‘ଆତ୍ମନିର୍ଭର ଓଡ଼ିଶା ଗଠନ ପାଇଁ ସରକାର ସଂକଳ୍ପବଦ୍ଧ’

ସାକ୍ଷୀଗୋପାଳ,୧ା୪(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ ସ୍ମୃତିପୀଠ ପୁରୀ ଜିଲାର ସତ୍ୟବାଦୀରେ ରାଜ୍ୟସ୍ତରୀୟ ଓଡ଼ିଶା ଦିବସ ସମାରୋହ ବୁଧବାର ପାଳିତ ହୋଇଛି। ଏହି କାର୍ଯ୍ୟକ୍ରମରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ସୁଆଣ୍ଡୋ ଗ୍ରାମରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଗୋପବନ୍ଧୁଙ୍କ ଷଠୀଘର ଓ ସଂଗ୍ରହାଳୟ ପରିଦର୍ଶନ ସହିତ ମୁଖ୍ୟମନ୍ତ୍ରୀ ଗୋପବନ୍ଧୁଙ୍କ କୁଳ ଦେବତା ରାଧା ବିନୋଦ ବିହାରୀଙ୍କ ଦର୍ଶନ କରିଥିଲେ। ଏହି ଉପଲକ୍ଷେ ସାକ୍ଷୀଗୋପାଳ କଲେଜ ପଡ଼ିଆରେ ଆୟୋଜିତ ଓଡ଼ିଆପକ୍ଷ ପାଳନ ସାଧାରଣ ସଭାରେ ମୁଖ୍ୟମନ୍ତ୍ରୀ ଉଦ୍‌ବୋଧନ ଦେଇ ସମୃଦ୍ଧ, ସଶକ୍ତ ଓ ଆତ୍ମନିର୍ଭର ଓଡ଼ିଶା ପ୍ରଦେଶ ଗଠନ ପାଇଁ ରାଜ୍ୟ ସରକାର ସଙ୍କଳବଦ୍ଧ ବୋଲି କହିବା ସଙ୍ଗେ ସଙ୍ଗେ ଏଦିଗରେ କେନ୍ଦ୍ର ସରକାରଙ୍କ ପ୍ରୋତ୍ସାହନକୁ ଉଚ୍ଚ ପ୍ରଶଂସା କରିଥିଲେ।

ଗଞ୍ଜାମଠାରୁ ପାରାଦୀପ ଏବଂ ଓଡିଶାର ବିଭିନ୍ନ ଆଧ୍ୟାତ୍ମିକ, ଐତିହ୍ୟପୀଠ ଏବଂ ବ୍ୟବସାୟିକ ସ୍ଥାନଗୁଡ଼ିକର ବିକାଶ ଜରିଆରେ ଆକର୍ଷଣୀୟ ପର୍ଯ୍ୟଟନ ଅଭିବୃଦ୍ଧି କରାଯିବା, କୃଷି, ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ ସୁବିଧା ଯୋଗାଇ ଦେବାକୁ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି ବୋଲି ସେ ସୂଚନା ଦେଇଥିଲେ।

ସେହିପରି ସାକ୍ଷୀଗୋପାଳ ମନ୍ଦିର ବକୁଳ ବନ ଐତିହ୍ୟ କରିଡର ପ୍ରକଳ୍ପ ନିମନ୍ତେ ରାଜ୍ୟ ସରକାର ୫୮୫ କୋଟି ଟଙ୍କା ବ୍ୟୟ କରାଯିବ। ଏଥିନିମନ୍ତେ ଡିପିଆର ପ୍ରସ୍ତୁତ କରାଯାଇଛି। ପୁରୁଣା ପୁଷ୍କରିଣୀ  ସହିତ ରତ୍ନଚିରା ନଦୀ ଶଯ୍ୟା ଉନ୍ନତିକରଣ ଏହି ପ୍ରକଳ୍ପରେ ସାମିଲ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।

ମୁଖ୍ୟମନ୍ତ୍ରୀଙ୍କ ସହିତ ପୁରୀ ଏମ୍‌ପି ଡା. ସମ୍ବିତ ପାତ୍ର, ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକ, ବ୍ରହ୍ମଗିରି ବିଧାୟକ ଉପାସନା ମହାପାତ୍ର, ସତ୍ୟବାଦୀ ବିଧାୟକ ଓମ ପ୍ରକାଶ ମିଶ୍ର, ପୁରୀ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା ଏବଂ ଗୋପବନ୍ଧୁ ସ୍ମୃତି କମିଟିର ସଭାପତି ଧୀରେନ୍ଦ୍ର ନାଥ ଦାଶ ଯୋଗ ଦେଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

ନଦୀରେ ଗାଧୋଉଥିବାବେଳେ ଆକ୍ରମଣ କଲା କୁମ୍ଭୀର, ଆଉ ତା’ ପରେ…

କଳିଙ୍ଗନଗର,୧ା୪(ଶୁଭାଶିଷ ରାଉତ): ଯୋକଡିଆ ପାଟିଆ ନଈରେ କୁମ୍ଭୀର ଆକ୍ରମଣରେ ଜଣେ ଶ୍ରମଜୀବୀ ଗୁରୁତର ଆହତ ହୋଇଛନ୍ତି। ସୌଭାଗ୍ୟ କ୍ରମେ ଅଳ୍ପକେ ବର୍ତ୍ତିଯାଇଛି ତାଙ୍କ ଜୀବନ। ଯାଜପୁର ଜିଲା…

ANM ସ୍ତ୍ରୀଙ୍କୁ ମାରି ନିଆଁ ଲଗାଇବା ବେଳେ ନିଜେ ଜଳିଯାଇଥିଲେ, ଅର୍ଦ୍ଧଦଗ୍ଧ ସ୍ବାମୀରବି ହେଲା ମୃତ୍ୟୁ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମୃତ୍ୟୁ ଘଟଣା…

ଥାନାରେ ପଶି ଥାନାଧିକାରୀଙ୍କୁ ଗାଳିଗୁଲଜ କରି ଯୁବକ ଦେଲେ ହତ୍ୟା ଧମକ, ଭଦ୍ରଲୋକ ହୋଇ ଥାନାକୁ ଆସିଲେ,

ଉଦଳା,୧।୪(ସନ୍ତୋଷ କୁମାର ବାଛିନୀ): ଥାନାରେ ପଶି ହଙ୍ଗାମା କଲେ ଯୁବକ । ମହିଳା ଥାନା ଅଧିକାରୀଙ୍କ ସହିତ ଅନ୍ୟ ମହିଳା ଅଧିକାରୀଙ୍କୁ ଦୁର୍ବ୍ୟବହାର କରିଲେ ଯୁବକ। କପ୍ତିପଦା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri