ସ୍ଲଟ୍‌ ବୁକିଂ ନେଇ ସରକାର କିଛି ନିଷ୍ପତ୍ତି ନେଇନାହାନ୍ତି: ଆଇନମନ୍ତ୍ରୀ

ପୁରୀ,୨୮ା୬(ଅଜିତ୍‌ କୁମାର ମହାନ୍ତି)- ଶ୍ରୀମନ୍ଦିରରେ ଭକ୍ତଙ୍କ ଭିଡ଼ ନିୟନ୍ତ୍ରଣ ଓ ଶୃଙ୍ଖଳିତ ଦର୍ଶନ ପାଇଁ ସ୍ଲଟ୍‌ ବୁକିଂ ବା ଅନ୍‌ଲାଇନ ରେଜିଷ୍ଟ୍ରେଶନ ବ୍ୟବସ୍ଥା ଲାଗୁ ହେବାର ଯୋଜନା ରହିଛି ବୋଲି ଗଜପତି ମହାରାଜା ଏକ ଗଣମାଧ୍ୟମକୁ ସୂଚନା ଦେଇଥିଲେ। ଏହାକୁ ନେଇ ସେବାୟତ ଓ ଭକ୍ତଙ୍କ ମଧ୍ୟରେ ମିଶ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। କେତେଜଣ ସେବାୟତ ଏହାକୁ ସ୍ବାଗତ କରିଥିବାବେଳେ ଅନେକ ଭକ୍ତ ଏଭଳି ବ୍ୟବସ୍ଥା ଦ୍ୱାରା ହଇରାଣ ହେବାକୁ ପଡ଼ିବ ବୋଲି କହି ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଅନ୍ୟପକ୍ଷରେ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି, ସରକାର ଏପର୍ଯ୍ୟନ୍ତ ଏଭଳି କିଛି ନିଷ୍ପତ୍ତି ନେଇନାହାନ୍ତି। ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ଅନେକ ପଦକ୍ଷେପ ନିଆଯିବା କଥା ଚିନ୍ତା କରାଯାଉଛି। ରଥଯାତ୍ରା ପରେ ଯାହାକିଛି ନିଷ୍ପତ୍ତି ନିଆଯିବ। ତେବେ ଶ୍ରୀମନ୍ଦିର ପ୍ରଶାସନର ଅଧିକାରୀ, ବିଭିନ୍ନ ନିଯୋଗର ସଦସ୍ୟ, ସେବାୟତ ଏବଂ ବୁଦ୍ଧିଜୀବୀଙ୍କ ସହିତ ଆଲୋଚନା କରାଯାଇ ମତାମତ ନିଆଯିବା ପରେ ଯାହାକିଛି ନିଷ୍ପତ୍ତି ନିଆଯାଇପାରିବ। ନିଷ୍ପତ୍ତି ନିଆଯିବା ପରେ ସମସ୍ତଙ୍କୁ ଜଣାଇ ଦିଆଯିବ ବୋଲି ହରିଚନ୍ଦନ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାଟରୁ ସଉଦା ଧରି ଘରକୁ ଫେରୁଥିଲେ, ହେଲେ ବାଟରେ…

ଆନନ୍ଦପୁର,୫।୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ଥାନା ୨୦ ନମ୍ବର ଜାତୀୟ ରାଜପଥ କନ୍ତୋ ଛକଠାରେ ଗୁରୁବାର ଏକ ଦୁର୍ଘଟଣା ଘଟିଛି। ଏକ ଅଜଣା…

ବିପଦରେ ସୁନେତ୍ରା ପାଓ୍ବାରଙ୍କ ଉପ ମୁଖ୍ୟମନ୍ତ୍ରୀ ପଦ! କାହିଁକି ଉଠୁଛି ଏମିତି ପ୍ରଶ୍ନ? ଉତ୍ତର ରଖିଲା NCP

ମୁମ୍ବାଇ,୫।୨: ଗଣମାଧ୍ୟମ ସହିତ ଏକ ସ୍ବତନ୍ତ୍ର ସାକ୍ଷାତକାରରେ, ମହାରାଷ୍ଟ୍ରର ଏନସିପି ଅଧ୍ୟକ୍ଷ ସୁନୀଲ ତଟକରେ ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବରେ ନିଯୁକ୍ତି ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ…

BEd ସମ୍ପର୍କରେ ବଡ଼ ଅପଡେଟ୍, ସରକାର ଜାରି କଲେ ବିଜ୍ଞପ୍ତି, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୫।୨: ଶିକ୍ଷକତାକୁ ନିଜର ବୃତ୍ତି ଭାବେ ଗ୍ରହଣ କରିବାକୁ ଚାହୁଁଥିବା ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର। ଉତ୍ତର ପ୍ରଦେଶ ଝାନ୍‌ସୀସ୍ଥିତ ବୁନ୍ଦେଲଖଣ୍ଡ ବିଶ୍ୱବିଦ୍ୟାଳୟ ପକ୍ଷରୁ ‘ୟୁପି BEd…

ନିଖୋଜ ଥିଲେ: କେନାଲରୁ ମିଳିଲା ବୃଦ୍ଧଙ୍କ ମୃତଦେହ

କୋକସରା,୫।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ମାଝୀଗୁଡା ପଞ୍ଚାୟତ କାଦୋପଡା ନିକଟ ଇନ୍ଦ୍ରାବତୀ କେନାଲରୁ କୋକସରା ପୋଲିସ ଜଣେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରିଛି।…

ଟି-୨୦ ବିଶ୍ୱକପ୍: ଆଇସିସି କ’ଣ ଭାରତକୁ ବାହାର କରିପାରିଥାନ୍ତା? ନାସର ହୁସେନ୍‌ଙ୍କ ମନ୍ତବ୍ୟକୁ ନେଇ ହଟଚମଟ

ନୂଆଦିଲ୍ଲୀ,୫।୨: ଥମିବାର ନା ନେଉନାହିଁ ଟି-୨୦ ବିଶ୍ୱକପ୍ ବିବାଦ। ଏହାରି ମଧ୍ୟରେ ଏହାକୁ ଆହୁରି ଜଟିଳ ଆତାକୁ ଟାଣି ନେଉଛି ବ୍ୟକ୍ତିବିଶେଷଙ୍କ ବୟାନ। ଏହାରି ମଧ୍ୟରେ ପୂର୍ବତନ…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ଭକ୍ତ: କଂଗ୍ରେସରୁ ନିଳମ୍ବିତ ହେଲେ ୩ ସରପଞ୍ଚଙ୍କ ସହ…

ରାୟଗଡା,୫।୨(ଆଶିଷ ରଞ୍ଜନ ପଣ୍ଡା): ଗୁଡାରି ବ୍ଲକ ଅଧକ୍ଷାଙ୍କ ବିରୋଧରେ ଆଗତ ହୋଇଥିବା ଅନାସ୍ଥା ପ୍ରସ୍ତାବ ସପକ୍ଷରେ ଭୋଟ ଦେଇ ଦଳ ବିରୋଧୀ କାର୍ଯ୍ୟ ଓ ବିଶୃଙ୍ଖଳା ଆଚରଣ…

ସାମ୍ନାକୁ ଆସିଲା ଅଜିତ ପାଓ୍ବାରଙ୍କ ଶେଷ ଭିଡିଓ, ଜାଣନ୍ତୁ ବିମାନ ଦୁର୍ଘଟଣା ପୂର୍ବରୁ କ’ଣ କହିଥିଲେ? ଭାବବିହ୍ବଳ କରୁଛି…

ମୁମ୍ବାଇ,୫।୨: ମହାରାଷ୍ଟ୍ରର ଦିବଂଗତ ଉପମୁଖ୍ୟମନ୍ତ୍ରୀ ଏବଂ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି (ଏନସିପି) ମୁଖ୍ୟ ଅଜିତ ପାୱାରଙ୍କ ଏକ ଶେଷ ଭିଡିଓ ସାମ୍ନାକୁ ଆସିଛି, ଯାହା ରାଜ୍ୟ ରାଜନୈତିକ…

ଯୌତୁକ ପାଇଁ ସ୍ବାମୀ ସାଜିଲା ପିଶାଚ, ସ୍ତ୍ରୀଙ୍କୁ ପିଆଇଦେଲେ ବିଷ, ଫେରାର୍‌ ହୋଇଗଲେ…

ଦିଗପହଣ୍ଡି, ୫।୨(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଅଧିକା ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀ(୨୩)ଙ୍କୁ ବୁଧବାର ସ୍ବାମୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri