ଲଖନପୁର,୨୧।୧: କଂଗ୍ରେସର ଭାରତ ଯୋଡ଼ୋ ଯାତ୍ରା ଶେଷ ପର୍ଯ୍ୟାୟରେ ଜମ୍ମୁ-କଶ୍ମୀରରେ ପ୍ରବେଶ କରିଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶୁକ୍ରବାର ଏଠାରେ ଏକ ସଭାକୁ ସମ୍ବୋଧନ କରିବା ଅବସରରେ କେନ୍ଦ୍ର ସରକାରଙ୍କୁ ସମାଲୋଚନା କରିଛନ୍ତି। କେନ୍ଦ୍ର ସରକାରକୁ ସେ ଗଣଲୁଟେରା କରିଛନ୍ତି। ଲୋକଙ୍କ ଧ୍ୟାନ ହଟାଇବା ପରେ ସେମାନଙ୍କୁ ଲୁଟାଯାଉଛି ବୋଲି କଂଗ୍ରେସ ନେତା ଅଭିଯୋଗ କରିଛନ୍ତି। କନ୍ୟାକୁମାରୀରୁ ଆରମ୍ଭ ହୋଇଥିବା ପଦଯାତ୍ରା ଶେଷରେ କଶ୍ମୀରରେ ପହଞ୍ଚତ୍ଛି। ଏହି ସମୟ ମଧ୍ୟରେ ରାହୁଲ ହଜାର ହଜାର ଲୋକଙ୍କ ସହ କଥା ହୋଇଛନ୍ତି। ପ୍ରବଳ ଥଣ୍ଡାରେ ତାଙ୍କ ସହ ହଜାର ହଜାର ଲୋକ ଚାଲିଛନ୍ତି। ଭାଜପା ଏବଂ ଆର୍ଏସ୍ଏସ୍ ଦେଶରେ ଘୃଣାର ପ୍ରସାର କରୁଛନ୍ତି। ଦେଶବାସୀ ଘୃଣା, ହିଂସା, ବେରୋଜଗାରି ଏବଂ ମୂଲ୍ୟବୃଦ୍ଧି ଆଦିକୁ ଦୈନନ୍ଦିନ ସାମ୍ନା କରୁଛନ୍ତି। ହେଲେ ଗଣମାଧ୍ୟମ ସେଗୁଡ଼ିକର ପ୍ରଚାର କରୁ ନ ଥିବାରୁ ରାହୁଲ ଏହାର ନିନ୍ଦା କରିଥିଲେ। ଲୋକଙ୍କ ଧ୍ୟାନ ହଟାଇବା ପାଇଁ ବଲିଉଡ୍ ଷ୍ଟାର୍ ଐଶ୍ୱର୍ଯ୍ୟା ରାୟ ଏବଂ ଅକ୍ଷୟ କୁମାରଙ୍କ ବିଷୟକୁ ଗଣମାଧ୍ୟମ ପ୍ରଚାର କରୁଛନ୍ତି ବୋଲି ରାହୁଲ କହିଥିଲେ।
ଜମ୍ମୁ-କଶ୍ମୀରର ସୀମାନ୍ତ କଠଓ୍ବା ଜିଲାରୁ ଭାରତ ଯୋଡ଼ୋ ଯାତ୍ରା ଆରମ୍ଭ ହୋଇଥିଲାବେଳେ ଏଥିରେ ଶିବସେନା (ୟୁବିଟି)ର ସଞ୍ଜୟ ରାଉତଙ୍କ ସମେତ ଅନେକ ନେତା ସାମିଲ ହୋଇଛନ୍ତି। ଦଳ ତରଫରୁ ସେ ଯାତ୍ରାରେ ଯୋଗଦେଇଥିବା କହିଛନ୍ତି। ଦେଶର ରାଜନୈତିକ ବାତାବରଣ ଦ୍ରୁତ ଗତିରେ ବଦଳୁଛି। ବାସ୍ତବ ପ୍ରସଙ୍ଗ ଉପରେ କଂଗ୍ରେସ ନେତା ରାହୁଲ ହିଁ ସ୍ବର ଉଠାଉଥିବା ସେ ଦେଖୁଛନ୍ତି ବୋଲି ସଞ୍ଜୟ କହିଛନ୍ତି। ପ୍ରବଳ ଥଣ୍ଡା ଯୋଗୁ ଶୁକ୍ରବାର ସକାଳେ ଘଣ୍ଟାଏ ୧୫ ମିନିଟ୍ ବିଳମ୍ବରେ ପଦଯାତ୍ରା ଆରମ୍ଭ ହୋଇଥିଲା। ଗତବର୍ଷ ସେପ୍ଟେମ୍ବର ୭ରେ କନ୍ୟାକୁମାରୀରୁ ଆରମ୍ଭ ହୋଇଥିବା ଭାରତ ଯୋଡ଼ୋ ଯାତ୍ରା ପଞ୍ଜାବ ଅତିକ୍ରମ କରି ଗୁରୁବାର ସନ୍ଧ୍ୟାରେ ଜମ୍ମୁ-କଶ୍ମୀରରେ ପ୍ରବେଶ କରିଥିଲା। ଆସନ୍ତା ୩୦ ତାରିଖରେ ଶ୍ରୀନଗରଠାରେ ପଦଯାତ୍ରା ଶେଷ ହେବ।
ଆମେରିକା ଗୋଟିଏ ରାତିରେ ଇରାନ୍କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…
ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍କୁ ଧ୍ୱଂସ…
ବିରୋଧୀଙ୍କୁ ଝଟ୍କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ
ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…
ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ
ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…
ସୁନା ଭର୍ତ୍ତି ବ୍ୟାଗ୍ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..
ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…
କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି
ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…
ସଲମାନଙ୍କ ଫଟା ଜୋତାର ଦାମ୍ ଜାଣିଲେ ଉଡିଯିବ ହୋଶ୍
ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…
ହାର୍ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍
ଓ୍ବାଶିଂଟନ୍,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍…
ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍: ଉଜୁଡିଲା ଚାଷୀଙ୍କ ଅମଳ ଆଶା
ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…
Archives

