ପଞ୍ଜୁରି ଭିତରେ ମାଛଚାଷ ଲାଗି ସରକାରଙ୍କ ପ୍ରୋତ୍ସାହନ

ଭୁବନେଶ୍ୱର,୪। ୮(ବ୍ୟୁରୋ): ଓଡ଼ିଶାରେ ୬.୮୪ ଲକ୍ଷ ହେକ୍ଟର ପରିମିତ ବିସ୍ତୃତ ମଧୁରଜଳ ଉତ୍ସ ରହିଛି। ୨୦୧୯-୨୦ ଆର୍ଥିକ ବର୍ଷରେ ରାଜ୍ୟରେ ପ୍ରାୟ ୮.୧୬ ଲକ୍ଷ ମେଟ୍ରିକ୍‌ ଟନ୍‌ ମାଛ ଉତ୍ପାଦିତ ହୋଇଛି। ଓଡ଼ିଶାରେ ଭାରତୀୟ କାର୍ପ ମାଛ ଓ ଅନ୍ୟ ପ୍ରଜାତି ମାଛର ଚାହିଦା ଏବଂ ଉପଯୋଗ ନିରନ୍ତର ବୃଦ୍ଧି ପାଉଛି। ରାଜ୍ୟ ସରକାର ବୃହତ୍‌ ଓ ମଧ୍ୟମ ଜଳଭଣ୍ଡାର ଗୁଡ଼ିକରେ ମଧୁରଜଳ ମାଛ ଉତ୍ପାଦନ ବୃଦ୍ଧି ଲାଗି ଏକ ନୀତି ପ୍ରଚଳନ ପୂର୍ବକ ପଞ୍ଜୁରି ଭିତରେ ମାଛଚାଷ ପାଇଁ ପ୍ରୋତ୍ସାହନ ଦେଉଛନ୍ତି।
ବୃହତ୍‌ ଓ ମଧ୍ୟମ ଜଳଭଣ୍ଡାରର ଜଳଉତ୍ସର ଏକ କ୍ଷୁଦ୍ର ଅଞ୍ଚଳକୁ (୧%) ଏଥି ଲାଗି ବିନିଯୋଗ କରାଗଲେ ଏହା ରାଜ୍ୟର ମଧୁରଜଳ ମାଛ ଉତ୍ପାଦନ କ୍ଷେତ୍ରରେ ପ୍ରମୁଖ ଭୂମିକା ଗ୍ରହଣ କରିପାରିବ। ରାଜ୍ୟର ମଧୁରଜଳ ମାଛ ଉତ୍ପାଦନ ବୃଦ୍ଧି ଲାଗି ପଞ୍ଜୁରି ଭିତରେ ମାଛଚାଷ ଏକ ଉନ୍ନତ ଏବଂ ଅଭିନବ ଜ୍ଞାନକୌଶଳ। ଏହା ପ୍ରଚୁର ମାଛ ଉତ୍ପାଦନ ପାଇଁ ଏକ ଉଜ୍ଜ୍ୱଳ ସମ୍ଭାବନା ସୃଷ୍ଟି କରିବ। ଏହାଦ୍ୱାରା ରାଜ୍ୟ ମାଛର ଆବଶ୍ୟକତା ପୂରଣ କରିବା ସହିତ ସ୍ବାବଲମ୍ବୀ ହୋଇପାରିବ। ଜଳକୃଷି କ୍ଷେତ୍ରରେ ମତ୍ସ୍ୟ ଉଦ୍ୟୋଗୀଙ୍କୁ ଏହା ପ୍ରୋତ୍ସାହିତ ସହିତ ନୂତନ ନିଯୁକ୍ତି ସୃଷ୍ଟି କରିପାରିବ। ଏହି ପଞ୍ଜୁରିଗୁଡ଼ିକ ଜଳଭଣ୍ଡାରରେ ମାଛଚାଷ ନିମନ୍ତେ ଏକ ଆବଦ୍ଧ କ୍ଷେତ୍ର । ସାଧାରଣତଃ ଏହା ଚାରିଦିଗରୁ ଜାଲ ଦ୍ୱାରା ଆବଦ୍ଧ କରାଯାଏ ଏବଂ କେବଳ ଉପରିଭାଗ ଖାଦ୍ୟ ପରିବେଷଣ ଓ ପଞ୍ଜୁରିସ୍ଥିତ ମାଛ ପରିଚାଳନା ନିମନ୍ତେ ଖୋଲା ରହିଥାଏ।
ପ୍ରଥମ ଦଫାରେ ଏହି ପଞ୍ଜୁରି ଭିତରେ ମାଛଚାଷ ନିମନ୍ତେ ହୀରାକୁଦ ଜଳଭଣ୍ଡାରକୁ ୫ଟି ଜୋନ୍‌ ଏବଂ ୧୦୦ ଗୋଟି ସବ୍‌ଜୋନ୍‌ରେ ବିଭକ୍ତ କରାଯାଇଛି। ଯେଉଁଥିରେ ପ୍ରାୟ ୨୪ଶହ ଗୋଟି ପଞ୍ଜୁରି ସ୍ଥାପନ କରିହେବ। ଏହି ସ୍ଥିରୀକୃତ ସବ୍‌ଜୋନ୍‌ ଗୁଡ଼ିକ ମୁଖ୍ୟତଃ ପ୍ରାଥମିକ ମତ୍ସ୍ୟଜୀବୀ ସମବାୟ ସମିତି, ମତ୍ସ୍ୟଚାଷୀ, ଘରୋଇ ଉଦ୍ୟୋଗୀ ଏବଂ କମ୍ପାନୀଗୁଡିକୁ ଲିଜ୍‌ ସୂତ୍ରରେ ପ୍ରଦାନ କରାଯିବ। ପ୍ରତ୍ୟେକ ସବ୍‌ଜୋନ୍‌ରେ ପଞ୍ଜୁରି ନିମନ୍ତେ ୬ଶହ ବର୍ଗ ମିଟର ପରିମିତ ଜଳଭାଗ ରହିବ ଏବଂ ସେଥିରେ ୬ ମିଟର ଲମ୍ବ ୪ ମିଟର ପ୍ରସ୍ଥ ୪ ମିଟର ଗଭୀରତା ବିଶିଷ୍ଟ ୨୪ ଗୋଟି ଆୟତାକାର ପଞ୍ଜୁରି କିମ୍ବା ୧୬ ମିଟର ବ୍ୟାସ ବିଶିଷ୍ଟ ୩ ଗୋଟି ଗୋଲାକାର ପଞ୍ଜୁରି ସ୍ଥାପନ କରାଯିବ। ପ୍ରତି ଆୟତାକାର ପଞ୍ଜୁରିରୁ ୩ ହଜାର କି.ଗ୍ରା. ପର୍ଯ୍ୟନ୍ତ ମାଛ ଉତ୍ପାଦନ ହୋଇପାରିବ। ଏହି ପଞ୍ଜୁରିଗୁଡ଼ିକରେ ଭାକୁର, ରୋହି, ମିରିକାଳି, ଅମୁର କାର୍ପ, ଜଳଙ୍ଗ, ଏକଲିଙ୍ଗ ବିଶିଷ୍ଟ ଗିଫ୍‌ଟ୍‌ ଟିଲାପିଆ, ଭେକ୍‌ଟି, ଖୁରାଣ୍ଡି ଓ ବଟର୍‌ କ୍ୟାଟ୍‌ ଫିସ୍‌ ଇତ୍ୟାଦି ପ୍ରଜାତିର ମାଛ ଚାଷ ଲାଗି ଅନୁମତି ଦିଆଯିବ। ପଞ୍ଜୁରି ଭିତରେ ମାଛଚାଷ ପାଇଁ ପ୍ରସ୍ତୁତ ନୀତି ଓ ନିୟମ ସମୂହରେ ଜଳର ଗୁଣବତ୍ତା ରକ୍ଷା, ପଞ୍ଜୁରି ପରିଚାଳନା ଓ ମାଛଗୁଡିକର ସ୍ବାସ୍ଥ୍ୟ ସୁରକ୍ଷା ଦିଗରେ ସ୍ବତନ୍ତ୍ର ସର୍ତ୍ତ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ଓଡ଼ିଶା ପାଇଁ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ୪୫ ହଜାର କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ ମଞ୍ଜୁରୀ

ନୂଆଦିଲ୍ଲୀ,୯।୧୨: ଓଡ଼ିଶାରେ ସଡ଼କ ପରିବହନ ଭିତ୍ତିଭୂମିର ବିକାଶ ପାଇଁ କେନ୍ଦ୍ର ସରକାର ଏକ ବୃହତ ପୁଞ୍ଜି ବିନିଯୋଗକୁ ଅନୁମୋଦନ କରିଛନ୍ତି। ରାଜ୍ୟ ପାଇଁ ମୋଟ ୪୪,୭୭୧...

୫ ବର୍ଷରେ ଦାଦନ ଖଟିବାକୁ ଯାଇ ରାଜ୍ୟ ବାହାରେ ପ୍ରାଣ ହରାଇଛନ୍ତି ୫୧୮ ଓଡ଼ିଆ

ଭୁବନେଶ୍ୱର,୯।୧୨: ଗତ ୨୦୨୧ ରୁ ୨୦୨୫ ନଭେମ୍ବର ସୁଦ୍ଧା ମଧ୍ୟରେ ରାଜ୍ୟ ତଥା ଦେଶ ବାହାରେ କାମ କରୁଥିବା ସମୟରେ ଓଡ଼ିଶାର ୫୧୮ ଜଣ ପ୍ରବାସୀ...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ, ନୂଆବର୍ଷରେ…

ଶନିଦେବତାଙ୍କୁ ନ୍ୟାୟପ୍ରିୟ ଓ କର୍ମଫଳ ପ୍ରଦାତା ଭାବେ ଗ୍ରହଣ କରାଯାଇଛି । ଶନି ପ୍ରତି ଅଢେଇ ବର୍ଷରେ ଥରେ ରାଶି ପରିବରର୍ତ୍ତନ କରିଥାନ୍ତି । ଶନିଙ୍କର...

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri