Posted inଜାତୀୟ

ଯୁବବର୍ଗଙ୍କ ଭବିଷ୍ୟତ ନଷ୍ଟ କରୁଛନ୍ତି ସରକାର, ରେଲଓ୍ବେରେ ୯୧ ହଜାର ପଦବୀ ଉଚ୍ଛେଦ ନେଇ ବର୍ଷିଲେ ରାହୁଲ…

ନୂଆଦିଲ୍ଲୀ, ୨୮।୫ : ରେଲଓ୍ବେର ୯୧ ହଜାରରୁ ଅଧିକ ପଦବୀକୁ ଉଚ୍ଛେଦ କରାଯିବା ନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି। ରାହୁଲ କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ ସରକାରଙ୍କୁ ଟାର୍ଗେଟ କରି କହିଛନ୍ତି ଯେ ସରକାର ଯୁବବର୍ଗଙ୍କ ଭବିଷ୍ୟତ ସହିତ ଖେଳୁଛନ୍ତି। ଯୁବବର୍ଗଙ୍କ ଭବିଷ୍ୟତ ନଷ୍ଟ କରିବା ଦ୍ୱାରା ଭଲ ଫଳାଫଳ ମିଳିବ ନାହିଁ।

ରାହୁଲ ଗାନ୍ଧୀ ଶନିବାର ଏକ ସୋସିଆଲ ମିଡିଆ ପୋଷ୍ଟରେ ଲେଖିଛନ୍ତି, ନରେନ୍ଦ୍ର ମୋଦି ସରକାର ନୂତନ ଚାକିରି ଦେବାରେ ସକ୍ଷମ ନୁହଁନ୍ତି କିନ୍ତୁ ଅବଶିଷ୍ଟ ଚାକିରି ଛଡ଼ାଇ ନେବାରେ ନିଶ୍ଚିତ ଭାବେ ସକ୍ଷମ। ଯୁବବର୍ଗମାନେ ଏହାର ଜବାବ ଦେବେ। ଯୁବବର୍ଗ ସରକାରଙ୍କ କ୍ଷମତା ଶକ୍ତିର ଗର୍ବକୁ ଭାଙ୍ଗିବେ। ସେମାନଙ୍କର ଭବିଷ୍ୟତକୁ ନଷ୍ଟ କରିବା ଯୋଗୁ ସରକାରଙ୍କୁ ବହୁମୂଲ୍ୟ ଦେବାକୁ ପଡ଼ିବ।

ଭାରତୀୟ ରେଲଓ୍ବେ ପକ୍ଷରୁ କୁହାଯାଇଛି ଯେ ଅଣ-ସୁରକ୍ଷା ବର୍ଗର ୯୧, ୬୨୯ ପଦବୀକୁ ରଦ୍ଦ କରିଦିଆଯାଇଛି। ସେମାନେ ଆଉ ନିଯୁକ୍ତି ପାଇବେ ନାହିଁ। ସରକାର ସେମାନଙ୍କୁ ଅନାବଶ୍ୟକ ବୋଲି କହିଛନ୍ତି। ଏହି ପରିପ୍ରେକ୍ଷୀରେ, ସମସ୍ତ ୧୭ ଟି ଜୋନାଲ ରେଳ ଅଣ-ସୁରକ୍ଷା ବର୍ଗର ୫୦ ପ୍ରତିଶତ ପଦବୀକୁ ରଦ୍ଦ କରିବାକୁ ରେଳବାଇ ବୋର୍ଡ ନିର୍ଦ୍ଦେଶ ଦେଇଛି। ଏଥିରେ ରେଳ ବାଣିଜ୍ୟ, ଇଞ୍ଜିନିୟରିଂ, ଆରପିଏଫ, ମେଡିକାଲ ବିଭାଗ, ପ୍ରଶାସନିକ ବିଭାଗ, ଆକାଉଣ୍ଟସ, ଷ୍ଟୋରସ, ବୋର୍ଡର ଅଧିକାରୀମାନେ ରହିଛନ୍ତି। ଏହା ବ୍ୟତୀତ କାରଖାନା, ଫ୍ୟାକ୍ଟ୍ରି, କର୍ମଶାଳା ଇତ୍ୟାଦିର ଶ୍ରମିକମାନଙ୍କର ଚାକିରି ଯିବାର ଆଶଙ୍କା ରହିଛି। ଏ ନେଇ ରାହୁଲ ଗାନ୍ଧୀ ସରକାରଙ୍କୁ ଘେରିବା ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

ଭୟରେ ଏମିତି କାମ କରିଦେଲେ ଅକ୍ଷୟ କୁମାର

ବହୁପ୍ରତୀକ୍ଷିତ ହରର କମେଡି ‘ଭୂତ ବଙ୍ଗଳା’ ଖୁବ୍‌ଶୀଘ୍ର ପରଦାକୁ ଆସିବ। ଦର୍ଶକ ମଧ୍ୟ ଫିଲ୍ମକୁ ନେଇ ବେଶ୍‌ ଉତ୍ସାହିତ ଅଛନ୍ତି। ‘ଭୂତ ବଙ୍ଗଳା’ର ଟିଜର ସାଉଁଟିଛି ଚର୍ଚ୍ଚା।…

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri