Posted inଜାତୀୟ

୫ ଲକ୍ଷ କୋଟିରୁ ଅଧିକ ରିକଭରି କରିଛନ୍ତି ସରକାର, ବ୍ୟାଙ୍କିଙ୍ଗ୍‌ କ୍ଷେତ୍ର ହୋଇଛି ସୁଦୃଢ଼…

ନୂଆଦିଲ୍ଲୀ,୧୮।୧୧: ଦେଶରେ ବ୍ୟାଙ୍କିଙ୍ଗ୍‌ କ୍ଷେତ୍ର ସମ୍ପ୍ରତି ସୁଦୃଢ଼ ହୋଇ ପାରିଛି। ୨୦୧୪ରେ ଭାଜପା ସରକାର କ୍ଷମତାକୁ ଆସିବା ପରେ ବ୍ୟାଙ୍କିଙ୍ଗ୍‌ କ୍ଷେତ୍ରରେ ୬-୭ ବର୍ଷ ମଧ୍ୟରେ ବହୁ ସଂଶୋଧନ ଆଣିଛନ୍ତି। ଫଳରେ ୫ ଲକ୍ଷ କୋଟିରୁ ଅଧିକ ରିକଭରି ସମ୍ଭବ ହୋଇପାରିଛି। ଅର୍ଥ ମନ୍ତ୍ରଣାଳୟର ଆର୍ଥିକ ସେବା ବିଭାଗ ପକ୍ଷରୁ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏଭଳି କହିଛନ୍ତି।

ଏହା ସହିତ ପ୍ରଧାନମନ୍ତ୍ରୀ ପୂର୍ବ ସରକାରଙ୍କୁ ଟାର୍ଗେଟ ମଧ୍ୟ କରଛନ୍ତି। ସେ କହିଛନ୍ତି ଯେ ପୂର୍ବ ସରକାରରେ କିଛି ଲୋକ ବ୍ୟାଙ୍କଗୁଡ଼ିକୁ ନିଜର ବୋଲି ଭାବିବା ଆରମ୍ଭ କରିଥିଲେ। କିନ୍ତୁ ଭାଜପା ସରକାରରେ ୫ ଲକ୍ଷ କୋଟିରୁ ଅଧିକ ଟଙ୍କା ରିକଭରି କରିବାକୁ ସକ୍ଷମ ହୋଇପାରିଛନ୍ତି। ଗତ ପାଞ୍ଚ ବର୍ଷ ମଧ୍ୟରେ ଏନପିଏ ମଧ୍ୟ ହ୍ରାସ ପାଇଛି। ସେ କହିଛନ୍ତି ଯେ ଆମେ ଏନପିଏ ସମସ୍ୟାର ସମାଧାନ ପାଇଁ ଅନେକ ଆଇନରେ ସଂସ୍କାର ଆଣାଯାଇଛି। ସେହିପରି ରିକଭରି ଟ୍ରିବ୍ୟୁନାଲକୁ ସଶକ୍ତ କରାଯାଇଛି।

ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ବ୍ୟାଙ୍କିଙ୍ଗ କ୍ଷେତ୍ରର ଏକ ଅନୁସନ୍ଧାନ ସାମ୍ନାକୁ ଆସିଛି। ଯେଉଁଥିରେ ଜନ ଧନ ଆକାଉଣ୍ଟ ଅଧିକ ଖୋଲା ଥିବା ରାଜ୍ୟରେ ଅପରାଧ ହାର ମଧ୍ୟ ସମାନ ଭାବରେ ହ୍ରାସ ପାଇଛି। ସେ କହିଛନ୍ତି ଯେ ଆଜି ଯେତେବେଳେ ଆର୍ଥିକ ଅନ୍ତର୍ଭୂକ୍ତିକୁ ନେଇ ଦେଶରେ ଯୋଜନା ଜାରି ରହିଛି। ଏପରିସ୍ଥଳେ ନାଗରିକଙ୍କ ଉତ୍ପାଦନ କ୍ଷମତା ବୃଦ୍ଧି କରିବାକୁ ଗୁରୁତ୍ୱାରୋପ କରାଯାଉଛି। କର୍ପୋରେଟ ଏବଂ ଷ୍ଟାର୍ଟ ଅପ ସମ୍ପ୍ରତି ଅଦ୍ଭୁତ ପୂର୍ବଭାବେ ଆଗକୁ ଆସିବାରେ ଲାଗିଛି।

ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିବା ବ୍ୟାଙ୍କରମାନଙ୍କୁ ପରାମର୍ଶ ଦେଇ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଭାରତର ଆକାଂକ୍ଷାକୁ ମଜବୁତ କରିବା, ପାଣ୍ଠି ଯୋଗାଇବା, ବିନିଯୋଗ କରିବା ପାଇଁ ପଦକ୍ଷେପ ଗ୍ରହଣର ଆବଶ୍ୟକତା ରହିଛି। ଭାରତରେ ବ୍ୟାଙ୍କଗୁଡ଼ିକର ଶକ୍ତି ଏତେ ବୃଦ୍ଧି ପାଇଛି । ବ୍ୟାଙ୍କଗୁଡ଼ିକ ଦେଶର ଅର୍ଥବ୍ୟବସ୍ଥାକୁ ନୂତନ ଶକ୍ତି ଦେବାରେ, ଏକ ବଡ଼ ଧରଣର ଅଗ୍ରଗତି କରିବାରେ ତଥା ଭାରତକୁ ଆତ୍ମନିର୍ଭରଶୀଳ କରିବାରେ ଏକ ବଡ଼ ଭୂମିକା ଗ୍ରହଣ କରିପାରିବେ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ ଡ୍ରାଇଭରଙ୍କ ଝିଅ ରଚିଲେ ଇତିହାସ: ଏସିଆନ ଗେମ୍‌ରେ ଭାଙ୍ଗିଲେ ୪୨ ବର୍ଷର ରେକର୍ଡ

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସ ୨୦୨୬ରେ ତାମିଲନାଡୁର ଆଥଲେଟ ବିଥ୍ୟା ରାମରାଜ ନିଜ ନାଁରେ କରିଛନ୍ତି ଏକ ବଡ଼ ରେକର୍ଡ। ମହିଳା ୪୦୦ ମିଟର ହର୍ଡଲ୍ସରେ ସେ ୫୪.୭୫…

ଗୋଟିଏ UPI ପେମେଣ୍ଟରୁ ସରକାରଙ୍କୁ ମିଳେ କେତେ ଟଙ୍କା? ପ୍ରତି ଟ୍ରାଞ୍ଜାକ୍ସନ୍‌ର ପୂରା ହିସାବ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୮।୯: ୟୁନିଫାଏଡ ପେମେଣ୍ଟସ ଇଣ୍ଟରଫେସ ବା UPI ଜରିଆରେ ପ୍ରତିଦିନ କୋଟି କୋଟି ଟଙ୍କାର କାରବାର ହେଉଛି। କିନ୍ତୁ ଆପଣ କେବେ ଭାବିଛନ୍ତି କି, ଆପଣଙ୍କ ଗୋଟିଏ…

ନଦୀ ପାର ହେବା ବେଳେ ପୁଅ ଆଗରେ ଭାସିଗଲେ ବାପା, କାଠ ସଂଗ୍ରହ କରିବାକୁ ଯାଉଥିଲେ

ତୁମୁଡିବନ୍ଧ,୨୮ା୯(ଦୀପକ କୁମାର ପରାସେଠ): ପରିବାର ପାଇଁ ଦୁଇ ପଇସା ରୋଜଗାର କରିବା ଆଶାରେ ଜଙ୍ଗଲକୁ କାଠକୋଇଲା ସଂଗ୍ରହ କରିବାକୁ ଯାଉଥିଲେ ବାପା ପୁଅ । ହେଲେ ଜଙ୍ଗଲରେ…

UPI ଚାର୍ଜ ଉପରେ ରୋକ ଲଗାଇବା ନେଇ ସୁପ୍ରିମକୋର୍ଟ ନେଲେ ଏହି ନିଷ୍ପତ୍ତି: RBI, କେନ୍ଦ୍ରକୁ…

ନୂଆଦିଲ୍ଲୀ,୨୮।୯: ୨ ହଜାର ଟଙ୍କାରୁ ଅଧିକ UPI ପେମେଣ୍ଟ ଉପରେ ୦.୪ ପ୍ରତିଶତ MDR (Merchant Discount Rate) ଲାଗୁ କରାଯିବାକୁ ଚ୍ୟାଲେଞ୍ଜ କରି ଦାଏର ହୋଇଥିବା…

‘ଜ୍ଞାନୁଙ୍କୁ ଯିବାକୁ ହିଁ ପଡ଼ିବ…’, ଆନ୍ଦୋଳନକୁ ନେଇ ଦୀପ୍‌କେଙ୍କ ବଡ଼ ଘୋଷଣା: ଦିଲ୍ଲୀରେ ନୁହେଁ ଏଥର ଏଇଠି…

ନୂଆଦିଲ୍ଲୀ,୨୮।୯: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅକ୍ଟୋବର ୨ରେ ଆନ୍ଦୋଳନ କରିବାକୁ ଘୋଷଣା…

RCBକୁ ବଡ଼ ଝଟକା: ଦୁନିଆରୁ ବିଦାୟ ନେଲେ ଏହି କିମ୍ବଦନ୍ତ୍ରୀ

ବେଙ୍ଗାଲୁରୁ,୨୮।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ପରିବାରକୁ ବଡ଼ ଝଟକା। ଦଳର ମ୍ୟାଚ ଦିନର ପରିବେଶକୁ ନିଜ ଢୋଲର ତାଳରେ ଉତ୍ସାହିତ କରୁଥିବା ପ୍ରସିଦ୍ଧ ଡ୍ରମର୍‌ ଦେବାଙ୍କ…

ଚାକିରି ଦେବା ବାହାନାରେ ଯୁବତୀଙ୍କୁ ବଳାତ୍କାର କଲେ ଲୋକୋ ପାଇଲଟ୍‌, ଷ୍ଟେଶନରୁ ଘରକୁ ନେଇ…

ପାଟନା,୨୮ା୯: କଟିହାରରେ ଚାକିରି ଦେବାର ପ୍ରଲୋଭନ ଦେଇ ୨୨ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ଆସିଛି । ଏହି ମାମଲାରେ ଜଣେ ରେଳବାଇ ଲୋକୋ ପାଇଲଟ୍‌ଙ୍କ…

୩ ଘଣ୍ଟା କାନ୍ଦିଲେ ପରିଣୀତି: ପଛରେ ରହିଛି ଏମିତି କାରଣ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ପରିଣୀତି ଚୋପ୍ରା ମା’ ହେବା ପରେ ପୁଣିଥରେ କାମକୁ ଫେରିଛନ୍ତି। ତେବେ ପୁଅ ନୀରଙ୍କୁ ଘରେ ଛାଡ଼ି କାମ ପାଇଁ ବାହାରକୁ ଯିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?