ବଦଳିଲା ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟି ତାରିଖ, ୨୭ ନୁହେଁ …

ଭୁବନେଶ୍ୱର, ୨୩ା୫(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟିକୁ ଆସନ୍ତା ୨୭ ପରିବର୍ତ୍ତେ ୨୬ ତାରିଖରେ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏ ସମ୍ପର୍କିତ ପ୍ରସ୍ତାବକୁ ସେ ଶୁକ୍ରବାର ଅନୁମୋଦନ ଦେଇଛନ୍ତି। ତେଣୁ ଛୁଟି ତାରିଖକୁ ପରିବର୍ତ୍ତନ କରାଯାଇ ୨୭ ତାରିଖରେ ରାଜ୍ୟ ସରକାରଙ୍କ ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ଅନୁଷ୍ଠାନ ଖୋଲା ରଖିବାକୁ ଘୋଷଣା କରିଛନ୍ତି। ଏହି କ୍ରମରେ ଆସନ୍ତା ୨୬ରେ ସରକାରୀ ଛୁଟି ଘୋଷଣା କରାଯାଇଛି। ଏନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବିଜ୍ଞପ୍ତି ମଧ୍ୟ ଜାରି କରାଯାଇଛି। ଏହିଦିନ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ତଥା ମାଜିଷ୍ଟେରିଆଲ କୋର୍ଟ ବନ୍ଦ ରଖାଯିବ ବୋଲି ବିଜ୍ଞପ୍ତିରେ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ଚଳିତ ବର୍ଷ ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟି ମେ ମାସ ୨୭ ତାରିଖକୁ ସ୍ଥିରୀକୃତ ହୋଇଥିଲା। ହେଲେ ପୁରୀ ମୁକ୍ତି ମଣ୍ଡପ, ଅନ୍ୟାନ୍ୟ ଧାର୍ମିକ ଅନୁଷ୍ଠାନ ଓ ପଞ୍ଜିକା ଗଣନକାରୀ ଅନୁଷ୍ଠାନଗୁଡ଼ିକ ସହ ଯୋଗାଯୋଗ ପରେ ଏହା ଜଣାଯାଇଛି। ୨୬ ତାରିଖରେ ହିଁ ସାବିତ୍ରୀ ଅମାବାସ୍ୟା ପାଳନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶର ନୂଆ ରାଷ୍ଟ୍ରପତି ମିର୍ଜା ଫକରୁଲ୍: ଜାଣନ୍ତୁ ତାଙ୍କ ପତ୍ନୀଙ୍କ ଭାରତ କନେକ୍ସନ୍

ଢାକା,୨୦।୮: ବାଂଲାଦେଶ ନେସନାଲିଷ୍ଟ ପାର୍ଟି (BNP) ର ପ୍ରାର୍ଥୀ ମିର୍ଜା ଫକରୁଲ୍ ଇସଲାମ୍ ଆଲମଗୀର ସଂସଦୀୟ ନିର୍ବାଚନରେ ୨୫୫ଟି ଭୋଟ୍ ପାଇବା ପରେ ବାଂଲାଦେଶର ୨୩ତମ ରାଷ୍ଟ୍ରପତି…

SRCଙ୍କ କଡ଼ା ନିର୍ଦ୍ଦେଶ, ବନ୍ୟା ପ୍ରଭାବିତ ଏହି ୪ ଜିଲାକୁ ମିଳିବ ଚାଉଳ…

ଭୁବନେଶ୍ବର ୨୦।୮: ପ୍ରବଳ ବର୍ଷା ଓ ବିଭିନ୍ନ ନଦୀର ଜଳସ୍ତର ବୃଦ୍ଧି ଯୋଗୁଁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ…

କାର୍‌ରେ ଟଙ୍କା ନେଇ ଆସୁଥିବା ବେଳେ ବାଟରେ ମାଡିବସିଲା ଭିଜିଲାନ୍ସ

ସୁନ୍ଦରଗଡ଼,୨୦।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲାଠିକଟା ତହସିଲଦାର ମୁରଲୀଧର ଉର୍ମଳ ଗୁରୁବାର ଭିଜିଲାନ୍ସ ଜାଲରେ ପଡିଛନ୍ତି। ତହସିଲଦାର ମୁରଲୀଧର ଲାଠିକଟା ଅଫିସରୁ ରାଉରକେଲା ଆସିବା ବାଟରେ…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ଇଭି-ଇଥାନଲ୍ ଚାଳିତ ଗାଡ଼ିକୁ…

ଭୁବନେଶ୍ୱର,୨୦।୮: ରାଜ୍ୟରେ ପରିବେଶ ଅନୁକୂଳ ପରିବହନ ବ୍ୟବସ୍ଥାକୁ ପ୍ରୋତ୍ସାହନ ଦେବା ପାଇଁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି । ବାଣିଜ୍ୟ ପରିବହନ ବିଭାଗ ଦ୍ୱାରା ଜାରି ବିଜ୍ଞପ୍ତି…

ସ୍ବାସ୍ଥ୍ୟକେନ୍ଦ୍ରର ପାଚେରୀ ନିର୍ମାଣ କାର୍ଯ୍ୟରେ ଅନିୟମିତତା

କର୍ଲାମୁଣ୍ଡା;୨୦।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ଥିବା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଭିତ୍ତିଭୂମିର ବିକାଶ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୧୧ କୋଟି ଅର୍ଥ…

କଂଗ୍ରେସ ଉପରେ ବର୍ଷିଲେ ଧର୍ମେନ୍ଦ୍ର, ତୁଷ୍ଟୀକରଣ ରାଜନୀତିକୁ ନେଇ….

ନୂଆଦିଲ୍ଲୀ,୨୦ା୮: କଂଗ୍ରେସ ମୁଖ୍ୟାଳୟରେ ୮୦ତମ ସ୍ୱାଧୀନତା ଦିବସ ଅବସରରେ ‘ବନ୍ଦେ ମାତରମ୍’ ଗାନକୁ ନେଇ ଦେଖାଦେଇଥିବା ବିବାଦ ଏବେ ତୀବ୍ର ହୋଇଛି । ଏହାକୁ ନେଇ କଂଗ୍ରେସକୁ…

ଗୋଟିଏ ମାସରେ ୪ ଲଘୁଚାପ, ପୁଣି ଦାନା ବାନ୍ଧିଲାଣି, କାଲିଠୁ ପ୍ରବଳ ବର୍ଷା !

ଭୁବନେଶ୍ୱର,୨୦।୮: ପାଣିପାଗକୁ ନେଇ ବଡ଼ ଖବର । ଅଗଷ୍ଟ ମାସରେ ଗଲାଣି ତିନି ତିନିଟି ଲଘୁଚାପ । ତେବେ ପୁଣି ଆସୁଛି ଲଘୁଚାପ । ଏ ନେଇ…

ସାତକୋଶିଆ ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା; ଅଟୋକୁ ଧକ୍କା ଦେଲା ଥାର୍, ୧୦…

ଆନନ୍ଦପୁର,୨୦।୮((ସୁଶାନ୍ତ କୁମାର ସାହୁ ): ଆନନ୍ଦପୁର ସାତକୋଶିଆ ଘାଟିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଥାର୍ ଗାଡିର ଜୋରଦାର ଧକ୍କାରେ ଅଟୋ ଚୁରମାର ହୋଇଯାଇଛି। ଘଟଣାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri