ଜବରଦଖଲକାରୀଙ୍କ କବ୍‌ଜାରେ ସରକାରୀ ଜମି

ଗୋପାଳପୁର,୨୮ା୧୦(ଡି.ଏନ.ଏ.): ଗଞ୍ଜାମ ଜିଲା କନିଷି ହାଟସ୍ଥିତ ତୁଳୁ ରୋଡ୍‌ରେ ଜବରଦଖଲ କରି ରହିଥିବା ବ୍ୟକ୍ତିଙ୍କୁ କନିଷି ତହସିଲ ପକ୍ଷରୁ ଉଚ୍ଛେଦ ନେଇ ନୋଟିସ ଜାରି କରାଯାଇଛି। କନିଷି ତହସିଲ କାର୍ଯ୍ୟାଳୟଠାରୁ ମାତ୍ର ୫୦୦ ମିଟର ଦୂରରେ ଥିବା ମୂଲ୍ୟବାନ ସରକାରୀ ଜମିକୁ ଜବରଦଖଲକାରୀମାନେ ନିଜ ଅକ୍ତିଆରରେ ରଖି ବ୍ୟବସାୟ ପ୍ରତିଷ୍ଠାନ ଓ ବାସଗୃହ ନିର୍ମାଣ କରିଛନ୍ତି। ଫଳରେ ସରକାରୀ ଜମି ଦିନକୁ ଦିନ ହଡପ ହେବାରେ ଲାଗିଛି। ଗୁରୁତ୍ୱପୂର୍ଣ୍ଣ କଥା ହେଲା କନିଷି ତହସିଲ କାର୍ଯ୍ୟାଳୟ ନୂତନ କୋଠା ପାଇଁ ଜାଗା ନ ଥିବା ବିଷୟ ସାଧାରଣରେ ପ୍ରଶ୍ନ ଉଙ୍କି ମାରୁଛି। ନୂତନ ତହସିଲଦାର ଭାବେ ପ୍ରଳୟାନନ୍ଦ ଶତପଥୀଙ୍କ ଯୋଗଦାନ ପରେ କନିଷି ହାଟ ତୁଳୁ ରାସ୍ତା ପାର୍ଶ୍ୱରେ ଥିବା ଜବରଦଖଲକାରୀଙ୍କୁ ଉଚ୍ଛେଦ ପାଇଁ ନୋଟିସ ଜାରି କରିଛନ୍ତି। ଉକ୍ତ ଜାଗାକୁ ରାଜନୈତିକ ବ୍ୟକ୍ତିବିଶେଷ ଓ ବ୍ୟବସାୟୀ ଜବରଦଖଲରେ ରଖିଥିବା ଯୋଗୁ ଉଚ୍ଛେଦ ପ୍ରକ୍ରିୟା ହେବ କି ନାହିଁ ସାଧାରଣରେ ସନ୍ଦେହ ସୃଷ୍ଟି କରିଛି। ଅନ୍ୟପଟେ ଜବରଦଖଲ ଉଚ୍ଛେଦ କିଭଳି ନ ହେବ ସେଥିପ୍ରତି ଉଦ୍ୟମ ଜାରି ରଖିଛନ୍ତି କିଛି ରାଜନୈତିକ ବ୍ୟକ୍ତି। କନିଷି ହାଟ ଛକ ଜନଗହଳିପୂର୍ଣ୍ଣ ହୋଇଥିବାରୁ ଆଖପାଖ ପ୍ରାୟ ୨୦ଟି ଗ୍ରାମ ବାସିନ୍ଦା ନିର୍ଭର କରିଥାନ୍ତି। ଏହି ସ୍ଥାନରେ ବ୍ଲକ, ତହସିଲ ଓ ସବ୍‌ରେଜିଷ୍ଟ୍ରାର କାର୍ଯ୍ୟାଳୟ ରହିଛି। ଏଥିସହ ଆଇଜରକୁ ଯିବା ପାଇଁ ମୁଖ୍ୟରାସ୍ତା ହୋଇଛି। ଏନେଇ ତହସିଲଦାର ଶତପଥୀଙ୍କ ସହ ଯୋଗାଯୋଗ ବେଳେ ଜବରଦଖଲ ଉଚ୍ଛେଦ ନେଇ ନୋଟିସ ଜାରି କରାଯାଇଛି। ଏଥିପାଇଁ ଏକ ମାସ ସମୟ ଦିଆଯାଇଛି। ଉକ୍ତ ଜାଗାରେ ବ୍ୟବସାୟ ପ୍ରତିଷ୍ଠାନ ଖୋଲାଯାଇଛି। ଖୁବ୍‌ଶୀଘ୍ର ଏହାକୁ ଜବରଦଖଲ ମୁକ୍ତ କରାଯିବ ବୋଲି ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ପୂର୍ବରୁ ବିଭିନ୍ନ ସମୟରେ ଉକ୍ତ ଜାଗାରେ ଜବରଦଖଲ ଉଚ୍ଛେଦ ପାଇଁ ନୋଟିସ କରାଯାଇଥିଲେ ମଧ୍ୟ ପରବର୍ତ୍ତୀ ସମୟରେ ତାହା ଫସର ଫାଟିଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ବାଇକ୍‌ଆରୋହୀଙ୍କୁ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଜୀବନ, କ୍ଷତିପୂରଣ ଦାବି କରି…

ହେମଗିର,୧୨ା୧୦(ଚୈତନ୍ୟ ପୁଟେଲ): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ ଡୁରୁବଗା ବାଇପାସ ରାସ୍ତାରେ ଅଜଣା ଗାଡ଼ି ଧକ୍କାରେ ଦୁଇ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ…

ବଦଳିଲା କ୍ରିକେଟ ମ୍ୟାଚର ସ୍ଥାନ, ଏଥିପାଇଁ ଦାୟୀ ରହିବ କି ପାକିସ୍ତାନ ରାଜନୀତି? ଜାଣନ୍ତୁ…

ଇସଲାମାବାଦ,୧୨।୧୦: ପାକିସ୍ତାନର ରାଜନୈତିକ ସଙ୍କଟର ପ୍ରଭାବ ବର୍ତ୍ତମାନ କ୍ରିକେଟ ଉପରେ ମଧ୍ୟ ପଡ଼ିବା ଆରମ୍ଭ ହୋଇଛି। ଖୈବର ପଖତୁନଖୱା ଅଞ୍ଚଳରେ ପାକିସ୍ତାନ ସରକାରଙ୍କ ଦ୍ୱାରା ନିକଟରେ ଜରୁରୀକାଳୀନ…

‘ମୋ ବାପା ସବୁକିଛି ସମ୍ଭାଳି ନେବେ’: ଧନୀ ଯୁବକଙ୍କ ଅହଂକାରୀ ଆଚରଣ; ମା’ ଜନ୍ମଦିନରେ ଉପହାର ଦେଇଥିବା କାର ଚଢାଇ ୩ ଛାତ୍ର ମୃତ

କୋଚି,୧୨।୧୦: କେରଳର ନେଦୁମ୍ବାସେରୀରେ ତିନିଜଣ ଛାତ୍ରୀଛାତ୍ରଙ୍କ ଜୀବନ ନେଇଥିବା ଏକ ଭୟଙ୍କର ସଡ଼କ ଦୁର୍ଘଟଣା ପରେ ଅହଂକାର ଓ ଅବହେଳାର ଏକ ଚାଞ୍ଚଲ୍ୟକର ଚିତ୍ର ସାମ୍ନାକୁ ଆସିଛି।…

ମହାକାଳପଡ଼ାରେ ବିଜେଡି-ଭାଜପା ଛାତ୍ର ଗୋଷ୍ଠୀ ମୁହାଁମୁହିଁ, ପୋଲିସ ପହଞ୍ଚି…

ମହାକାଳପଡ଼ା,୧୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାସ୍ଥିତ ପ୍ରମୁଖ ଶିକ୍ଷାନୁଷ୍ଠାନ ବାୟାବାବା କଲେଜରେ ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ରକରି ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇପଡ଼ିଛି। ସୋମବାର ମଧ୍ୟାହ୍ନରେ କଲେଜ…

ଭାରତ ବିପକ୍ଷ ସିରିଜ୍‌ ପାଇ ନ୍ୟୁଜିଲାଣ୍ଡ ଦଳ ଘୋଷିତ, ଦଳକୁ ଫେରିଲେ ଏହି ଖେଳାଳି ଜାଣନ୍ତୁ…

ଓ୍ବେଲିଂଟନ,୧୨ା୧୦: ଆସନ୍ତା ୨୨ ତାରିଖରୁ ଭାରତ ବିପକ୍ଷରେ ଆରମ୍ଭ ହେବାକୁ ଥିବା ଦିନିକିଆ କ୍ରିକେଟ ସିରିଜ୍‌ ପାଇ ନ୍ୟୁଜିଲାଣ୍ଡ ଦଳ ଘୋଷଣା କରାଯାଇଛି। ଫିନ ଆଲେନ, ଲୋକି…

ଗୃହ ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି; ଜନ୍ତରମନ୍ତରରେ ହେବନି ବିକ୍ଷୋଭ ପ୍ରଦର୍ଶନ, ଏହି ୩ ନୂଆ ସ୍ଥାନ….

ନୂଆଦିଲ୍ଲୀ,୧୨।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଆନ୍ଦୋଳନ ଜାରି ରହିଥିବା ବେଳେ ଦିଲ୍ଲୀରେ ଧାରଣା ଓ ବିରୋଧ ପ୍ରଦର୍ଶନ ପାଇଁ ନିର୍ଦ୍ଧାରିତ ସ୍ଥାନକୁ…

ଧର୍ମଶାଳା ABEOଙ୍କ ସମ୍ପତ୍ତି ଦେଖି ତାଜୁବ୍! ୧୯ଟି ପ୍ଲଟ୍‌, ୩ଟି ବହୁତଳ କୋଠା ଠାବ

ଭୁବନେଶ୍ୱର,ଧର୍ମଶାଳା୧୨।୧୦(ଶିବପ୍ରସାଦ ମହାନ୍ତି): ଧର୍ମଶାଳାର ସହକାରୀ ବ୍ଲକ୍ ଶିକ୍ଷା ଅଧିକାରୀ (ABEO) ଜୟଦେବ ଜେନାଙ୍କ ସମ୍ପତ୍ତି ଯାଞ୍ଚ ବେଳେ ୧୯ଟି ପ୍ଲଟ୍‌ ଠାବ ହୋଇଥିବା ସୂଚନା ମିଳିଛି। ଏହା…

ଯୁବପିଢ଼ିଙ୍କୁ ସଶକ୍ତ କରିବ ପ୍ରଯୁକ୍ତିବିଦ୍ୟା: ରାଜ୍ୟପାଳ

ଅତାବିରା,୧୨।୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ନୂଆଁ ଖଇରପାଲି କୋଶଲ ସ୍କୁଲକୁ ରବିବାର ଓଡ଼ିଶାର ରାଜ୍ୟପାଳ ଡାକ୍ତର ହରିବାବୁ କମ୍ଭମପତି ଗସ୍ତ କରିଥିଲେ। ଏହି ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?