ସରକାର ଲୁଚାଉଛନ୍ତି କୋଭିଡ୍‌ ମୃତ୍ୟୁ ସଂଖ୍ୟା

କଟକ ଅଫିସ, ୧୯।୬: ରାଜ୍ୟରେ ବାସ୍ତବ ପକ୍ଷେ ଯେତିକି କୋଭିଡ୍‌ଜନିତ ମୃତ୍ୟୁ ଘଟୁଛି ସରକାର ତାହାକୁ ଦର୍ଶାଉ ନାହାନ୍ତି। ଏହି ମୃତ୍ୟୁସଂଖ୍ୟାକୁ ରାଜ୍ୟ ସରକାର ଲୁଚାଉଛନ୍ତି। ତେଣୁ ଏହାର ସ୍ବତନ୍ତ୍ର ଅଡିଟ କରାଯିବାକୁ ଶୁକ୍ରବାର ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ଦାଏର ହୋଇଛି। ଏଥିସହ ଗ୍ରାମାଞ୍ଚଳରେ କୋଭିଡ୍‌ ଟେଷ୍ଟ ଓ ଟିକାକରଣ ବ୍ୟାପକ କରାଯିବାକୁ ଦାବି କରାଯାଇଛି। ହାଇକୋର୍ଟ ଏ ନେଇ ମୁଖ୍ୟ ଶାସନ ସଚିବ ଓ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦେବାକୁ ଆଇନଜୀବୀ ନିଶିକାନ୍ତ ମିଶ୍ର ତାଙ୍କ ପିଟିଶନରେ ନିବେଦନ କରିଛନ୍ତି।
ପିଟିଶନରେ ଉଲ୍ଲେଖ ହୋଇଛି ଯେ, କରୋନାର ଦ୍ୱିତୀୟ ଲହରରେ ସଂକ୍ରମଣ ରୋକିବାରେ ରାଜ୍ୟ ସରକାର ବିଫଳ ହୋଇଛନ୍ତି। ଗ୍ରାମାଞ୍ଚଳରେ ସଂକ୍ରମଣ ହାର ବଢିଛି। ରାଜ୍ୟରେ ହେଉଥିବା ପ୍ରକୃତ ମୃତ୍ୟୁର ତଥ୍ୟ ଲୁଚାଇବାକୁ ସରକାର ଚେଷ୍ଟା କରୁଛନ୍ତି। ଆବେଦନକାରୀ ମିଶ୍ର ଗତ ଏପ୍ରିଲ ୨୫ରେ ସତୀଚଉରା ଶ୍ମଶାନ ପରିଦର୍ଶନ କରି ସିଏମ୍‌ସି କର୍ମଚାରୀଙ୍କ ସହ ଆଲୋଚନା କରିଥିଲେ। ସେହିଦିନ ଅତିକମ୍‌ରେ ୪୪ ମୃତଦେହ ସତ୍କାର କରାଯାଇଥିବାବେଳେ ସରକାରୀ ଭାବେ ମାତ୍ର ୩ ବୋଲି ଦର୍ଶାଯାଇଥିଲା। ସେହିପରି ଏପ୍ରିଲ ୨୬ରେ ଭୁବନେଶ୍ୱର ସତ୍ୟନଗର ଶ୍ମଶାନରେ ଅତିକମ୍‌ରେ ୪୦ ଶବଦାହ ହୋଇଥିବାବେଳେ ଧାଡ଼ିରେ ୮ରୁ ୯ ମୃତଦେହ ରହିଥିବା ଗଣମାଧ୍ୟମରେ ପ୍ରକାଶ ପାଇଥିଲା। ପଶ୍ଚିମ ଓଡ଼ିଶାର ନୂଆପଡ଼ାରେ ଗତ ଏପ୍ରିଲରେ କୋଭିଡ୍‌ ପଜିଟିଭ ହାର ୩୫ ପ୍ରତିଶତ ରହିଥିଲା। ଅର୍ଥାତ ୩ଜଣରେ ଜଣେ ଆକ୍ରାନ୍ତ ଥିଲେ। ସରକାରୀ ଭାବେ ୪ଜଣ ମୃତ୍ୟୁ ଦର୍ଶାଯାଇଥିବାବେଳେ ଜିଲାର କୋଭିଡ୍‌ ହସ୍ପିଟାଲ ପକ୍ଷରୁ ୮୨ ମୃତ୍ୟୁ ହୋଇଥିବା ରିପୋର୍ଟ ମିଳିଥିଲା। ସମ୍ବଲପୁର ଜିଲାରେ କୋଭିଡ୍‌ଜନିତ ମୃତ୍ୟୁ ୧୯୧ ବୋଲି ହସ୍ପିଟାଲ ପକ୍ଷରୁ ଜଣାପଡ଼ିିଥିବାବେଳେ ସରକାରୀ ତଥ୍ୟରେ ୮୨ବୋଲି ଦର୍ଶାଯାଇଥିଲା। ଅନ୍ୟପଟେ, ଦ୍ୱିତୀୟ ଲହରରେ ନୟାଗଡ଼ ଜିଲାରେ କୋଭିଡ୍‌ଜନିତ ମୃତ୍ୟୁସଂଖ୍ୟା ୯୭ ବୋଲି ଜିଲା ସମାଜ ମଙ୍ଗଳ ଅଧିକାରୀଙ୍କୁ ମୁଖ୍ୟ ଜିଲା ଚିକିତ୍ସାଧିକାରୀ ତଥ୍ୟ ପ୍ରଦାନ କରିଥିବାବେଳେ ରାଜ୍ୟ ସରକାରଙ୍କ ପୋର୍ଟାଲରେ ୫୯ ଆକ୍ରାନ୍ତଙ୍କ ମଧ୍ୟରୁ ୧୪ ଜଣଙ୍କର କୋଭିଡ୍‌ଜନିତ ମୃତ୍ୟୁ ହୋଇଥିବା ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?