Posted inଜାତୀୟ

ଦେଶ ହିତରେ ଚର୍ଚ୍ଚା ପାଇଁ ସରକାର ପ୍ରସ୍ତୁତ, କହିଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୨୯।୧୧: ଶୀତକାଳୀନ ଅଧିବେଶନ ଆରମ୍ଭ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସଂସଦରେ ଗଣମାଧ୍ୟମକୁ ସମ୍ବୋଧିତ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ସରକାର  ଦେଶ ହିତକୁ ଦୃଷ୍ଟିରେ ରଖି ପ୍ରତ୍ୟେକ ପ୍ରସଙ୍ଗ ଉପରେ ଖୋଲା ଆଲୋଚନା ପାଇଁ ପ୍ରସ୍ତୁତ। ପ୍ରତ୍ୟେକ ପ୍ରଶ୍ନର ଉତ୍ତର ଦେବାକୁ ସରକାର ପ୍ରସ୍ତୁତ ଅଛନ୍ତି। ତେବେ ଗାରିମା ରକ୍ଷା ଲାଗି ସଂସଦରେ ପ୍ରଶ୍ନ କରାଯିବା ସହିତ ଶାନ୍ତି ବଜାୟ ରହିବା ଉଚିତ। ସଦନ ଏବଂ ଚେୟାର ପ୍ରତି ସମ୍ମାନବୋଧ ରହିବା ଜରୁରୀ।

ପ୍ରଧାନମନ୍ତ୍ରୀ କହିଛନ୍ତି, ’ସଂସଦର ଏହି ଅଧିବେଶନ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଦେଶର ପ୍ରତ୍ୟେକ ନାଗରିକ ଚାହାଁନ୍ତି ଯେ ସଂସଦର ପ୍ରତ୍ୟେକ ଅଧିବେଶନରେ ଦେଶର ଅଗ୍ରଗତି ଉପରେ ଆଲୋଚନା କରାଯାଉ। ଦେଶର ଆଗ୍ରହ ଏବଂ ବିକାଶ ପାଇଁ ସଂସଦରେ ଆଲୋଚନା ହେବା ଅପରିହାର୍ଯ୍ୟ।

ଦେଶ ମଧ୍ୟ ଚାହୁଁଛି ଯେ ଭାରତର ସଂସଦର ବର୍ତ୍ତମାନର ଅଧିବେଶନ ଏବଂ ଆଗାମୀ ସମସ୍ତ ଅଧିବେଶନରେ ସ୍ବଧୀନତା ପ୍ରେମୀଙ୍କ ଭାବନା ଅନୁଯାୟୀ ଦେଶସ୍ବାର୍ଥରେ ଆଲୋଚନା କରାଯାଉ। ଭବିଷ୍ୟତରେ ସଂସଦ କିପରି ଚାଲିବ, ତାହା ବତ୍ତର୍ମାନା ଅବଦାନ ଏବଂ ସକାରାତ୍ମକ କାର୍ଯ୍ୟ ଉପରେ ନିର୍ଭର କରିବ। କିଏ କେତେ ବଳ ପ୍ରୟୋଗ କରି ଅଧିବେଶନକୁ ଅଟକାଇଲା ଏହା କେବେ ମଧ୍ୟ ସଫଳତାର ମାନଦଣ୍ଡ ନୁହେଁ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।

ସଂସଦର ଶୀତକାଳୀନ ଅଧିବେଶନ ସୋମବାରଠାରୁ ଆରମ୍ଭ ହୋଇ ଡିସେମ୍ବର ୨୩ ପର୍ଯ୍ୟନ୍ତ ଚାଲିବ। ଏହି ସମୟ ମଧ୍ୟରେ ସମୁଦାୟ ୧୯ କାର୍ଯ୍ୟଦିବସ ରହିଛି। କୃଷି ଆଇନ ପ୍ରତ୍ୟାହାର ସହ ଜଡିତ ବିଲ ସମେତ ସଂସଦରେ ପ୍ରାୟ ୩୦ ଟି ବିଲ ଆଗତ କରାଯିବାର ଯୋଜନା ରହିଛି। କୃଷି ଆଇନ ରଦ୍ଦ ବିଲ -୨୦୨୧ ଲୋକସଭାରେ ବିଚାର ଏବଂ ପାସ ପାଇଁ ତାଲିକାଭୁକ୍ତ ହୋଇସାରିଛି । ଲୋକସଭାରେ ଏହି ବିଲ ପାରିତ ହେବା ପରେ ଏହାକୁ ରାଜ୍ୟସଭାକୁ ଅଣାଯିବ। ମାତ୍ର ଶୀତ ଅଧିବେଶନରେ ବିରୋଧୀଙ୍କ ହଟ୍ଟଗୋଳ ସୃଷ୍ଟି କରିବାର ସମ୍ଭାବନା ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri