ରାଜସ୍ବ ହରାଉଛନ୍ତି ସରକାର

ଭୁବନେଶ୍ୱର,୧୯।୯: ସାରା ଦେଶରେ ବ୍ୟବସାୟିକ କ୍ଷେତ୍ରରେ କମର୍ସିଆଲ ଗ୍ୟାସ୍‌ ପରିବର୍ତ୍ତେ ଘରୋଇ ଗ୍ୟାସ୍‌ର ବହୁଳ ବ୍ୟବହାର ଯୋଗୁ ଉଭୟ ରାଜ୍ୟ ଓ କେନ୍ଦ୍ର ପ୍ରତି ବର୍ଷ କୋଟି କୋଟି ଟଙ୍କାର ରାଜସ୍ବ ହରାଉଛନ୍ତି। ସେହିଭଳି ଉଭୟ ସରକାରଙ୍କ ସମ୍ପୃକ୍ତ ବିଭାଗର ଅବହେଳା ନୀତି ଯୋଗୁ ଏଭଳି ଘଟଣା ଘଟୁଥିବା ଓଡିଶା ଏଲପିଜି ବିତରକ ସଂଘ ପକ୍ଷରୁ ଅଭିଯୋଗ ସହ ନିକଟରେ ଏକ ପ୍ରତିନିଧି ଦଳ ରାଜ୍ୟ ଖାଦ୍ୟ ଯୋଗାଣ ଏବଂ ଖାଉଟି ବିଭାଗ ମନ୍ତ୍ରୀ ଅତନୁ ସବ୍ୟସାଚ୍ଚୀ ନାୟକଙ୍କୁ ଭେଟି ଏକ ୧୦ ଦଫା ସମ୍ମିଳିତ ଦାବି ପତ୍ର ପ୍ରଦାନ କରିଥିଲେ। ସେହିପରି ସଂଘର କହିବା ଅନୁସାରେ ସରକାର ୧୯କି.ଗ୍ରା ଏଲପିଜି ସିଲିଣ୍ଡର ଉପରେ ୧୮% ଜିଏସଟି ଏବଂ ୧୪.୨କି.ଗ୍ରା ଏଲପିଜି ସିଲିଣ୍ଡର ଉପରେ ୫% ଜିଏସଟି ଆଦାୟ କରୁଛନ୍ତି। ହେଲେ କିଛି ଅସାଧୁ ବ୍ୟବସାୟୀ ନିଜର ଲାଭ ପାଇଁ ବ୍ୟବସାୟ କ୍ଷେତ୍ରରେ ଘରୋଇ ଗ୍ୟାସର ବ୍ୟାପକ ବ୍ୟବହାର କରୁଛନ୍ତି। ଫଳରେ ସରକାରଙ୍କର କର୍ମସିଆଲ ଗ୍ୟାସ ବିକ୍ରି ବାବଦୀୟ ଟିକସ (ଜିଏସଟି) ହ୍ରାସ ପାଉଛି। ଏପରିକି ଉଭୟ ସିଲିଣ୍ଡର ଉପରେ ଜିଏସଟିର ଅସମାନତା ଅଭାବରୁ ସରକାର ରାଜସ୍ବ କ୍ଷତି ସହୁଥିବା ଦର୍ଶାଇବା ସହ ସେଥିରେ ସୁଧାର ଆଣିବା ପାଇଁ ସଂଘ ପକ୍ଷରୁ ମଧ୍ୟ ସରକାରଙ୍କୁ ପ୍ରସ୍ତାବ ଦିଆଯାଇଛି। ଉକ୍ତ ପ୍ରତିନିଧି ଦଳରେ ସଂଘର ସଭାପତି ବିଶ୍ୱନାଥ ମୁଖାର୍ଜୀ, ଉପସଭାପତି ବାଣୀ ନିର୍ମାଲ୍ୟ ଦାସ, ସମ୍ପାଦକ ଡ.ଲୋପାମୁଦ୍ରା ବକ୍ସିପାତ୍ରଙ୍କ ସମେତ ସୂର୍ଯ୍ୟସାରଥୀ ବେହେରା,ଅଭିଜିତ ବରାଳ, ପବିତ୍ର ସାହୁ, ରଞ୍ଜନ ମହାପାତ୍ର,ନନ୍ଦ କୁମାର ମିଶ୍ର ଏବଂ ଆଶିଷ ପ୍ରଧାନ ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ହେଲା ଯୁଦ୍ଧ! ପ୍ରଥମ ଥର ପାଇଁ ଆମେରିକାର ୮୦୦ କୋଟିର ଫାଇଟର ଜେଟ୍‌କୁ ଇରାନର ଟାର୍ଗେଟ, ବଢ଼ିଲା…

ୱାଶିଂଟନ, ୧୯।୩:ମଧ୍ୟ-ପ୍ରାଚ୍ୟ ରଣାଙ୍ଗନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆମେରିକାର ଏକ ଅତ୍ୟାଧୁନିକ F-୩୫ ଷ୍ଟେଲଥ ଫାଇଟର ଜେଟ୍‌ ଇରାନ ଉପରେ ଏକ ଯୁଦ୍ଧ ମିଶନରେ…

ଇଂଲଣ୍ଡ ଗସ୍ତ ପୂର୍ବରୁ ଆୟର୍ଲାଣ୍ଡରେ ଟି୨୦ ସିରିଜ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୯ା୩: ବିଶ୍ୱ ଚାମ୍ପିୟନ ଭାରତ, ଇଂଲଣ୍ଡରେ ଧଳା ବଲ ସିରିଜ୍‌ ଖେଳିବା ପୂର୍ବରୁ ଆସନ୍ତା ଜୁନରେ ଆୟର୍ଲାଣ୍ଡ ବିପକ୍ଷରେ ଏକ ଟି୨୦ ସିରିଜ୍‌ ଖେଳିବ। ଆୟର୍ଲାଣ୍ଡର ଡାଇରେକ୍ଟର…

କାଳବୈଶାଖୀ: ଉଡ଼ିଲା ଘର ଛପର, ଭାଙ୍ଗିଲା ଗଛ

ବିନିକା,୧୯ା୩ (ରାମ ଗୋପାଳ ବାଘ): ସୁବର୍ଣ୍ଣପୁର ଜିଲା ବିନିକା ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷତି ହୋଇଛି l ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଘର ଛପର ଉଡାଇ…

ଗୋଟିଏ ଦିନରେ IPLରୁ ୩ ବଡ଼ ଖେଳାଳି ବାହାର, ଲିଗ୍‌ ଆରମ୍ଭ ପୂର୍ବରୁ ହଇଚଇ

ନୂଆଦିଲ୍ଲୀ, ୧୯।୩: ଆଇପିଏଲ୍‌ର ନୂଆ ସିଜନ ଆରମ୍ଭ ହେବାକୁ ଆଉ ମାତ୍ର କିଛି ଦିନ ବାକି ଥିବା ବେଳେ ଏକାଧିକ ଫ୍ରାଞ୍ଚାଇଜ ପାଇଁ ଅଡୁଆ ବଢ଼ିବାରେ ଲାଗିଛି।…

ଗିରଫ ମାଓବାଦୀ ଖୋଲିଲେ ବଡ଼ ଗୁମର

ବଣାଇଁ,୧୯।୩(ପ୍ରଦୀପ ତ୍ରିପାଠୀ): ଓଡ଼ିଶା ଝାଡ଼ଖଣ୍ଡ ସୀମା ସଂଲଗ୍ନ ଝାଡ଼ଖଣ୍ଡ ଲାତେହାର ଜିଲାରେ ଚାଲିଥିବା ମାଓବାଦୀ ବିରୋଧୀ ଅଭିଯାନ କ୍ରମେ ଚଳିତ ମାସ ୧୪ ତାରିଖ ସୁରକ୍ଷାକର୍ମୀ ୨ଜଣ…

ମମତାଙ୍କ ପାଇଁ ଭାଜପାର ‘ଚକ୍ରବ୍ୟୁହ’: ଏପଟେ ଶୁଭେନ୍ଦୁ, ସେପଟେ ହୁମାୟୁନଙ୍କ ମୁସଲିମ୍‌ କାର୍ଡ, ଅସୁବିଧା…

କୋଲକାତା,୧୯।୩: ପଶ୍ଚିମବଙ୍ଗ ରାଜନୀତିରେ ଗୁରୁବାର ଏକ ବଡ଼ ଧରଣର ହଲଚଲ ଦେଖିବାକୁ ମିଳିଛି। ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଭବାନୀପୁର ଆସନ ଏବେ ହଟ୍‌ସ୍ପଟ ପାଲଟିଛି। ମୁଖ୍ୟମନ୍ତ୍ରୀ…

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

ବଜ୍ରପାତରେ ଜଳିଗଲା ନଡ଼ିଆ ଗଛ

ଢେଙ୍କିକୋଟ,୧୯ା୩(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟଠାରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ସାଙ୍ଗକୁ ବର୍ଷା ହୋଇଥିଲା। ବଜ୍ରପାତରେ ଢେଙ୍କିକୋଟ ବଜାରସ୍ଥିତ ରାମଚନ୍ଦ୍ର ସାହୁଙ୍କ ବାଡ଼ିରେ ଥିବା ନଡ଼ିଆ ଗଛ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri