ଟିକାର ଡୋଜ୍‌ ନେବା ଜରୁରୀ। ଟିକାନେବା ପରେ ମଧ୍ୟ ସଂକ୍ରମଣ ପ୍ରତି ସଚେତନ ରହିବା ଆବଶ୍ୟକ ବୋଲି ସେ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅବପାତରେ ପରିଣତ ହେଲା ଲଘୁଚାପ: ଆହୁରି ୪ଦିନ ଭୀଷଣ ବର୍ଷା, ୧୩ ଜିଲାକୁ ଓ୍ବାର୍ନିଂ

ଭୁୁବନେଶ୍ୱର, ୧୩ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳ ୮ଟା ୩୦ରେ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…

କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍‌ଆର୍‌ଏସ୍‌) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ…

Chamoli Pipalkoti Tunnel Collapse: ସୁଡଙ୍ଗରେ ହଠାତ ପଶିଗଲା ପାଣି କାଦୁଅ, ଫସି ରହିଛନ୍ତି ୨୦ରୁ ଅଧିକ ଶ୍ରମିକ, ୧୦ ଜୀବିତ ଉଦ୍ଧାର

ଚାମୋଲି,୧୩।୮: ଉତ୍ତରାଖଣ୍ଡର ପର୍ବତମାଳାରେ ପ୍ରକୃତି ପୁଣିଥରେ ତା’ର ବିନାଶକାରୀ ଶକ୍ତି ପ୍ରଦର୍ଶନ କରିଛି। ଚାମୋଲିର ପିପଲକୋଟି ଅଞ୍ଚଳରେ ଏକ ପ୍ରମୁଖ ସୁଡ଼ଙ୍ଗ ପ୍ରକଳ୍ପ ସମୟରେ ଏକ ଦୁର୍ଘଟଣା…

ବିରୋଧୀଙ୍କ ହଟ୍ଟଗୋଳ, ସଂସଦ ଅଚଳ! ଲୋକ ସଭାରେ ୧୯% ଏବଂ ରାଜ୍ୟ ସଭାରେ ୩୯% କାର୍ଯ୍ୟ ସହିତ ମୌସୁମୀ ଅଧିବେଶନ ଶେଷ

ନୂଆଦିଲ୍ଲୀ,୧୩।୮: ଗୁରୁବାର (୧୩ ଅଗଷ୍ଟ, ୨୦୨୬) ଦିନ ଲୋକ ସଭା କାର୍ଯ୍ୟ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ରଖାଯାଇଥିଲା। ମୌସୁମୀ ଅଧିବେଶନ ସମୟରେ, ଲୋକ ସଭାରେ ୧୯…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri