କର୍ଡାପାଲରେ ସରକାରୀ ଜମି ଜବରଦଖଲ: ଗୋଚର ଓ ଚାରଣ ଜମି ଉଚ୍ଛେଦ ଦାବିରେ…

ଅମରପାଲି, ୨୦।୫ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ତହସିଲ ଅନ୍ତର୍ଗତ ମୁର୍ଷୁଣ୍ଢୀ ପଞ୍ଚାୟତର କର୍ଡାପାଲ ଗ୍ରାମରେ ସରକାରୀ ଗୋଚର ଓ ଚାରଣ ଜମି ଜବରଦଖଲ ହୋଇଥିବା ଅଭିଯୋଗ ଉଠିଛି। ଏନେଇ ଗ୍ରାମବାସୀମାନେ ସୁବର୍ଣ୍ଣପୁର ଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି।

ଗ୍ରାମବାସୀଙ୍କ ଅଭିଯୋଗ ଅନୁଯାୟୀ, ଗ୍ରାମରେ ପଶୁ ଚାରଣ ଓ ବିକାଶମୂଳକ କାର୍ଯ୍ୟ ପାଇଁ ସରକାରୀ ଖାତା ନଂ ୧୬୭, ୧୬୮ ଓ ୧୬୯ରେ ବିସ୍ତୃତ ଗୋଚର ଓ ଚାରଣ ଜମି ରହିଛି। କିନ୍ତୁ ଗ୍ରାମର କେତେକ ପ୍ରଭାବଶାଳୀ ଓ ଧନୀ ବ୍ୟକ୍ତି ଏହି ଜମିକୁ ବେଆଇନ ଭାବେ ଦଖଲ କରି ବ୍ୟକ୍ତିଗତ ଭାବେ ଚାଷ କରୁଥିବା ଅଭିଯୋଗ କରାଯାଇଛି।

ଏହି ଜବରଦଖଲ ଯୋଗୁଁ ଗ୍ରାମର ଗାଈ, ବାଛୁରୀ ଓ ଅନ୍ୟ ଗୃହପାଳିତ ପଶୁମାନଙ୍କ ପାଇଁ ଚାରଣ ଭୂମିର ଅଭାବ ଦେଖାଦେଇଛି। ଏଥିସହିତ ଗ୍ରାମର ବିକାଶମୂଳକ କାର୍ଯ୍ୟ ପାଇଁ ସରକାରୀ ଜମି ଆବଶ୍ୟକ ହେଉଥିଲେ ମଧ୍ୟ ଜବରଦଖଲ କାରଣରୁ ବିଭିନ୍ନ ପ୍ରକଳ୍ପ କାର୍ଯ୍ୟକାରିତାରେ ବାଧା ସୃଷ୍ଟି ହେଉଥିବା ଗ୍ରାମବାସୀମାନେ କହିଛନ୍ତି।

ଏନେଇ ପୂର୍ବରୁ ତହସିଲଦାର ଓ ଅନ୍ୟ ପ୍ରଶାସନିକ ଅଧିକାରୀଙ୍କୁ ଅଭିଯୋଗ କରାଯାଇଥିଲେ ମଧ୍ୟ କୌଣସି ପଦକ୍ଷେପ ଗ୍ରହଣ ହୋଇନଥିବାରୁ ଜବରଦଖଲ ଦିନକୁ ଦିନ ବଢ଼ୁଥିବା ଅଭିଯୋଗ ହୋଇଛି।

ତେଣୁ ତୁରନ୍ତ ସରକାରୀ ଜମିକୁ ଜବରଦଖଲମୁକ୍ତ କରିବା ସହ ଦଖଲକାରୀଙ୍କ ବିରୋଧରେ କଠୋର ଆଇନଗତ ପଦକ୍ଷେପ ନେବାକୁ ଗ୍ରାମବାସୀ ଦାବି କରିଛନ୍ତି। ଯଦି ଶୀଘ୍ର ପଦକ୍ଷେପ ଗ୍ରହଣ ନହୁଏ, ତେବେ ଆଗାମୀ ଦିନରେ ଆନ୍ଦୋଳନାତ୍ମକ ପନ୍ଥା ଗ୍ରହଣ କରିବାକୁ ସେମାନେ ଚେତାବନୀ ଦେଇଛନ୍ତି।

ଏହି ଦାବିପତ୍ରରେ ରମାକାନ୍ତ ହୋତା, ଚତୁର୍ଭୁଜ ଦେହୁରୀ, ପରମାନନ୍ଦ ସାହୁ, ପ୍ରଶାନ୍ତ ଘିବିଲା, ଟିଲୁ ପୋଢ଼ ଓ ଶିଶିର ପ୍ରଧାନଙ୍କ ସମେତ ଶତାଧିକ ଗ୍ରାମବାସୀଙ୍କ ସ୍ୱାକ୍ଷର ରହିଛି।

ଦାବିପତ୍ର ପାଇବା ପରେ ସୁବର୍ଣ୍ଣପୁର ଜିଲାପାଳ ଡ଼ଃ ନୃପରାଜ ସାହୁ ବୀରମହାରାଜପୁର ତହସିଲଦାର ସୁଚିସ୍ମିତା ପାଣିଗ୍ରାହୀଙ୍କୁ ଘଟଣାର ତଦନ୍ତ କରି ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା: ଇସିଙ୍କୁ ସୁପ୍ରିମକୋର୍ଟଙ୍କ ଜବାବ ତଲବ

ନୂଆଦିଲ୍ଲୀ,୬।୧୦(ପି.ଟି.): ବିଭିନ୍ନ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ବେଳେ ନିର୍ବାଚନ କମିଶନ (ଇସି) ବ୍ୟବହାର କରୁଥିବା ଫର୍ମ-୬ରେ କୌଣସି ପରିବର୍ତ୍ତନ ପାଇଁ ସୁପ୍ରିମକୋର୍ଟ…

ଯାହା କୋହଲି-ସୂର୍ଯ୍ୟକୁମାର କରିପାରି ନ ଥିଲେ ତାହା କରିଦେଖାଇବେ ଶ୍ରେୟସ ଆୟର: ବଡ଼ ରେକର୍ଡର ସୁଯୋଗ

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ଟିମ ଇଣ୍ଡିଆର ଅଧିନାୟକ ଶ୍ରେୟସ ଆୟରଙ୍କ ପାଇଁ ଏକ ବଡ଼ ସୁଯୋଗ ନେଇ ଆସିଛି। ଏହି ସିରିଜ୍ରେ ସେ ଏମିତି…

ନିଷ୍ପତ୍ତି ବଦଳାଇଲେ ସରକାର, ACP ବିବେକ ଭଗତଙ୍କ ପଦୋନ୍ନତି ସ୍ଥଗିତ!

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ ସରକାର ACP ବିବେକ ଭଗତଙ୍କୁ ଆଡିସନାଲ DCPର ଚାର୍ଜ ଦେବା ନେଇ ଜାରି ହୋଇଥିବା ଆଦେଶ ଉପରେ ରୋକ ଲଗାଇଛନ୍ତି । ବିବେକ ଭଗତଙ୍କ…

କ୍ରିକେଟ୍‌ରେ ନୂଆ ଇତିହାସ ରଚିଲା ଆମେରିକା: ଦିନିକିଆରେ ପ୍ରଥମଥର କଲା ଏମିତି କାରନାମା

ଡଲାସ,୬।୧୦: ଆମେରିକା କ୍ରିକେଟ ଟିମ ଦିନିକିଆ କ୍ରିକେଟ୍‌ରେ ଏକ ବଡ଼ ଇତିହାସ ରଚିଛି। ଡଲାସରେ ଖେଳାଯାଇଥିବା ICC ମେନ୍ସ କ୍ରିକେଟ ୱାଲର୍‌ଡ କପ ଲିଗ-୨ ମ୍ୟାଚ୍‌ରେ ଆମେରିକା…

୬ଟି ଆସନରେ ଆଜି ଉପନିର୍ବାଚନ; CM ବିଜୟଙ୍କ ପାଇଁ ବଡ଼ ରାଜନୈତିକ ପରୀକ୍ଷା, ଏହି ଦିନ ଫଳାଫଳ

ନୂଆଦିଲ୍ଲୀ,୬।୧୦: ଦେଶର ୬ଟି ଆସନରେ ଆଜି ଉପନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି । ଆସାମର ନଗାଓଁ ଲୋକସଭା ଆସନ ସମେତ ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଓ ରେଜିନଗର,…

ଭାଉଜଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ ଦିଅର: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୬।୧୦ (ପ୍ରସନଜିତ୍‌ ସାହୁ):ରାଜଧାନୀରେ ମହିଳାଙ୍କୁ ନିର୍ଯାତନା ଘଟଣା ସାମନାକୁ ଆସିଛି। ଭାଉଜଙ୍କୁ ଦିଅର ମାନସିକ ନିର୍ଯାତନା ଦେବା ସହ ତାଙ୍କ ଫଟୋ ଭିଡିଓ ଶୁଟ୍‌ କରି ଭାଇରାଲ…

SCB ମେଡିକାଲ୍‌ କ୍ୟାମ୍ପସ୍‌ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…

କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?