ଜବରଦଖଲରେ ସରକାରୀ ଜାଗା, ପ୍ରଶାସନ ନୀରବ

ଖଣ୍ଡପଡା,୪ା୫(ସ୍ବ.ପ୍ର): ଦୀର୍ଘବର୍ଷ ଧରି ଖଣ୍ଡପଡ଼ା ତହସିଲ ଅଧୀନ କୁମ୍ଭାରପଡ଼ା ଗ୍ରାମରେ ଏକର ଏକର ସରକାରୀ ଜାଗା ପ୍ରଭାବଶାଳୀ ବ୍ୟକ୍ତି ବିଶେଷ ଜବରଦଖଲ କରି କବ୍‌ଜାରେ ରଖିଛନ୍ତି। ସରକାରୀ ଜାଗା, ପ୍ରଭୁ ଶ୍ରୀଜଗନ୍ନାଥ ଜୀଉଙ୍କ ମୂଲ୍ୟବାନ ଜାଗାକୁ କେବଳ ମାଡ଼ି ବସି ନାହାନ୍ତି, ସ୍ଥାୟୀ ବାସଗୃହ ନିର୍ମାଣ କରି ରହୁଛନ୍ତି। କେହି କେହି ବାଡ଼ବନ୍ଦି କରି ଫାର୍ମ ହାଉସ କରିବା ସହ ମୋ ପୋଖରୀ ଯୋଜନାରେ ପୋଖରୀ ଖନନ କରିଥିବା ଅଭିଯୋଗ ହେଉଛି। ପ୍ରଶାସନ ଏହି ମୂଲ୍ୟବାନ ସରକାରୀ ଜାଗାକୁ ଜବରଦଖଲକାରୀମାନଙ୍କୁ ହଟାଇବା ନିମନ୍ତେ ପଦକ୍ଷେପ ଗ୍ରହଣ କରୁ ନ ଥିବାରୁ ଅସନ୍ତୋଷ ପ୍ରକାଶ ପାଇଛି। ସ୍ଥାନୀୟ ସରପଞ୍ଚ ଚିନ୍ମୟ କୁମାର ପଣ୍ଡା ଓ ଗ୍ରାମବାସୀଙ୍କ ସୂତ୍ରରୁ ମିଳିଥିବା ସୂଚନା ମୁତାବକ, କୁମ୍ଭାରପଡା ପଞ୍ଚାୟତର ନୂତନ କାର୍ଯ୍ୟାଳୟ ଗୃହ ନିର୍ମାଣ, ଖଣ୍ଡପଡ଼ା ପ୍ରାଣୀ ଚିକିତ୍ସାଳୟ ଅଧୀନରେ ଥିବା ଏଲଆଇ କାର୍ଯ୍ୟାଳୟ ନିର୍ମାଣ, କୁମ୍ଭାରପଡ଼ା ଉଚ୍ଚ ବିଦ୍ୟାଳୟର ନୂତନ ଖେଳପଡ଼ିଆ ନିର୍ମାଣ ସହ ଅନ୍ୟ ସରକାରୀ କାର୍ଯ୍ୟାଳୟ ନିର୍ମାଣ ନିମନ୍ତେ ସରକାରଙ୍କ ପକ୍ଷରୁ ଅନୁଦାନ ଅର୍ଥ ମଞ୍ଜୁର ହୋଇଛି। ମାତ୍ର ଜବରଦଖଲକାରୀମାନେ ବିଭିନ୍ନ ସ୍ଥାନରେ ସରକାରୀ ଜାଗା, ଗୋଚର ଜମି ଓ ସଂରକ୍ଷିତ ଜଙ୍ଗଲ ଜମିକୁ ଅନଧିକାର ଭାବେ ଦଖଲ କରିଥିବାରୁ ସରକାରୀ କାର୍ଯ୍ୟାଳୟ ନିର୍ମାଣ ନିମନ୍ତେ ଉପଯୁକ୍ତ ଜାଗାର ଅଭାବ ଦେଖା ଦେଇଛି। ତେବେ ସରକାରୀ ଜାଗାକୁ ଚିହ୍ନଟ କରି ଉକ୍ତ ସ୍ଥାନରୁ ଜବରଦଖଲକାରୀମାନଙ୍କୁ ହଟାଇବା ନିମନ୍ତେ ଖଣ୍ଡପଡ଼ା ତହସିଲ ପ୍ରଶାସନ ଦୃଷ୍ଟି ଦେବାକୁ ଦାବି ହେଉଛି। ଏ ସମ୍ପର୍କରେ ତହସିଲଦାର ଲିପସା ରାୟଙ୍କୁ ପଚାରିବାରେ ସରପଞ୍ଚ ଏନେଇ ଅଭିିଯୋଗ କରିବା ପରେ ପଦକ୍ଷେପ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଡ଼ୋଶୀ ଦେଶରେ ପେଟ୍ରୋଲ-ଡିଜେଲ ଶସ୍ତା! LPG ସିଲିଣ୍ଡର ଦାମ ୧୦୦ ଟଙ୍କା କମିଲା…

ନୂଆଦିଲ୍ଲୀ, ୨ା୭: ଜୁଲାଇ ପହିଲାରେ ଭାରତରେ ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ ପାଇଥିବା ବେଳେ, ପଡ଼ୋଶୀ ଦେଶ ନେପାଳର ଲୋକମାନଙ୍କୁ ମଧ୍ୟ ଏକ ବଡ଼ ଆଶ୍ୱସ୍ତି…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

ହ୍ୱାଟ୍ସଆପ୍‌ର ନୂଆ ‘ୟୁଜରନେମ୍‌’ ଫିଚର ଉପରେ କେନ୍ଦ୍ରର ରୋକ

ନୂଆଦିଲ୍ଲୀ, ୨ା୭ (ପି.ଟି.): ହ୍ୱାଟ୍ସଆପ୍‌ ଚିଫ୍‌ କମ୍ପ୍ଲାଏନ୍ସ ଅଫିସରଙ୍କୁ ପଠାଯାଇଥିବା ସରକାରୀ ନୋଟିସରେ ସ୍ପଷ୍ଟ କୁହାଯାଇଛି ଯେ, ଏକ ପ୍ରମୁଖ ସାମାଜିକ ଗଣମାଧ୍ୟମ ସଂସ୍ଥା ଭାବେ ମେଟା…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

ଅଗଷ୍ଟ ୩୦ରେ ଏନ୍‌ଇଇଟି-ପିଜି ପରୀକ୍ଷା

ନୂଆଦିଲ୍ଲୀ,୨ା୭: ନ୍ୟାଶନାଲ ବୋର୍ଡ ଅଫ୍‌ ଏକ୍ଜାମିନେଶନ୍ସ ଇନ୍‌ ମେଡିକାଲ ସାଇନ୍ସ (ଏନ୍‌ବିଇଏମ୍‌ଏସ୍‌) ନୂଆଦିଲ୍ଲୀ ଚଳିତବର୍ଷର ଏନ୍‌ଇଇଟି-ପିଜି ପରୀକ୍ଷା ପାଇଁ ବୁଧବାର ଆବେଦନ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି…

ବିନା ବିଦ୍ୟୁତ୍‌ରେ ସମୁଦ୍ର ପାଣି ହେବ ପିଇବାଯୋଗ୍ୟ

ବେଜିଂ, ୨ା୭: ଚାଇନାର ଗବେଷକମାନେ ଏକ ଅଭିନବ ସୌରଶକ୍ତିଚାଳିତ ଜଳ ବିଶୋଧନ ପ୍ରଯୁକ୍ତି ପ୍ରସ୍ତୁତ କରିଛନ୍ତି, ଯାହା ସମୁଦ୍ରର ଲୁଣି ପାଣିକୁ ଅତି ସହଜରେ ପିଇବା ଯୋଗ୍ୟ…

୩ ପରେ ୪ର୍ଥ

ଭୁବନେଶ୍ୱର,୨।୭(ସୁନିତ୍‌ ମିଶ୍ର): ଭାଜପାର ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ଗତ ୨୫ ତାରିଖରେ ଚୌଦ୍ୱାର ଥାନାରେ ଜେଲ ଡିଜିଙ୍କ ବିରୋଧରେ ଏକ ଲିଖିତ ଅଭିଯୋଗ ଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri