Posted inଜାତୀୟ

ଦେଶ ହିତରେ ଚର୍ଚ୍ଚା ପାଇଁ ସରକାର ପ୍ରସ୍ତୁତ, କହିଲେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୨୯।୧୧: ଶୀତକାଳୀନ ଅଧିବେଶନ ଆରମ୍ଭ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସଂସଦରେ ଗଣମାଧ୍ୟମକୁ ସମ୍ବୋଧିତ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ସରକାର  ଦେଶ ହିତକୁ ଦୃଷ୍ଟିରେ ରଖି ପ୍ରତ୍ୟେକ ପ୍ରସଙ୍ଗ ଉପରେ ଖୋଲା ଆଲୋଚନା ପାଇଁ ପ୍ରସ୍ତୁତ। ପ୍ରତ୍ୟେକ ପ୍ରଶ୍ନର ଉତ୍ତର ଦେବାକୁ ସରକାର ପ୍ରସ୍ତୁତ ଅଛନ୍ତି। ତେବେ ଗାରିମା ରକ୍ଷା ଲାଗି ସଂସଦରେ ପ୍ରଶ୍ନ କରାଯିବା ସହିତ ଶାନ୍ତି ବଜାୟ ରହିବା ଉଚିତ। ସଦନ ଏବଂ ଚେୟାର ପ୍ରତି ସମ୍ମାନବୋଧ ରହିବା ଜରୁରୀ।

ପ୍ରଧାନମନ୍ତ୍ରୀ କହିଛନ୍ତି, ’ସଂସଦର ଏହି ଅଧିବେଶନ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଦେଶର ପ୍ରତ୍ୟେକ ନାଗରିକ ଚାହାଁନ୍ତି ଯେ ସଂସଦର ପ୍ରତ୍ୟେକ ଅଧିବେଶନରେ ଦେଶର ଅଗ୍ରଗତି ଉପରେ ଆଲୋଚନା କରାଯାଉ। ଦେଶର ଆଗ୍ରହ ଏବଂ ବିକାଶ ପାଇଁ ସଂସଦରେ ଆଲୋଚନା ହେବା ଅପରିହାର୍ଯ୍ୟ।

ଦେଶ ମଧ୍ୟ ଚାହୁଁଛି ଯେ ଭାରତର ସଂସଦର ବର୍ତ୍ତମାନର ଅଧିବେଶନ ଏବଂ ଆଗାମୀ ସମସ୍ତ ଅଧିବେଶନରେ ସ୍ବଧୀନତା ପ୍ରେମୀଙ୍କ ଭାବନା ଅନୁଯାୟୀ ଦେଶସ୍ବାର୍ଥରେ ଆଲୋଚନା କରାଯାଉ। ଭବିଷ୍ୟତରେ ସଂସଦ କିପରି ଚାଲିବ, ତାହା ବତ୍ତର୍ମାନା ଅବଦାନ ଏବଂ ସକାରାତ୍ମକ କାର୍ଯ୍ୟ ଉପରେ ନିର୍ଭର କରିବ। କିଏ କେତେ ବଳ ପ୍ରୟୋଗ କରି ଅଧିବେଶନକୁ ଅଟକାଇଲା ଏହା କେବେ ମଧ୍ୟ ସଫଳତାର ମାନଦଣ୍ଡ ନୁହେଁ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।

ସଂସଦର ଶୀତକାଳୀନ ଅଧିବେଶନ ସୋମବାରଠାରୁ ଆରମ୍ଭ ହୋଇ ଡିସେମ୍ବର ୨୩ ପର୍ଯ୍ୟନ୍ତ ଚାଲିବ। ଏହି ସମୟ ମଧ୍ୟରେ ସମୁଦାୟ ୧୯ କାର୍ଯ୍ୟଦିବସ ରହିଛି। କୃଷି ଆଇନ ପ୍ରତ୍ୟାହାର ସହ ଜଡିତ ବିଲ ସମେତ ସଂସଦରେ ପ୍ରାୟ ୩୦ ଟି ବିଲ ଆଗତ କରାଯିବାର ଯୋଜନା ରହିଛି। କୃଷି ଆଇନ ରଦ୍ଦ ବିଲ -୨୦୨୧ ଲୋକସଭାରେ ବିଚାର ଏବଂ ପାସ ପାଇଁ ତାଲିକାଭୁକ୍ତ ହୋଇସାରିଛି । ଲୋକସଭାରେ ଏହି ବିଲ ପାରିତ ହେବା ପରେ ଏହାକୁ ରାଜ୍ୟସଭାକୁ ଅଣାଯିବ। ମାତ୍ର ଶୀତ ଅଧିବେଶନରେ ବିରୋଧୀଙ୍କ ହଟ୍ଟଗୋଳ ସୃଷ୍ଟି କରିବାର ସମ୍ଭାବନା ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?