ୱିଣ୍ଡଫଲ୍‌ ଟିକସ ହାର ବଢ଼ାଇଲେ ସରକାର

ନୂଆଦିଲ୍ଲୀ,୪।୧: ଅନ୍ତଃରାଷ୍ଟ୍ରୀୟ ତୈଳ ବଜାରରେ ଅଶୋଧିତ ତୈଳର ମୂଲ୍ୟ କ୍ରମାଗତ ଭାବେ ହ୍ରାସ ପାଉଥିବା ବେଳେ ଭାରତରେ ତା’ର ପ୍ରଭାବ ଦେଖିବାକୁ ମିଳୁନାହିଁ। ଫଳରେ ସବୁ ବର୍ଗର ଗ୍ରାହକ ଉଭୟ ସରକାର ଓ ତୈଳ କମ୍ପାନୀଗୁଡ଼ିକ ଉପରେ ଅସନ୍ତୋଷ ପ୍ରକାଶ କରୁଛନ୍ତି। ଇତିମଧ୍ୟରେ କେନ୍ଦ୍ର ସରକାର ଅତିରିକ୍ତ ଟିକସ ବୃଦ୍ଧି ଲାଗି ନିକଟରେ ୱିଣ୍ଡଫଲ୍‌ ଟିକସ ହାର ବଢ଼ାଇ ମଙ୍ଗଳବାରଠାରୁ ନୂଆ ଟିକସ ହାର ତୈଳ କମ୍ପାନୀଗୁଡ଼ିକ ଉପରେ ଲାଗୁ କରାଯାଇଥିବା ବିଶେଷ ସୂତ୍ରରୁ ସୂଚନା ମିଳିଛି। ଏପରିକି ଦେଶ ଭିତରେ ଉତ୍ପାଦନ ହେଉଥିବା ଅଶୋଧିତ ତୈଳ, ଡିଜେଲ ଏବଂ ଆଭିଏଶନ ଟର୍ବାଇନ ଫୁଏଲ୍‌ (ଏଟିଏଫ୍‌) ଉପରେ ଏହି ବର୍ଦ୍ଧିତ ଟିକସ ଲାଗୁ କରାଯାଇଛି। ସେହିଭଳି ମଙ୍ଗଳବାରଠାରୁ ଅଶୋଧିତ ତୈଳ ଉପରେ ଟନ୍‌ ପିଛା ୧,୭୦୦ (୨୦.୫୫ ଡଲାର )ରୁ ୨,୧୦୦ (୨୫.୩୮ଡଲାର)କୁ ବୃଦ୍ଧି କରାଯାଇଥିତ୍ବା ବେଳେ ଡିଜେଲ ଉପରେ ରପ୍ତାନି ଟିକସ ଲିଟର ପିଛା ୫ ଟଙ୍କରୁ ୭.୫ଟଙ୍କାକୁ ବୃଦ୍ଧି କରାଯାଇଛି। ସେହିପରି ଏଟିଏଫ୍‌ ଉପରେ ୱିଣ୍ଡଫଲ୍‌ ଟ୍ୟାକ୍ସକୁ ଲିଟର ପିଛା ୧.୫ ଟଙ୍କାରୁ ୪.୫ଟଙ୍କାକୁ ବୃଦ୍ଧି କରାଯାଇଥିବା ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଉଲ୍ଲେଖଯୋଗ୍ୟ, ଦେଶ ଭିତରେ ତୈଳ ଉତ୍ପାଦନ କରୁଥିବା ଘରୋଇ କମ୍ପାନୀଗୁଡ଼ିକ ବିଦେଶରୁ ଚଢ଼ା ଦାମ୍‌ରେ ଲାଭ ହାସଲ କରିବା ପାଇଁ ଅଧିକ ତୈଳ ବାହାରକୁ ରପ୍ତାନି କରିବା ପରେ ଗତ ବର୍ଷ ଜୁଲାଇରେ ସରକାର ତୈଳ ସାମଗ୍ରୀ ରପ୍ତାନି ଉପରେ ୱିଣ୍ଡଫଲ୍‌ ଟିକସ ଲଗାଇବାକୁ ନିଷ୍ପତ୍ତି ନେଇଥିଲେ। ବର୍ତ୍ତମାନ ସମୟରେ ଭାରତୀୟ ତୈଳ କମ୍ପାନୀଗୁଡ଼ିକ ବ୍ୟାରେଲ ପିଛା ୬୦ ଡଲାରରୁ କମ୍‌ ଦାମରେ ଅଶୋଧିତ ତେଲ କିଣୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦି ଡ୍ରିମ୍‌ ଜିମ୍‌ର ନୂତନ ସେଣ୍ଟର

ଭୁବନେଶ୍ୱର,୨୧।୪: ବର୍ତ୍ତମାନର ବ୍ୟସ୍ତବହୁଳ ଜୀବନ ମଧ୍ୟରେ ସୁସ୍ଥ ଶରୀର ଓ ସ୍ବାସ୍ଥ୍ୟବାନ୍‌ ହେବା ପାଇଁ ସବୁ ବର୍ଗର ଲୋକ ଆଗ୍ରହ ପ୍ରକାଶ କରୁଛନ୍ତି। ଏହାକୁ ନଜରରେ...

ଏଭରେଷ୍ଟ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’, ଫେରାଇଦେଲା ସିଙ୍ଗାପୁର

ଭୁବନେଶ୍ୱର,୧୯।୪: ଏଭରେଷ୍ଟ ଫିସ୍ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’ ମିଳିବା ପରେ ଭାରତରୁ ଆମଦାନୀ କରାଯାଉଥିବା ଏହି ମସାଲାକୁ ଫେରାଇ ଦେଇଛି ସିଙ୍ଗାପୁର। ସିଙ୍ଗାପୁର ଫୁଡ୍...

ଆଜିଠାରୁ ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୧୯।୪ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭେଲୋର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି(ଭିଆଇଟି)ର ବହୁ ପ୍ରତୀକ୍ଷିତ ‘ଦି ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା...

ଗୁଣାତ୍ମକ ଉତ୍ପାଦର ସର୍ବୋତ୍ତମ ବିକ୍ରୟ ସୁଯୋଗ

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ଆର୍‌ୟା ଓମ୍‌ନିଟକ୍‌ ଏବଂ ମୋଟୋରୋଲା ସଲ୍ୟୁଶନ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା (ପାର୍ଟନରଶିପ) ନିକଟରେ ହୋଇଯାଇଛି। ବିଶେଷକରି ଘରୋଇ...

ହୋଣ୍ଡାର ନୂତନ ସିକେଡି ଇଞ୍ଜିନ ଆସେମ୍ବ୍ଲି ଲାଇନ

ଭୁବନେଶ୍ୱର,୧୯।୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ) ଲିମିଟେଡ୍‌ର ନୂତନ କମ୍ପ୍ଲିଟଲି ନକ୍‌ ଡାଉନ୍‌ ବା ସିକେଡି ଇଞ୍ଜିନ୍‌ ଆସେମ୍ବ୍ଲି ଲାଇନ ନିକଟରେ ଉଦ୍‌ଘାଟିତ...

କଗ୍ନିଜାଣ୍ଟକୁ ଶ୍ରେଷ୍ଠ ନିଯୁକ୍ତିଦାତା ମାନ୍ୟତା

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ତଥା ବହୁରାଷ୍ଟ୍ରୀୟ ଆଇଟି କମ୍ପାନୀ ‘କଗ୍ନିଜାଣ୍ଟ’କୁ ନିକଟରେ ଶ୍ରେଷ୍ଠ ନିଯୁକ୍ତିଦାତାର ମାନ୍ୟତା ଓ ସମ୍ମାନ ପ୍ରଦାନ କରାଯାଇଛି। ଲିଙ୍କ୍‌ଡିନ ପକ୍ଷରୁ ଘରୋଇ...

ବଦଳିଲା ଇପିଏଫ୍‌ଓ ନିୟମ: ସହଜରେ ଅଧିକ ଟଙ୍କା ଉଠାଇପାରିବେ ହିତାଧିକାରୀ

ଭୁବନେଶ୍ୱର,୧୯।୪(ଅନୁରାଧା ମହାରଣା): କର୍ମଚାରୀ ଭବିଷ୍ୟ ନିଧି ସଙ୍ଗଠନ (ଇପିଏଫ୍‌ଓ) କୋଟି କୋଟି ଗ୍ରାହକଙ୍କୁ ଆଶ୍ୱସ୍ତିକର ଖବର ଦେଇଛି। ଇପିଏଫ୍‌ଓରୁ ଟଙ୍କା ଉଠାଣ ନିୟମରେ କିଛି ନୂତନ...

୫ ହଜାର କର୍ମଚାରୀଙ୍କୁ ଛଟେଇ କଲା ଟୋଷିବା, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୮।୪: ଜାପାନର ପ୍ରମୁଖ ଇଲେକ୍ଟ୍ରୋନିକ୍ସ କମ୍ପାନୀ ଟୋଷିବା ୫୦୦୦ କର୍ମଚାରୀଙ୍କୁ ଛଟେଇ କରିଛି। କମ୍ପାନୀର ପୁନଃବ୍ୟବସ୍ଥିତ କରିବା ପାଇଁ ଏହି ନିଷ୍ପତି ନିଆଯାଇଛି। ଏହି ସଂଖ୍ୟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri