ୱିଣ୍ଡଫଲ୍‌ ଟିକସ ହାର ବଢ଼ାଇଲେ ସରକାର

ନୂଆଦିଲ୍ଲୀ,୪।୧: ଅନ୍ତଃରାଷ୍ଟ୍ରୀୟ ତୈଳ ବଜାରରେ ଅଶୋଧିତ ତୈଳର ମୂଲ୍ୟ କ୍ରମାଗତ ଭାବେ ହ୍ରାସ ପାଉଥିବା ବେଳେ ଭାରତରେ ତା’ର ପ୍ରଭାବ ଦେଖିବାକୁ ମିଳୁନାହିଁ। ଫଳରେ ସବୁ ବର୍ଗର ଗ୍ରାହକ ଉଭୟ ସରକାର ଓ ତୈଳ କମ୍ପାନୀଗୁଡ଼ିକ ଉପରେ ଅସନ୍ତୋଷ ପ୍ରକାଶ କରୁଛନ୍ତି। ଇତିମଧ୍ୟରେ କେନ୍ଦ୍ର ସରକାର ଅତିରିକ୍ତ ଟିକସ ବୃଦ୍ଧି ଲାଗି ନିକଟରେ ୱିଣ୍ଡଫଲ୍‌ ଟିକସ ହାର ବଢ଼ାଇ ମଙ୍ଗଳବାରଠାରୁ ନୂଆ ଟିକସ ହାର ତୈଳ କମ୍ପାନୀଗୁଡ଼ିକ ଉପରେ ଲାଗୁ କରାଯାଇଥିବା ବିଶେଷ ସୂତ୍ରରୁ ସୂଚନା ମିଳିଛି। ଏପରିକି ଦେଶ ଭିତରେ ଉତ୍ପାଦନ ହେଉଥିବା ଅଶୋଧିତ ତୈଳ, ଡିଜେଲ ଏବଂ ଆଭିଏଶନ ଟର୍ବାଇନ ଫୁଏଲ୍‌ (ଏଟିଏଫ୍‌) ଉପରେ ଏହି ବର୍ଦ୍ଧିତ ଟିକସ ଲାଗୁ କରାଯାଇଛି। ସେହିଭଳି ମଙ୍ଗଳବାରଠାରୁ ଅଶୋଧିତ ତୈଳ ଉପରେ ଟନ୍‌ ପିଛା ୧,୭୦୦ (୨୦.୫୫ ଡଲାର )ରୁ ୨,୧୦୦ (୨୫.୩୮ଡଲାର)କୁ ବୃଦ୍ଧି କରାଯାଇଥିତ୍ବା ବେଳେ ଡିଜେଲ ଉପରେ ରପ୍ତାନି ଟିକସ ଲିଟର ପିଛା ୫ ଟଙ୍କରୁ ୭.୫ଟଙ୍କାକୁ ବୃଦ୍ଧି କରାଯାଇଛି। ସେହିପରି ଏଟିଏଫ୍‌ ଉପରେ ୱିଣ୍ଡଫଲ୍‌ ଟ୍ୟାକ୍ସକୁ ଲିଟର ପିଛା ୧.୫ ଟଙ୍କାରୁ ୪.୫ଟଙ୍କାକୁ ବୃଦ୍ଧି କରାଯାଇଥିବା ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଉଲ୍ଲେଖଯୋଗ୍ୟ, ଦେଶ ଭିତରେ ତୈଳ ଉତ୍ପାଦନ କରୁଥିବା ଘରୋଇ କମ୍ପାନୀଗୁଡ଼ିକ ବିଦେଶରୁ ଚଢ଼ା ଦାମ୍‌ରେ ଲାଭ ହାସଲ କରିବା ପାଇଁ ଅଧିକ ତୈଳ ବାହାରକୁ ରପ୍ତାନି କରିବା ପରେ ଗତ ବର୍ଷ ଜୁଲାଇରେ ସରକାର ତୈଳ ସାମଗ୍ରୀ ରପ୍ତାନି ଉପରେ ୱିଣ୍ଡଫଲ୍‌ ଟିକସ ଲଗାଇବାକୁ ନିଷ୍ପତ୍ତି ନେଇଥିଲେ। ବର୍ତ୍ତମାନ ସମୟରେ ଭାରତୀୟ ତୈଳ କମ୍ପାନୀଗୁଡ଼ିକ ବ୍ୟାରେଲ ପିଛା ୬୦ ଡଲାରରୁ କମ୍‌ ଦାମରେ ଅଶୋଧିତ ତେଲ କିଣୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଣଶିକ୍ଷା ବିଭାଗର ବଡ଼ ଘୋଷଣା, ଛାତ୍ରୀଛାତ୍ରଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି

ଭୁବନେଶ୍ୱର,୧।୭: ଛାତ୍ରଛାତ୍ରୀଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି । ଚଳିତ ବର୍ଷରେ ହିଁ ନୂଆ ବହି ଯୋଗାଇ ଦେବେ ସରକାର । ଯଥା  ସମ୍ଭବ ଛାତ୍ରୀଛାତ୍ରଙ୍କୁ ବହି…

ଆଜିଠୁ ଶସ୍ତା ହେଲା ୫ କେଜିଆ ଗ୍ୟାସ୍ ସିଲିଣ୍ଡର, ଜାଣନ୍ତୁ ଆପଣଙ୍କ ସହରର ନୂଆ ଦର!

ନୂଆଦିଲ୍ଲୀ,୧।୭: ମହଙ୍ଗା ମାଡ଼ ମଧ୍ୟରେ ଏବେ ଏଲପିଜି (LPG) ଗ୍ରାହକଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। ଆଜି କମର୍ସିଆଲ ଗ୍ୟାସ୍ ସିଲିଣ୍ଡର ସହିତ ‘ଛୋଟ ଗ୍ୟାସ୍ ସିଲିଣ୍ଡର’ ମଧ୍ୟ…

ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ ଡାକ୍ତରୀ ସେବା ସମ୍ପୂର୍ଣ୍ଣ ଠପ: ଓମସାର କାର୍ଯ୍ୟବନ୍ଦ ଆନ୍ଦୋଳନ

ବାରିପଦା, ୧।୭ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ଓଡ଼ିଶା ମେଡିକାଲ ସର୍ଭିସେସ ଆସୋସିଏସନ (ଓମସା)ର କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁଁ ରାଜ୍ୟ ସମେତ ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ  …

ଆନନ୍ଦପୁର ବ୍ଲକରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ହାତାହାତି: ବିଡିଓଙ୍କ ବିରୋଧରେ ଉଠିଥିବା ଅଭିଯୋଗକୁ…

ବଞ୍ଚୋ, ୧।୭ (ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ବ୍ଲକ ପରିସରରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ଘଟିଥିବା ହାତାହାତି ଘଟଣାକୁ ନେଇ ବ୍ଲକ ବିକାଶ ଅଧିକାରୀ (ବିଡିଓ)ଙ୍କ ବିରୋଧରେ…

ଅଲାରନାଥ ମନ୍ଦିରରେ ଭକ୍ତଙ୍କ ଭିଢ଼, କାହିଁକି ବର୍ଷକରେ…

ବ୍ରହ୍ମଗିରି,୧ା୭: ସ୍ନାନପୂର୍ଣ୍ଣିମାରେ ସୋମବାର ଦାରୁଦିଅଁ ୧୦୮ କଳସୀ ଜଳରେ ମହାସ୍ନାନ କରି ଏବେ ଅଣସରପିଣ୍ଡିରେ ଗୁପ୍ତସେବା ପାଉଛନ୍ତି। ଏପଟେ ପୁରୀ ଜିଲାର ବ୍ରହ୍ମଗିରିସ୍ଥିତ ଅଲାରନାଥ ମନ୍ଦିରରେ ମହାପ୍ରଭୁ…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଆଜିଠୁ ବଦଳିଲା ‘ମନରେଗା’ ଯୋଜନା, ନୂଆ ‘VB-G RAM G’ ଆକ୍ଟରେ ଏବେ ପ୍ରତିଦିନ ମିଳିବ…

ନୂଆଦିଲ୍ଲୀ,୧।୭: ଗ୍ରାମୀଣ ରୋଜଗାର କ୍ଷେତ୍ରରେ କେନ୍ଦ୍ର ସରକାର ଆଜି ଅର୍ଥାତ୍ ୧ ଜୁଲାଇ ୨୦୨୬ରୁ ଏକ ଐତିହାସିକ ତଥା ବଡ଼ ନୀତିଗତ ପରିବର୍ତ୍ତନ କାର୍ଯ୍ୟକାରୀ କରିଛନ୍ତି। ଦେଶର…

ଦ୍ରୁତଗତି ସାଜିଲା କାଳ: ବର୍ଷାରେ ହଠାତ୍‌ ବ୍ରେକ୍‌ ମାରିବାରୁ, ଘଟିଲା…

ଦାରିଙ୍ଗବାଡି,୧।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦେଇ ଯାଇଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡି ପଞ୍ଚାୟତ ବୁଡ଼ାଗୁଡା ଛକରେ ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇଛି।…

୩ରେ ଆସି ୫ରେ ଫେରିବେ ଶାହା: ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧ା୭(ସୁନିତ୍‌ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ୩ ତାରିଖ ସା ୮ଟା ୪୦ରେ ଝାରସୁଗୁଡ଼ା ଠାରେ ପହଞ୍ଚିବେ। ଏହାପରେ ସ୍ଥାନୀୟ ଏକ ଘରୋଇ ହୋଟେଲରେ ରାତ୍ରିଯାପନ କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri