ଓଡ଼ିଶାରେ ଜନ ଭାଗୀଦାରିରେ ଚାଲୁଛି ସରକାର: ଉପମୁଖ୍ୟମନ୍ତ୍ରୀ

ଜଗତ୍‌ସିଂହପୁର,୨୨।୯ (ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁରସ୍ଥିତ ନବକୃଷ୍ଣ ଚୌଧୁରୀ ଷ୍ଟାଡିୟମ ପରିସରରେ ଶନିବାର ରାଜ୍ୟର ଭାଜପା ସରକାରଙ୍କ ୧୦୦ ଦିନ ଉପଲକ୍ଷେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପ୍ରଗତିର ନୂତନ ସୂର୍ଯ୍ୟୋଦୟ, ୨୦୩୬ ସୁଦ୍ଧା ବିକଶିତ ଓଡ଼ିଶାର ଅଭ୍ୟୁଦୟ କାର୍ଯ୍ୟକ୍ରମ ଏବଂ ବିକାଶ ମେଳା ଉଦ୍‌ଘାଟନ ହୋଇଯାଇଛି। ମୁଖ୍ୟ ଅତିଥିଭାବେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଯୋଗଦେଇ କହିଥିଲେ, ଜଗତ୍‌ସିଂହପୁର ଅଞ୍ଚଳରେ ଭରପୂର ପର୍ଯ୍ୟଟନସ୍ଥଳୀ ରହିଛି। ଏହାର ପ୍ରଚାର ପ୍ରସାର ହେଲେ ସମଗ୍ର ବିଶ୍ୱରେ ଜିଲା ଏକ ଐତିହ୍ୟ, ସଂସ୍କୃତି କେନ୍ଦ୍ର ହେବ। ବର୍ତ୍ତମାନ ସାଧାରଣ ଲୋକଟିଏ ମୁଖ୍ୟମନ୍ତ୍ରୀଙ୍କ ପାଖରେ ପହଞ୍ଚତ୍ ପାରୁଛି। ଏ ସରକାର ହେଉଛି ଲୋକଙ୍କ ସରକାର, ଏହା ଜନ ଭାଗୀଦାରିରେ ଚାଲୁଛି। ଓଡ଼ିଶାର ଶାସନ ଓଡ଼ିଆ ଭାଷାରେ ହେବ। ପ୍ରତ୍ୟେକ ଯୋଗ୍ୟ ମା’ ଙ୍କୁ ସୁଭଦ୍ରା ଯୋଜନାରେ ୫୦ ହଜାର ଟଙ୍କା ପ୍ରଦାନ କରିବା ସ୍ବପ୍ନ ଆଜି ସାକାର ହୋଇଛି। ଶ୍ରୀମନ୍ଦିର ପାଇଁ ୫୦୦ କୋଟି ଟଙ୍କାର କର୍ପସ ପାଣ୍ଠି ଗଠନ କରାଯାଇଛି। ଧାନର ଆଉ ଅଭାବୀ ବିକ୍ରି ହେବ ନାହିଁ, ଏମ୍‌ଏସ୍‌ପି ବୃଦ୍ଧି କରାଯାଇ କୁଇଣ୍ଟାଲ ପିଛା ୩୧୦୦ ଟଙ୍କା ଚାଷୀଙ୍କୁ ପ୍ରଦାନ କରାଯିବ। ଜିଲାରେ ସୁଭଦ୍ରା ଯୋଜନା ରେ ୧,୦୧,୬୧୩ ଜଣଙ୍କୁ ସହାୟତା ରାଶି ପ୍ରଦାନ କରାଯାଇଛି। କେବଳ ୧୦୦ ଦିନ ନୁହେଁ ଆହୁରି ଅନେକ ବାଟ ଯିବାର ଅଛି, ମହିଳାଙ୍କ ନେତୃତ୍ୱରେ ଓଡ଼ିଶାକୁ ସମୃଦ୍ଧ ରାଜ୍ୟ ରେ ପରିଣତ କରିବାର ଅଛି ବୋଲି ଉପମୁଖ୍ୟମନ୍ତ୍ରୀ ପରିଡ଼ା କହିଥିଲେ।
ସମ୍ମାନିତ ଅତିଥିଭାବେ ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା, ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ ଯୋଗଦେଇ ଓଡ଼ିଆ ଅସ୍ମିତାର ପୁନରୁଦ୍ଧାର ସହ ଜିଲାରେ ଶିଳ୍ପର ବିକାଶ ଏବଂ ବୈଷୟିକ ଶିକ୍ଷାକୁ ଗୁରୁତ୍ୱ ଦିଆଯିବ ବୋଲି କହିଥିଲେ। ସମ୍ମାନିତ ଅତିଥି ଭାବେ ଜଗତ୍‌ସିଂହପୁର ଏମ୍‌ପି ବିଭୁ ପ୍ରସାଦ ତରାଇ ଯୋଗଦେଇ କହିଥିଲେ, ଆଜି ମୋହନ ସରକାରଙ୍କ ୧୦୦ ଦିନର ପୂର୍ତ୍ତି ପାଳନ କରାଯାଉଛି। ମାତୃଶକ୍ତି, ଯୁବଶକ୍ତି, କୃଷକମାନଙ୍କୁ କେନ୍ଦ୍ର ସରକାର ଅଧିକ ପ୍ରାଧାନ୍ୟ ଦେଉଛନ୍ତି। ନିର୍ବାଚନ ସମୟରେ ଦିଆଯାଇଥିବା ପ୍ରତିଶ୍ରୁତି ପୂରଣ କରାଯାଉଛି। ସମ୍ମାନିତ ଅତିଥି ଭାବେ ଜଗତ୍‌ସିଂହପୁର ବିଧାୟକ ଅମରେନ୍ଦ୍ର ଦାସ ଯୋଗଦେଇ କହିଥିଲେ, ଏ ସରକାର ଲୋକଙ୍କ ସରକାର। ମୁଖ୍ୟମନ୍ତ୍ରୀ ଲୋକଙ୍କ ସମସ୍ୟା ଶୁଣୁଛନ୍ତି ବୋଲି କହିଥିଲେ। ଜିଲାପାଳ ଜେ .ସୋନାଲ ବିକାଶ ମେଳାରେ ଅଧ୍ୟକ୍ଷତା କରି ଅତିଥିମାନଙ୍କୁ ସ୍ବାଗତ କରିଥିଲେ। ଏଥିସହ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ସମ୍ପର୍କରେ ଆଲୋକପାତ କରିଥିଲେ। ଉତ୍ସବରେ ମିତା ରାଣୀ ବେହେରା, ସୁଶ୍ରୀ ସଙ୍ଗୀତା ନାୟକ, ବେବିନା ପଣ୍ଡା, ଲକ୍ଷ୍ମୀକାନ୍ତି ବେହେରା, ହଜ୍‌ମୁ ବିବିଙ୍କୁ ୫୦୦୦ଟଙ୍କାର ସୁଭଦ୍ରା ସହାୟତା ରାଶି ପ୍ରଦାନ କରାଯାଇଥିଲା। ସେହିପରି ନଳିନୀ ପ୍ରଭା ସାହୁଙ୍କୁ ୪୦୦୦, ଶୈଳବାଲା ସାହୁଙ୍କୁ ୧୨, ୫୦୦ ଟଙ୍କା ସିଏମ୍‌ କିଷାନ ଯୋଜନାରେ ପ୍ରଦାନ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ମତ୍ସ୍ୟଜୀବୀ କଲ୍ୟାଣ ଯୋଜନାରେ ଛାତ୍ରବୃତ୍ତି ଭାବେ ସ୍ମୃତି ରଞ୍ଜନ ବେହେରାଙ୍କୁ ୧୦,୦୦୦ ଟଙ୍କା ଓ ଧରିତ୍ରୀ ତରାଇଙ୍କୁ ୧୫୦୦୦ ଟଙ୍କା ପ୍ରଦାନ କରାଯାଇଥିଲା। ସୁଭଦ୍ରା ହିତାଧିକାରୀ ସୁଶ୍ରୀ ସଙ୍ଗୀତା ନାୟକଙ୍କୁ ଉପମୁଖ୍ୟମନ୍ତ୍ରୀ ପରିଡ଼ା ସୁଭଦ୍ରା ଯୋଜନାର ଜିଲା ବ୍ରାଣ୍ଡଆମ୍ବାସାଡର ଭାବେ ଘୋଷଣା କରିଥିଲେ। ଏହି ଅବସରରେ ସେ ସମସ୍ତଙ୍କୁ ସ୍ବଚ୍ଛତା ହିଁ ସେବା ପାଠ କରାଇଥିଲେ। ଶେଷରେ ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ପ୍ରତିଚୀ ତନୟା ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ।
ମେଳାରେ ଓରମାସର ସ୍ବୟଂ ସହାୟକ ଗୋଷ୍ଠୀ, ଉତ୍ପାଦକ, ସୂଚନା ଓ ଲୋକସମ୍ପର୍କ ବିଭାଗ ଓ ବିଭିନ୍ନ ବିଭାଗ ପକ୍ଷରୁ ୩୧ ଟି ପ୍ରଦର୍ଶନୀ ମଣ୍ଡପ ଖୋଲାଯାଇଥିଲା। ଏହି ମେଳା ୨୧ରୁ ୨୩ ତାରିଖ ପର୍ଯ୍ୟନ୍ତ ଚାଲିବ। ଶିକ୍ଷାବିତ୍‌ ସୁଭାଷ ଚନ୍ଦ୍ର ରାଉତ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। ଏହି ଉତ୍ସବରେ ଜିଲା ଭାଜପା ସଭାପତି ଶ୍ରୀ ସତ୍ୟବ୍ରତ ମହାପାତ୍ର, ସାମାଜିକ କର୍ମୀ ସତ୍ୟ ସାରଥୀ ମହାନ୍ତି, ଆଇନଜୀବୀ ରାଜ କିଶୋର ବେହେରା, ଅତିରିକ୍ତ ଜିଲାପାଳ ସମ୍ବିତ କୁମାର ରାଉତ, ଅତିରିକ୍ତ ଜିଲାପାଳ ପାରାଦୀପ ଲଳିତ ମୋହନ ବେହେରା, ଜିଲା ପରିଷଦ ମୁଖ୍ୟ ବିକାଶ ତଥା ନିର୍ବାହୀ ଅଧିକାରୀ ରବି ନାରାୟଣ ଜେଠୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri