Posted inଜାତୀୟ

ସରକାର କିଛି ବି କରୁ ନାହାନ୍ତି-ରିପୋର୍ଟ ଭୁଲ୍‌, ସୁପ୍ରିମ୍‌କୋର୍ଟଙ୍କ ଭର୍ସନା…

ନୂଆଦିଲ୍ଲୀ,୨୪।୧୧: ଦିଲ୍ଲୀ ଏନସିଆର୍‌ରେ ବୃଦ୍ଧି ପାଉଥିବା ବାୟୁ ପ୍ରଦୂଷଣ ନେଇ ସୁପ୍ରିମ୍‌କୋର୍ଟ ପୁଣି ଥରେ ସରକାରଙ୍କୁ ଭର୍ସନା କରିଛନ୍ତି। କୋର୍ଟ କହିଛନ୍ତି ସରକାର କିଛି ବି କରୁ ନାହାନ୍ତି, ରିପୋର୍ଟ ଭୁଲ। ପ୍ରଦୂଷଣ ହ୍ରାସ କରିବା ପାଇଁ କେଉଁ କାର୍ଯ୍ୟ କରିଛନ୍ତି ତାହା ସରକାରଙ୍କୁ ପୁଣି ଥରେ ସୁପ୍ରିମକୋର୍ଟ ପ୍ରଶ୍ନକୁ ପଚାରିଛନ୍ତି।

ପ୍ରଧାନ ବିଚାରପତି ଏନ.ଭି ରମନାଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ କହିଛନ୍ତି ସମସ୍ୟା ହେଉଛି ଯେ ଲୋକମାନେ ଭାବୁଛନ୍ତି ଶୀର୍ଷ କୋର୍ଟରେ ସମାଧାନ ବାଟ ଫିଟୁଛି। ମାତ୍ର ଏପରିସ୍ଥଳେ ସରକାର କୌଣସି କାର୍ଯ୍ୟ କରୁନାହାଁନ୍ତି। କିଛି ଖବରକାଗଜ ରିପୋର୍ଟରେ ଉଲ୍ଲେଖ କରାଯାଇଛି କୋର୍ଟଙ୍କ ପକ୍ଷରୁ ଗ୍ରହଣ କରାଯାଇଥିବା ପଦକ୍ଷେପ ପରେ ପ୍ରଦୂଷଣ ୪୦ ପ୍ରତିଶତ ହ୍ରାସ ପାଇଛି। ଏହା କେତେ ଠିକ ତାହା କୋର୍ଟଙ୍କୁ ଜଣା ନାହିଁ ବୋଲି ଖଣ୍ଡପୀଠ କହିଛନ୍ତି।

ଅଦାଲତ କହିଛନ୍ତି ଯେ ବର୍ତ୍ତମାନ ଶ୍ରମିକମାନେ ଆମ ସହ ଯୋଗାଯୋଗ କରିଛନ୍ତି ଯେ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବା ଉଚିତ। ଆସନ୍ତାକାଲି କୃଷକମାନେ ଆମଠାରୁ ଦାବି କରିବେ ଯେ ସେମାନଙ୍କୁ ନଡ଼ା ଜାଳିବା ପାଇଁ ଅନୁମତି ଦିଆଯାଉ। ଅଦାଲତ କହିଛନ୍ତି ଯଦିଓ ପ୍ରଦୂଷଣର ସ୍ତର ସାମାନ୍ୟ ହ୍ରାସ ପାଇଛି, କିନ୍ତୁ ଆମେ ଏହି ମାମଲା ବନ୍ଦ କରିବାକୁ ଯାଉନାହୁଁ। ଆମେ ଏହା ଉପରେ ଶୁଣାଣି ଜାରି ରଖିବୁ। ଏହା ସହିତ କୋର୍ଟ ଏହି ମାମଲାର ପରବର୍ତ୍ତୀ ଶୁଣାଣି ସୋମବାର କରାଯିବ ବୋଲି କହିଛନ୍ତି।

ପ୍ରଧାନ ବିଚାରପତି କହିଛନ୍ତି ସରକାରଙ୍କୁ ୩ ଦିନ ସମୟ ଦିଆ ଯାଇଛି। ଏହି ମାମଲାର ଶୁଣାଣି ପ୍ରତିଦିନ ଅବା ପ୍ରତି ଦୁଇଦିନ ଅନ୍ତରରେ କରାଯିବ। ଏହା ସହିତ କୋର୍ଟ ଏୟାର କ୍ୱାଲିଟି ଇଣ୍ଡେକ୍ସ ଉପରେ ମଧ୍ୟ ପ୍ରଶ୍ନ କରିଛନ୍ତି ଏବଂ କହିଛନ୍ତି ଯେ ବର୍ତ୍ତମାନ ଏହା ୩୮୧ ରହିଛି। ମାତ୍ର ସରକାରଙ୍କ ପକ୍ଷରୁ ଉପସ୍ଥାପିତ ହୋଇଥିବା ରିପୋର୍ଟରେ ଏହା ୨୯୦ ରହିଛି। ଏହା କେବେ ମଧ୍ୟ ଠିକ ତଥ୍ୟ ନୁହେଁ। ଦିଲ୍ଲୀ ଏନସିଆର୍‌ ସ୍ଥିତିରେ କୌଣସି ବଡ଼ ପରିବର୍ତ୍ତନ ହୋଇ ନାହିଁ। ଯଦିଓ ପୂର୍ବାପେକ୍ଷା ପ୍ରଦୂଷଣ ବର୍ତ୍ତମାନ ଟିକେ ହ୍ରାସ ପାଇଛି, କିନ୍ତୁ ଏହା ପୁଣି ଏକ ଗୁରୁତର ଅବସ୍ଥାରେ ପହଞ୍ଚିବାର ଆଶଙ୍କା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri