ସରକାର ଲୁଚାଉଛନ୍ତି କୋଭିଡ୍‌ ମୃତ୍ୟୁ ସଂଖ୍ୟା

କଟକ ଅଫିସ, ୧୯।୬: ରାଜ୍ୟରେ ବାସ୍ତବ ପକ୍ଷେ ଯେତିକି କୋଭିଡ୍‌ଜନିତ ମୃତ୍ୟୁ ଘଟୁଛି ସରକାର ତାହାକୁ ଦର୍ଶାଉ ନାହାନ୍ତି। ଏହି ମୃତ୍ୟୁସଂଖ୍ୟାକୁ ରାଜ୍ୟ ସରକାର ଲୁଚାଉଛନ୍ତି। ତେଣୁ ଏହାର ସ୍ବତନ୍ତ୍ର ଅଡିଟ କରାଯିବାକୁ ଶୁକ୍ରବାର ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ଦାଏର ହୋଇଛି। ଏଥିସହ ଗ୍ରାମାଞ୍ଚଳରେ କୋଭିଡ୍‌ ଟେଷ୍ଟ ଓ ଟିକାକରଣ ବ୍ୟାପକ କରାଯିବାକୁ ଦାବି କରାଯାଇଛି। ହାଇକୋର୍ଟ ଏ ନେଇ ମୁଖ୍ୟ ଶାସନ ସଚିବ ଓ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦେବାକୁ ଆଇନଜୀବୀ ନିଶିକାନ୍ତ ମିଶ୍ର ତାଙ୍କ ପିଟିଶନରେ ନିବେଦନ କରିଛନ୍ତି।
ପିଟିଶନରେ ଉଲ୍ଲେଖ ହୋଇଛି ଯେ, କରୋନାର ଦ୍ୱିତୀୟ ଲହରରେ ସଂକ୍ରମଣ ରୋକିବାରେ ରାଜ୍ୟ ସରକାର ବିଫଳ ହୋଇଛନ୍ତି। ଗ୍ରାମାଞ୍ଚଳରେ ସଂକ୍ରମଣ ହାର ବଢିଛି। ରାଜ୍ୟରେ ହେଉଥିବା ପ୍ରକୃତ ମୃତ୍ୟୁର ତଥ୍ୟ ଲୁଚାଇବାକୁ ସରକାର ଚେଷ୍ଟା କରୁଛନ୍ତି। ଆବେଦନକାରୀ ମିଶ୍ର ଗତ ଏପ୍ରିଲ ୨୫ରେ ସତୀଚଉରା ଶ୍ମଶାନ ପରିଦର୍ଶନ କରି ସିଏମ୍‌ସି କର୍ମଚାରୀଙ୍କ ସହ ଆଲୋଚନା କରିଥିଲେ। ସେହିଦିନ ଅତିକମ୍‌ରେ ୪୪ ମୃତଦେହ ସତ୍କାର କରାଯାଇଥିବାବେଳେ ସରକାରୀ ଭାବେ ମାତ୍ର ୩ ବୋଲି ଦର୍ଶାଯାଇଥିଲା। ସେହିପରି ଏପ୍ରିଲ ୨୬ରେ ଭୁବନେଶ୍ୱର ସତ୍ୟନଗର ଶ୍ମଶାନରେ ଅତିକମ୍‌ରେ ୪୦ ଶବଦାହ ହୋଇଥିବାବେଳେ ଧାଡ଼ିରେ ୮ରୁ ୯ ମୃତଦେହ ରହିଥିବା ଗଣମାଧ୍ୟମରେ ପ୍ରକାଶ ପାଇଥିଲା। ପଶ୍ଚିମ ଓଡ଼ିଶାର ନୂଆପଡ଼ାରେ ଗତ ଏପ୍ରିଲରେ କୋଭିଡ୍‌ ପଜିଟିଭ ହାର ୩୫ ପ୍ରତିଶତ ରହିଥିଲା। ଅର୍ଥାତ ୩ଜଣରେ ଜଣେ ଆକ୍ରାନ୍ତ ଥିଲେ। ସରକାରୀ ଭାବେ ୪ଜଣ ମୃତ୍ୟୁ ଦର୍ଶାଯାଇଥିବାବେଳେ ଜିଲାର କୋଭିଡ୍‌ ହସ୍ପିଟାଲ ପକ୍ଷରୁ ୮୨ ମୃତ୍ୟୁ ହୋଇଥିବା ରିପୋର୍ଟ ମିଳିଥିଲା। ସମ୍ବଲପୁର ଜିଲାରେ କୋଭିଡ୍‌ଜନିତ ମୃତ୍ୟୁ ୧୯୧ ବୋଲି ହସ୍ପିଟାଲ ପକ୍ଷରୁ ଜଣାପଡ଼ିିଥିବାବେଳେ ସରକାରୀ ତଥ୍ୟରେ ୮୨ବୋଲି ଦର୍ଶାଯାଇଥିଲା। ଅନ୍ୟପଟେ, ଦ୍ୱିତୀୟ ଲହରରେ ନୟାଗଡ଼ ଜିଲାରେ କୋଭିଡ୍‌ଜନିତ ମୃତ୍ୟୁସଂଖ୍ୟା ୯୭ ବୋଲି ଜିଲା ସମାଜ ମଙ୍ଗଳ ଅଧିକାରୀଙ୍କୁ ମୁଖ୍ୟ ଜିଲା ଚିକିତ୍ସାଧିକାରୀ ତଥ୍ୟ ପ୍ରଦାନ କରିଥିବାବେଳେ ରାଜ୍ୟ ସରକାରଙ୍କ ପୋର୍ଟାଲରେ ୫୯ ଆକ୍ରାନ୍ତଙ୍କ ମଧ୍ୟରୁ ୧୪ ଜଣଙ୍କର କୋଭିଡ୍‌ଜନିତ ମୃତ୍ୟୁ ହୋଇଥିବା ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri