ପରିତ୍ୟକ୍ତ ଅବସ୍ଥାରେ ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ, ଅର୍ଥ ମଞ୍ଜୁର ହୋଇଥିଲେ ବି…

କର୍ଲାମୁଣ୍ଡା,୨୫।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡ଼ବରାଠାରେ ପରିତ୍ୟକ୍ତ ଅବସ୍ଥାରେ ରହିଛି ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ। ସରକାର ୧୯୮୮ ମସିହାରେ ଏହି ଚିକିତ୍ସାଳୟ ପ୍ରତିଷ୍ଠା କରିଥିଲେ। ଏହି ଚିକିତ୍ସାଳୟକୁ କର୍ଲାମୁଣ୍ଡା, ନର୍ଲା, କେସିଙ୍ଗା, ମ ରାମପୁର ଆଦି ବ୍ଲକର ବିଭିନ୍ନ ଗାଁର ଜନ ସାଧାରଣ ଚିକିତ୍ସା ହେବାକୁ ଆସିଥାନ୍ତି। ଏଠାରେ ଜଣେ ମାତ୍ର ଆୟୁର୍ବେଦ ଡାକ୍ତର ଜୁଝାର ନାଏକ ଓ ଟିକେରାମ ସାହୁ ନାମକ କର୍ମଚାରୀ ରହିଛନ୍ତି। ଡାକ୍ତର ଜଣକ ବସୁଥିବା କୋଠରୀଟି ଭଗ୍ନାବସ୍ଥାରେ ରହିଥିବା ବେଳେ ବିପଦପୂର୍ଣ୍ଣ ଅବସ୍ଥାରେ ଏହି ଡାକ୍ତରଖାନାଟି ରହିଛି। ତେବେ ସରକାର ନୂତନ ଗୃହ ନିର୍ମାଣ ପାଇଁ ୬୦ଲକ୍ଷ ଟଙ୍କା ଅର୍ଥ ମଞ୍ଜୁର କରିଥିଲେ ହେଁ ଡାକ୍ତରଖାନା ଥିବା ଜାଗାଟିର ସ୍ଥାୟୀ ପଟ୍ଟା ନ ଥିବାରୁ ଗୃହ ନିର୍ମାଣ କାର୍ଯ୍ୟ ଆଗେଇ ପାରୁ ନ ଥିବା ଡାକ୍ତର ନାଏକ କହିଛନ୍ତି। ଅନ୍ୟ ପଟେ ଏନେଇ ତହସିଲଦାର ଅରୁଣ ବର୍ଗେଙ୍କ ସହିତ ଆଲୋଚନା କରିବାରୁ ଶୀଘ୍ର ଜାଗା ଚିହ୍ନଟ କରାଯିବ ବୋଲି କହିଛନ୍ତି। ତେବେ ଦୀର୍ଘଦିନରୁ ଅଞ୍ଚଳବାସୀ ଡାକ୍ତରଖାନାର ସ୍ଥାୟୀ ପଟ୍ଟା ଯୋଗାଇବା ସହ ଭିତ୍ତିଭୂମିର ବିକାଶ ପାଇଁ ଦାବି ଜଣାଇ ଆସୁଥିଲେ ହେଁ କେହି ଏଥିପ୍ରତି ଗୁରୁତ୍ୱ ଦେଉ ନ ଥିବା ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି। ଏଣୁ ଏଥିପ୍ରତି ଜିଲାପାଳ ଦୃଷ୍ଟି ଦେବାକୁ ଦାବି ହେଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବ ତୋଟା ପାଚେରୀରେ ଲାଗିଥିଲା କରେଣ୍ଟ ତାର, ସଂସ୍ପର୍ଶରେ ଆସି ମାଈ ହାତୀର ମୃତ୍ୟୁ

​ସମ୍ବଲପୁର,୩।୬(ପ୍ରମୋଦ ବହିଦାର): ସମ୍ବଲପୁର ସଦର ରେଞ୍ଜ ଅନ୍ତର୍ଗତ ମାନେଶ୍ବରର ଝାଙ୍କରପାଲି ସେକ୍ସନ ଅଧୀନସ୍ଥ ବଦୁଆପାଲି ଗ୍ରାମରେ ବିଦ୍ଯୁତଘାତରେ ଏକ ମାଈ ହାତୀର ମୃତ୍ଯୁ ହୋଇଥିବା ଖବର ମିଳିଛି।…

କଳାବ୍ୟାଜ୍‌ ପିନ୍ଧିଲେ ବରଗଡ଼ କୋଷାଗାର କର୍ମଚାରୀ, ଏହି ଘଟଣାରେ କାର୍ଯ୍ୟାନୁଷ୍ଠାନ…

ବରଗଡ଼,୩।୬(ପ୍ରେମାନନ୍ଦ ଖମାରୀ)- ଯାଜପୁର ଜିଲା କୋଷାଗାର କର୍ମଚାରୀଙ୍କୁ କୋଷାଗାର ଅଧିକାରୀଙ୍କ ଅଶ୍ଳୀଳ ଆଚରଣ ଓ ମାଡ଼ ମାରିବା ଅଭିଯୋଗ ଘଟଣାକୁ ନେଇ ଚାଲିଥିବା ଆନ୍ଦୋଳନର ପ୍ରଭାବ ବରଗଡ଼ରେ…

ଧାନକଟା ମେଶିନରେ ଚାଲିଥିଲା କଫ୍ ସିରପ୍ ଚାଲାଣ, ଅତାବିରାରୁ ୨ ଗିରଫ

ଅତାବିରା,୩।୬(ଯୁଧିଷ୍ଠିର ମହାପାତ୍ର)-ବରଗଡ଼ ଜିଲା ଅଞ୍ଚଳରେ ଦିନକୁ ଦିନ କଫ୍ ସିରପ୍‌ କାରବାର ବଢ଼ିବାରେ ଲାଗିଛି । ମଙ୍ଗଳବାର ଅତାବିରା ଥାନା ପୋଲିସ ଏହି କାରବାରରେ ୨ ଅଭିଯୁକ୍ତଙ୍କୁ…

ଲାଞ୍ଜିଗଡ ଅଞ୍ଚଳରେ ଦାଦନ ଶ୍ରମିକର ମୃତ୍ୟୁ, ୩ଦିନ ପରେ ଗାଁକୁ ଫେରିଲା ଶବ

ଲାଞ୍ଜିଗଡ,୩।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଅଞ୍ଚଳରେ ଦିନକୁ ଦିନ ଦାଦନ ସମସ୍ୟା ବଢ଼ିବାରେ ଲାଗିଥିବା ବେଳେ ଅନେକ ସମୟରେ ରାଜ୍ୟ ବାହାରେ ଦାଦନଙ୍କ…

ଟଙ୍କା ବିବାଦରୁ ବୃଦ୍ଧଙ୍କୁ ଆକ୍ରମଣ; ବୁର୍ଲାରେ ମୃତ୍ୟୁ, ନ୍ୟାୟ ଦାବିରେ ଥାନା ଆଗରେ ଶବ ରଖି ବିକ୍ଷୋଭ

ଥୁଆମୂଳ ରାମପୁର,୩।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ବିରିକୋଟ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ମାତ୍ର ୫୦୦ ଟଙ୍କାର କରଜ…

ଖେମୁଣ୍ଡି ଉନ୍ନୟନ ମଞ୍ଚ ପକ୍ଷରୁ ନିଷ୍ପତ୍ତି, ଦିଗପହଣ୍ଡିକୁ ରେଳ ଲାଇନ ଓ ଛେଳିଗଡ ସେଚ ପ୍ରକଳ୍ପ କାର୍ଯ୍ୟକ୍ଷମ ଦାବିରେ ଗଣ ଆନ୍ଦୋଳନ

ଦିଗପହଣ୍ଡି,୩।୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରି ଗାଁ ଶ୍ରୀ ଉଜ୍ଜଳେଶ୍ୱର ଶୈବପୀଠ ସଭା ମଣ୍ଡପରେ ଦକ୍ଷିଣ ଓଡ଼ିଶା ବିକାଶ ସମିତି ଆନୁକୁଲ୍ୟରେ…

୨୬ ବର୍ଷ ମାତୃଭୂମି ସେବା କରି ଜନ୍ମମାଟିକୁ ଫେରିଲେ ସଞ୍ଜିବ, ଧୁମଧାମରେ ସ୍ବାଗତ କଲେ ଗ୍ରାମବାସୀ

କେସିଙ୍ଗା,୩।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ଖାସ ବାହାଲ ଗ୍ରାମର ସଞ୍ଜୀବ କୁମାର ଭୋଇ ଦୀର୍ଘ ୨୬ବର୍ଷ କାଳ ସି.ଆର.ପି.ଏଫ.ଇନ୍ସପେକ୍ଟର ଭାବେ ସୀମାସୁରକ୍ଷା ଦେଇ…

ପଟ୍ଟାଙ୍ଗି ବିଧାୟକଙ୍କ କୁଶ ପୁତ୍ତଳିକା ଦାହ, ନନ୍ଦପୁର ବ୍ଲକ ଘେରିଲା ବିଜେଡି

ନନ୍ଦପୁର/ପାଡୁଆ,୩ା୬(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାରେ ନିର୍ବାଚନ ପରଠୁ ଶିତଳାବସ୍ଥାରେ ଥିବା ବିଜୁ ଜନତା ଦଳ ବୁଧବାର ଶକ୍ତି ପ୍ରଦର୍ଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri