Posted inଜାତୀୟ

ଅଦରକାରୀ କାଗଜ ବିକିି ୪୦ କୋଟି ରାଜସ୍ବ ପାଇଛନ୍ତି ସରକାର…

ନୂଆଦିଲ୍ଲୀ,୨।୧୧: କେନ୍ଦ୍ର ସରକାର ଅଦରକାରୀ କାଗଜ ବିକି ୪୦ କୋଟି ଟଙ୍କା ରାଜସ୍ବ ସଂଗ୍ରହ କରିଛନ୍ତି। ଏନେଇ କେନ୍ଦ୍ରୀୟମନ୍ତ୍ରୀ ଜିତେନ୍ଦ୍ର ସିଂ ସୂଚନା ଦେଇଛନ୍ତି। ଏହାଦ୍ୱାରା ଅଦରକାରୀ କାଗଜ ଜମି ରହିଥିବା ୮ ଲକ୍ଷ ବର୍ଗଫୁଟ ସ୍ଥାନ ଖାଲି ହୋଇଛି। ଅକ୍ଟୋବର ୨ରୁ ଦେଶବ୍ୟାପୀ ସ୍ବତନ୍ତ୍ର ସ୍ବଚ୍ଛତା ଅଭିଯାନ ଆରମ୍ଭ କରାଯାଇଥିଲା। ଅକ୍ଟୋବର ୩୧ ପର୍ଯ୍ୟନ୍ତ ଏହି ଅଭିଯାନ ଜାରି ରହିଥିଲା।

ବିଭିନ୍ନ କାର୍ଯ୍ୟାଳୟରେ ଥିବା ୧୫ ଲକ୍ଷ ୨୩ ହଜାର ୪୬୪ ଫାଇଲ୍‌କୁ ଯାଞ୍ଚ୍‌ କରାଯାଇଥିଲା। ସେଥିମଧ୍ୟରେ ୧୩ ଲକ୍ଷ ୭୩ ହଜାର ୨୦୪ ଫାଇଲକୁ ଉପଯୋଗୀ ବୋଲି ଆକଳନ କରାଯାଇଥିଲା। ଅବଶିଷ୍ଟ ଫାଇଲ୍‌ଗୁଡ଼ିକୁ ବିକ୍ରି କରାଯାଇଥିଲା।

ଏହି ସମୟରେ ୩ ଲକ୍ଷ ୨୮ ହଜାର ୨୩୪ ମାମଲାର ଜନଶୁଣାଣି କରାଯାଇଥିଲା। ସେଥିମଧ୍ୟରୁ ୨ ଲକ୍ଷ ୯୧ ହଜାର ୬୯୨ ମାମଲାର ସମାଧାନ କରାଯାଇଥିବା ମନ୍ତ୍ରୀ କହିଛନ୍ତି। ଏହି ସମୟ ମଧ୍ୟରେ ୮୩୪ ସରକାରୀ ଆଇନର ସମୀକ୍ଷା କରାଯାଇ ସେଥିମଧ୍ୟରୁ ୬୮୫ର ସରଳୀକରଣ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିର୍ଦ୍ଦେଶ ଅନୁସାରେ ଏସବୁର ସରଳୀକରଣ କରାଯାଇଥିବା ଜିତେନ୍ଦ୍ର ସିଂ କହିଛନ୍ତି।

ଏମ୍‌ପିମାନଙ୍କ ଦ୍ୱାରା ସୂଚିତ ହୋଇଥିବା ୧୧ ହଜାର ୫୭ ମାମଲାର ମଧ୍ୟରୁ ୮ ହଜାର ୨୮୨ର ସମାଧାନ କରାଯାଇଥିଲା।

କାର୍ମିକ ମନ୍ତ୍ରଣାଳୟ ଅନୁସାରେ ପଡ଼ିରହିଥିବା ମାମଲାଗୁଡ଼ିକର ସମାଧାନ ପାଇଁ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି ହେବା ପରେ ପ୍ରଶାସନିକ ସୁଧାର ଲାଗି ଲୋକ ଅଭିଯୋଗ ବିଭାଗକୁ ନୋଡ଼ାଲ ଭାବେ ଉପସ୍ଥାପନ କରାଯାଇ ଅଭିଯାନ ଆରମ୍ଭ କରାଯାଇଥିଳା।

 


Enter your email to get our daily news in your inbox.

All Right Reserved By Dharitri.Com

ଆଣବିକ ଯୁଦ୍ଧ ସଙ୍କେତ: ସାରା ବିଶ୍ୱରେ ଖେଳିଗଲା ଆତଙ୍କ

ତେହରାନ୍‌/ଓ୍ବାଶିଂଟନ୍‌,୧ା୪(ରଏଟର୍ସ/ଏଜେନ୍ସି):ଇରାନ୍‌ ଆଣବିକ ଅସ୍ତ୍ର ତିଆରି କରୁଥିବା ନେଇ ଆମେରିକା ଓ ଇସ୍ରାଏଲ୍‌ ବାରମ୍ବାର ଅଭିଯୋଗ କରିଆସୁଛନ୍ତି। ତେହରାନ୍‌ ଏହାକୁ ଖଣ୍ଡନ କରୁଥିବାବେଳେ ଜାତିସଂଘର ଆଣବିକ ଜଗୁଆଳି ସଂସ୍ଥା…

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri