‘ସରକାରୀ ଚାକିରି ବୟସସୀମା ବୃଦ୍ଧି କରାଯାଉ’

ଭୁବନେଶ୍ୱର, ୨୭।୧୨ (ଅନୁରାଧା ମହାରଣା): ସରକାରୀ ଚାକିରି ପାଇଁ ଆବେଦନର ସର୍ବୋଚ୍ଚ ବୟସସୀମା ସାଧାରଣ ବର୍ଗ ପ୍ରାର୍ଥୀଙ୍କ ପାଇଁ ୪୨ ବର୍ଷକୁ ସ୍ଥାୟୀଭାବେ ବୃଦ୍ଧି କରାଯାଉ ବୋଲି ବିଭିନ୍ନ ପ୍ରତିଯୋଗିତାମୂଳକ ପରୀକ୍ଷାର ଆଶାୟୀମାନେ ଦାବି କରିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ମଙ୍ଗଳବାର ଦାବିପତ୍ର ପ୍ରଦାନ କରାଯାଇଛି। ଆଶାୟୀଙ୍କ କହିବାନୁସାରେ, ବିଧାନସଭାରେ ବିଧାୟକମାନେ ବାରମ୍ବାର ଏହି ଦାବିକୁ ଉପସ୍ଥାପନ କରିଛନ୍ତି। ଓଡିଶା ଲୋକସେବା ଆୟୋଗ, ଓଡିଶା କର୍ମଚାରୀ ପ୍ରବରଣ ଆୟୋଗ, ଓଡିଶା କର୍ମଚାରୀ ଚୟନ ଆୟୋଗ ଓ ଅନ୍ୟାନ୍ୟ ବୋର୍ଡ ଦ୍ୱାରା ପରିଚାଳିତ ବିଭିନ୍ନ ପ୍ରକାର ଚାକିରିରେ ଖାଲିଥିବା ପଦ ନିୟମାନୁସାରେ ପ୍ରତିବର୍ଷ ପୂରଣ କରାଯାଉନାହିଁ। ରାଜ୍ୟ ସରକାର ୨୦୨୧, ୨୦୨୨ ଓ ୨୦୨୩ ତିନିବର୍ଷ ଲାଗି ନିଯୁକ୍ତି କ୍ଷେତ୍ରରେ ସର୍ବାଧିକ ବୟସସୀମା ୩୨ ବର୍ଷରୁ ୩୮ବର୍ଷକୁ ବୃଦ୍ଧି କରିଛନ୍ତି। ଏହି ୩ ବର୍ଷ ମଧ୍ୟରୁ ୨୦୨୨ରେ ଓଡ଼ଶା ସବ୍‌ଅର୍ଡିନେଟ୍‌ ଷ୍ଟାଫ୍‌ ସିଲେକ୍ସନ୍‌ କମିଶନ (ଓଏସ୍‌ଏସ୍‌ଏସ୍‌ସି) ପକ୍ଷରୁ କୌଣସି ନିଯୁକ୍ତି ବିଜ୍ଞପ୍ତି ପ୍ରକାଶ ପାଇଲା ନାହଁି। ୨୦୨୩ରେ ବିଜ୍ଞପ୍ତି ପ୍ରକାଶ ପାଇଥିଲେ ମଧ୍ୟ ଅଧିକାଂଶ ପରୀକ୍ଷାର୍ଥୀଙ୍କ ଆବେଦନର ବସୟ ସୀମା ଗଡ଼ିଗଲା। ଯଦି ପୂର୍ବବର୍ଷ ଅନୁସାରେ ଆବେଦନର ବୟସସୀମା ୩୮ବର୍ଷ ଥାନ୍ତା ତେବେ ସେମାନେ ଆବେଦନ କରିବା ପାଇଁ ସୁଯୋଗ ପାଇଥାନ୍ତେ। ସେହିଭଳି ୨୦୨୨ରେ ବିଭିନ୍ନ ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ ନ ପାଇବାରୁ ବହୁ ଆଶାୟୀ ଏବେ ଆବେଦନରୁ ବଞ୍ଚତ୍ତ ହେବେ। ୨୦୦୦ମସିହାରୁ ବର୍ତ୍ତମାନ ଯାଏ ସଧାରଣବର୍ଗର ଅନେକ ଗରିବ ମେଧାବୀ ଆଶାୟୀ ଚାକିରି ସୁଯୋଗରୁ ବଞ୍ଚତ୍ତ ହୋଇଛନ୍ତି। ଏବେ ରାଜ୍ୟର ବିଭିନ୍ନ ବିଭାଗରେ ଲକ୍ଷାଧିକ ପଦ ଖାଲି ପଡିଥିବା ବିଧାନସଭା ତଥ୍ୟରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri