‘ମନମୋହନଙ୍କ ପାଇଁ ରାଜ୍ୟରେ ସରକାର’, ପ୍ରଶଂସାରେ ପୋତିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮।୭: ଓଡ଼ିଶା ଭାଜପାର ରାଜ୍ୟ ସଭାପତି ଭାବେ ଚତୁର୍ଥ ଥର ପାଇଁ ନିର୍ବାଚିତ ହୋଇଥିବା ମନମୋହନ ସାମଲଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଶଂସାରେ ପୋତିଛନ୍ତି। ସର୍ବସମ୍ମତିକ୍ରମେ ନିର୍ଦ୍ୱନ୍ଦ୍ୱରେ ସଭାପତି ନିର୍ବାଚିତ ହେବା ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ‘୨୦୨୪ରେ ମନମୋହନ ଭାଇଙ୍କ ଦୃଢ଼ ନେତୃତ୍ୱ ଯୋଗୁଁ ବିଜେପି ରାଜ୍ୟରେ ଏକାକୀ ସରକାର ଗଠନ କରିବାରେ ସଫଳ ହୋଇଛି।’

ମନମୋହନ ସାମଲଙ୍କ ନେତୃତ୍ୱରେ ଭାଜପା ଲୋକସଭା ନିର୍ବାଚନରେ ୨୧ରୁ ୨୦ଟି ଆସନ ଜିତି ଓଡ଼ିଶାକୁ କେନ୍ଦ୍ରରେ ଆକର୍ଷଣର କେନ୍ଦ୍ରବିନ୍ଦୁରେ ପରିଣତ କରିଛି। ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, “ମନମୋହନ ଭାଇଙ୍କ ବିଚକ୍ଷଣ ସାଙ୍ଗଠନିକ ଦକ୍ଷତା ଓ କାର୍ଯ୍ୟକର୍ତ୍ତାଙ୍କ ପ୍ରତି ସମର୍ପଣ ଭାବ ଦଳକୁ ନୂତନ ଉଚ୍ଚତା ଦେଇଛି।”

ମନମୋହନ ସାମଲଙ୍କ ରାଜନୈତିକ ଯାତ୍ରା ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ABVP)ରୁ ଆରମ୍ଭ ହୋଇ ବିଧାୟକ, ମନ୍ତ୍ରୀ, ଏମପି ଓ ଏବେ ଚତୁର୍ଥ ଥର ପାଇଁ ରାଜ୍ୟ ଭାଜପା ସଭାପତି ପର୍ଯ୍ୟନ୍ତ ଏକ ପ୍ରେରଣାଦାୟୀ କାହାଣୀ। ୧୯୭୯ରେ ଭଦ୍ରକ ମହାବିଦ୍ୟାଳୟର ଛାତ୍ର ସଂସଦ ସଭାପତି ହେବା ସହ ରାଜନୀତିରେ ପାଦ ଦେଇଥିବା ସାମଲ ୧୯୯୯ରେ ପ୍ରଥମେ ରାଜ୍ୟ ଭାଜପା ସଭାପତି ହୋଇଥିଲେ। ତାଙ୍କ ନେତୃତ୍ୱରେ ଭାଜପା ୨୦୦୦ରେ ବିଜେଡି ସହ ମେଣ୍ଟ କରି ରାଜ୍ୟରେ ସରକାର ଗଠନ କରିଥିଲା।

ସାମଲଙ୍କ ପୁନଃନିର୍ବାଚନ ପରେ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ଉତ୍ସାହର ପରିବେଶ ଦେଖାଦେଇଛି। ନିର୍ବାଚନ ପର୍ଯ୍ୟବେକ୍ଷକ ସଞ୍ଜୟ ଜୟସ୍ୱାଲ ବିଧିବଦ୍ଧ ଭାବେ ତାଙ୍କ ନାମ ଘୋଷଣା କରିଛନ୍ତି। ରାଜ୍ୟ ଭାଜପାର ନେତାମାନେ ସାମଲଙ୍କ ନେତୃତ୍ୱରେ ଦଳର ସଂଗଠନ ଆହୁରି ଶକ୍ତିଶାଳୀ ହେବ ବୋଲି ଆଶା ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଣଫୁଟାଇ ମିଠାଖୁଆଇ ବିଜୟ ଉତ୍ସବ ପାଳିଲେ ପ୍ରକାଶ-ରବୀନ୍ଦ୍ର

ପୁରୁଷୋତ୍ତମପୁର,୨୮ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିରେ ସଭାପତି ଭାବେ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ…

ମଧ୍ୟପ୍ରାଚ୍ୟରେ ଅଶାନ୍ତି ମଧ୍ୟରେ, ଆମେରିକାକୁ କଡ଼ା ଚେତାବନୀ ଦେଲେ ଇରାନ ରାଷ୍ଟ୍ରପତି, କହିଲେ ଏଥର…

ତେହରନ୍‌,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ନିରନ୍ତର କ୍ଷେପଣାସ୍ତ୍ର ଆକ୍ରମଣ ବିନିମୟ ହୋଇଛି। ଇରାନ ରାଷ୍ଟ୍ରପତି…

ସରିଲା ଓକିଲ ସଂଘ ନିର୍ବାଚନ: ବାଜି ମାରିଲେ ହୃଦୟରଞ୍ଜନ-ସନ୍ତୋଷ

ଦିଗପହଣ୍ଡି,୨୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦଗିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସରିଛି। ଓକିଲ ସଂଘର ସଭାପତି ଭାବେ ହୃଦୟରଞ୍ଜନ ମେକାପ…

ପେଟ୍ରୋଲ ପମ୍ପର ମାଟିତଳେ କେତେ ତେଲ ଥାଏ? କେବଳ ଏତିକି ଦିନ ପାଇଁ ରୁହେ ଷ୍ଟକ୍‌…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଯୋଗୁଁ, ଏକ ବିଶ୍ୱ ଶକ୍ତି ସଙ୍କଟ ଦେଖାଦେଉଛି। ଏହି ଅସ୍ଥିରତାର ପ୍ରଭାବ ଘରୋଇ ସ୍ତରରେ ମଧ୍ୟ ଅନୁଭୂତ ହେଉଛି, ବିଶେଷକରି ଗ୍ୟାସ ଯୋଗାଣ…

ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଏପ୍ରିଲ ୧ରୁ ନୂଆ ଆବେଦନ, ଏଥିରେ ସାମିଲ ହେବେ…

ଭୁବନେଶ୍ୱର,୨୮ା୩: ସୁଭଦ୍ରା ଯୋଜନାକୁ ନେଇ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏପ୍ରିଲ ୧ରୁ ନୂଆ ସୁଭଦ୍ରା ପଞ୍ଜୀକରଣ ଆରମ୍ଭ ହେବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…

ହର୍ମୁଜ ଷ୍ଟ୍ରେଟରେ ଇରାନର ମାୟାବି ଜାଲ, ଏନର୍ଜି କରିଡର ଏବେ ‘ମୃତ୍ୟୁର କୂଅ’! ସୁପରପାଓ୍ବାରକୁ ଦେଖାଇଦେଲା ଅସଲ ସ୍ଥିତି

ତେହରାନ୍‌,୨୮।୩: ପଶ୍ଚିମ ଏସିଆରେ ଉତ୍ତେଜନା ବୃଦ୍ଧି ପାଇବା ପରେ, ପରିସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣ ବାହାରକୁ ଚାଲିଯାଉଛି। ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ବନ୍ଦ ହେବା…

ସରକାରଙ୍କ ବଡ଼ ଘୋଷଣା, ପହିଲାରୁ ସ୍କୁଲରେ ଖରାଛୁଟି, ଜାଣନ୍ତୁ କେଉଁଠି…

ନୂଆଦିଲ୍ଲୀ,୨୮।୩: ଏପ୍ରିଲ ଆରମ୍ଭ ନ ହେଉଣୁ ତାତି ତାର କରାଳ ରୂପ ଦେଖାଇଲାଣି । ସ୍ଥିତି ଏମିତି ହେଲାଣି ଯେ, ଘରୁ ବାହାରିବା ମଧ୍ୟ ମୁସ୍କିଲ ହୋଇପଡ଼ିଲାଣି…

‘ଇରାନର ନୂଆ ସର୍ବୋଚ୍ଚ ନେତା ଆଉ ନାହାନ୍ତି’: ମୋଜତାବା ଖାମେନେଇଙ୍କୁ ନେଇ କିଏ ଏମିତି ଦାବି କଲେ ଜାଣନ୍ତୁ…

ଓ୍ବାଶିଂଟନ,୨୮।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଦାବି କରିଛନ୍ତି ଯେ ଇରାନର ନୂତନ ସର୍ବୋଚ୍ଚ ନେତା ମୋଜତାବା ଖାମେନେଇଙ୍କ ମୃତ୍ୟୁ ଘଟିଛି। ମିଆମିରେ ‘ଭବିଷ୍ୟତ ନିବେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri