ପୂର୍ବତନ ମନ୍ତ୍ରୀଙ୍କ ଜବରଦଖଲରେ ସରକାରୀ ଜମି

ବାଲେଶ୍ୱର ଅଫିସ, ୨୩।୧୦: ପୂର୍ବତନ ମନ୍ତ୍ରୀ ତଥା ବର୍ତ୍ତମାନର ଭୋଗରାଇ ବିଧାୟକ ଅନନ୍ତ ଦାସଙ୍କ ଜବରଦଖଲରେ ରହିଛି ବାଲେଶ୍ୱର ଜିଲା ସଦର ତହସିଲ ଅଧୀନସ୍ଥ ପଢୁଆଁପଦା ଅଞ୍ଚଳର ଅନାବାଦୀ କିସମ ଜମି। ଏହାକୁ ବିରୋଧ କରି ସହରର କେତେଜଣ ବୁଦ୍ଧିଜୀବୀ ଜିଲାପାଳଙ୍କଠାରେ ଅଭିଯୋଗ କରିବା ସହ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଏହି ମାମଲାର ବିଚାର କରି ହାଇକୋର୍ଟ ଉକ୍ତ ସରକାରୀ ଜମିକୁ ତୁରନ୍ତ ଉଚ୍ଛେଦ କରିବାକୁ ସଦର ତହସିଲଦାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ଉଲ୍ଲେଖଯୋଗ୍ୟ, ସଦର ତହସିଲ ଅଧୀନ ପଢୁଆଁପଦା ମୌଜା ଖାତା (ନଂ. ୩୮୭) ର ପ୍ଲଟ୍‌ ନଂ. ୪୫୭।୯୯୧ (ଏ୦.୦୪୬ଡିସିମିଲ) ଓ ପ୍ଲଟ୍‌ ନଂ. ୪୫୭।୯୫୪ (ଏ୦.୦୬୪ଡିସିମିଲ) ସରକାରଙ୍କ ଖାତା ଅନାବାଦୀ ଜମିକୁ ପୂର୍ବତନ ମନ୍ତ୍ରୀ ଅନନ୍ତ ଚଞ୍ଚକତା କରି ନିଜ ନାମରେ ନକଲି ପଟ୍ଟା ପ୍ରସ୍ତୁତ କରିଥିବା ନେଇ ଅଭିଯୋଗ ହୋଇଥିଲା। ହାଇକୋର୍ଟରେ ଚଳିତମାସ ୧୧ ତାରିଖରେ ଏ ସମ୍ପର୍କରେ ଏକ ମାମଲା ରୁଜୁ କରାଯାଇଥିଲା। ହାଇକୋର୍ଟର ସିଙ୍ଗଲ ବେଞ୍ଚରେ ଜଷ୍ଟିସ୍‌ କେ. ଆର୍‌. ମହାପାତ୍ର ଏହାକୁ ବିଚାର କରି ଗତ ୧୮ ତାରିଖରେ ଏହାର ରାୟ ଶୁଣାଇଛନ୍ତି। ଏହି ରାୟରେ ସଦର ତହସିଲଦାରଙ୍କୁ ଉକ୍ତ ଦୁଇ ପ୍ଲଟ୍‌କୁ ଉଚ୍ଛେଦ କରି ମୁକ୍ତ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ସୂଚନାଯୋଗ୍ୟ, ଅନନ୍ତ ବାଲେଶ୍ୱର ଜିଲା ସଦର ତହସିଲଦାର, ବିଡିଓ ଏବଂ ପୌରାଞ୍ଚଳ ଅଧିକାରୀ ଥିବାବେଳେ ଏଭଳି ଚଞ୍ଚକତା କରି ବିଭିନ୍ନ ଅଞ୍ଚଳରେ ଥିବା ସରକାରୀ ଜମିକୁ ହାତେଇଥିବା ନେଇ ଜିଲାପାଳଙ୍କ ନିକଟରେ ମଧ୍ୟ ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ଗୁଡାରି ଏନଏସିକୁ ମିଳିବ ୨ କୋଟି ଟଙ୍କାର ପୁରସ୍କାର

ଗୁଡାରି,୨୪/୮(ପ୍ରମୋଦ କୁମାର ପତି): ଆସନ୍ତା ଅଗଷ୍ଟ ୩୧ ତାରିଖରେ ସ୍ବାୟତ୍ତ ଶାସନ ଦିବସ ପାଳନ ସମାରୋହରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(OUAT), ଭୁବନେଶ୍ୱରର ‘କୃଷି ଶିକ୍ଷା…

ନିଖୋଜ ନାବାଳିକା ଉଦ୍ଧାର: ସିଡ଼ବ୍ଲ୍ୟୁସିରେ ହାଜର କଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକା ଗତ ଜୁଲାଇ ୪ ତାରିଖରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିଲେ।…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri