ବିପଦସଙ୍କୁଳ ଅବସ୍ଥାରେ ସରକାରୀ ହାଇସ୍କୁଲ

ହେମଗିର,୧୭।୯(ଡି.ଏନ୍‌.ଏ.): ରାଜ୍ୟ ସରକାର ସରକାରୀ ସ୍କୁଲଗୁଡିକର ଉନ୍ନତିକରଣ ସହ ଛାତ୍ରୀଛାତ୍ରଙ୍କୁ ଆକୃଷ୍ଟ କରି ଉତ୍ତମ ଶୈକ୍ଷିକ ପରିବେଶ ସୃଷ୍ଟି କରୁଛନ୍ତି। ସୁନ୍ଦରକୋଠା ନିର୍ମାଣ କରି ଆଧୁନିକ ଉପକରଣ ଦେଇ ପ୍ରଚାର କରୁଥିବାବେଳେ କେବଳ ସରକାରୀ ଟଙ୍କାର ଅପବ୍ୟବହାର ହେଉଥିବା ଦେଖିବାକୁ ମିଳିଛି। ଏହାର ଏକ ନଗ୍ନ ଉଦାହରଣ ଦେଖିବାକୁ ମିଳିିଛି ସୁନ୍ଦରଗଡ ଜିଲା ହେମଗିର ବ୍ଲକ କୁଚେଡେଗା ହାଇସ୍କୁଲଠାରେ। ହାଇସ୍କୁଲ ନବୀକରଣ ନାଁରେ ଏଠାରେ ସରକାରଙ୍କ ତରଫରୁ ଆସୁଥିବା ଟଙ୍କାର ଆତ୍ମସାତ କରି ନିମ୍ନମାନର କାମ କରି ଥିବା ଜଣାପଡ଼ିଛି। ଏହି ସ୍କୁଲର କାନ୍ଥର ବିଭିନ୍ନ ସ୍ଥାନରେ ଫାଟ ସୃଷ୍ଟି ହେବା ସହିତ ଅନେକ ସ୍ଥାନରେ ଛାତ ଫାଟି ପାଣି ଗଳୁଥିବାର ନଜିରକୁ ଆସିଛି। ଅନେକ ସ୍ଥାନରେ ଛାତରୁ ସିମେଣ୍ଟ ପ୍ଲାଷ୍ଟର ମଧ୍ୟ ଖସିପଡୁଥିବାବେଳେ ଅନେକ ସ୍ଥାନରେ ଲାଗିଥିବା ଟାଇଲ୍ସଗୁଡିକ ବାହାରି ଗଲାଣି। ସ୍କୁଲର ବିଭିନ୍ନ ସ୍ଥାନରେ ଫାଟ ସୃଷ୍ଟି ହୋଇ ବିପଦ ସୃଷ୍ଟି କରୁଛି। ଏନେଇ ସ୍କୁଲ କମିଟି ପ୍ରଶାସନ ନିକଟରେ ବାରମ୍ବାର ଅଭିଯୋଗ କରୁଥିଲେ ମଧ୍ୟ କେହି ଶୁଣୁ ନ ଥିବା ସ୍କୁଲ କମିଟିର ସଭାପତି କହିଛନ୍ତି। ଅପର ପକ୍ଷରେ ସୁନ୍ଦରଗଡ଼ ବିଧାୟିକା କୁସୁମ ଟେଟେ ଏହି ସ୍କୁଲକୁ ପରିଦର୍ଶନ କରି ନିମ୍ନମାନର କାର୍ଯ୍ୟକୁ ଘୋର ନିନ୍ଦା କରିବା ସହିତ ଏହାର ତଦନ୍ତ କରିବା ପାଇଁ ଜିଲାପାଳଙ୍କ ସହିତ ଆଲୋଚନା କରିବେ ବୋଲି କହିଛନ୍ତି। ଏହି କାମର ଦାୟିତ୍ୱରେ ଥିବା ସରକାରୀ କର୍ମଚାରୀମାନଙ୍କ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଗ୍ରାମବାସୀ ଦାବି କରିଛନ୍ତି। ଏନେଇ ହେମଗିର ବିଡିଓ ଡ. ଜଗଦିସ ମହାନନ୍ଦଙ୍କୁ ପଚାରିବାରୁ ବ୍ଲକ ତରଫରୁ ପୁରୁଣା କୋଠାକୁ ନବୀକରଣ କରାଯାଇଛି ଯଦି କିଛି ଅସୁବିଧା ଥିବ ତାହାକୁ ନିର୍ମାଣ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri