ଔଷଧ ଦୋକାନର ଭ୍ରମ ସୃଷ୍ଟି କରୁଛି ସରକାରୀ ଔଷଧ ଭଣ୍ଡାର , ମିଳୁଛି ସବୁ ପ୍ରକାରର ଔଷଧ

ଦାରିଙ୍ଗବାଡି, ୪।୯ (ଅରୁଣ ସାହୁ ): ରାଜ୍ୟରେ କେହିବି ରୋଗୀସେବାରୁ ବଞ୍ଚିତ ନ ହେବା ପାଇଁ ସରକାର ପ୍ରତି ପଞ୍ଚାୟତରେ ଆରୋଗ୍ୟ କେନ୍ଦ୍ର ସମେତ ପ୍ରାଥମିକ ଚିକିତ୍ସା କେନ୍ଦ୍ର, ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ର ଆଦି କରି ରୋଗୀଙ୍କୁ ପ୍ରାଥମିକ ସ୍ବାସ୍ଥ୍ୟସେବା ଯୋଗାଇଦେଉଛନ୍ତି। ଏଥିପାଇଁ ସମସ୍ତ ଆରୋଗ୍ୟ କେନ୍ଦ୍ରରେ ମାଗଣା ଚିକିତ୍ସା ସେବା ଓ ମାଗଣା ଔଷଧ ବଣ୍ଟନ ବ୍ୟବସ୍ଥା କରିଛନ୍ତି।

ଏଇଭଳି ନିୟମିତ ଔଷଧ ଖାଉଥିବା ରୋଗୀ ତଥା ଉଚ୍ଚ ରକ୍ତଚାପ, ଡାଇବେଟିକ, ଶିକଲସେଲ ରୋଗୀଙ୍କ ପାଇଁ ମଧ୍ୟ ନିୟମିତ ମାଗଣା ଔଷଧର ବ୍ୟବସ୍ଥା କରିଥିବାବେଳେ ଏହା କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ରହିଥିବା ଆରୋଗ୍ୟକେନ୍ଦ୍ର ଗୁଡିକରେ ମାଗଣା ଚିକିତ୍ସା ସହ ମାଗଣା ଔଷଧ ପ୍ରଦାନ କରାଯାଉଛି। ଉକ୍ତ ବ୍ଲକ ସିମନବାଡି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ମାଗଣା ଔଷଧ ବଣ୍ଟନ ପାଇଁ ଭଣ୍ଡାର ଭର୍ତ୍ତି ହୋଇରହିଛି ଯାହାକି ଘରୋଇ ଔଷଧ ଦୋକାନର ଭ୍ରମ ସୃଷ୍ଟି କରୁଛି। ସବୁପ୍ରକାର ଔଷଧ ବଣ୍ଟନ ବ୍ୟବସ୍ଥା ରହିଛି। ସେହିପରି କିରିକୁଟି, ବୁଡ଼ାଗୁଡା, ଦାରିଙ୍ଗବାଡି ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ର, ଗଦାପୁର, ବ୍ରାହ୍ମଣୀଗାଁ, ସିକରମାହା ଆଦି ଆରୋଗ୍ୟକେନ୍ଦ୍ରଗୁଡିକରେ ମଧ୍ୟ ଲୋକଙ୍କୁ ମାଗଣା ଔଷଧ ମିଳୁଛି। ଏନେଇ ସରକାରୀ ଔଷଧ ପ୍ରତି ରୋଗୀଙ୍କ ଆସ୍ଥା ବୃଦ୍ଧି ପାଉଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

କାରଣ ଖୋଜୁଛି ଦଳ? ପରାଜୟ ପରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଭାଜପାର ବଡ଼ ବୈଠକ

ପାଟନା,୫।୮: ବଡ଼ ପରାଜୟ ପରେ, ଭାଜପା ଆଜି (ବୁଧବାର) ପାଟନାସ୍ଥିତ ରାଜ୍ୟ କାର୍ଯ୍ୟାଳୟରେ ଏକ ସମୀକ୍ଷା ବୈଠକ କରିଛି। ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀଙ୍କ ସମେତ ନେତାମାନେ ବୈଠକରେ…

ମୋଦିଙ୍କ ଭିଡିଓ ହଟାଇବା ପ୍ରସଙ୍ଗ; ସରକାରଙ୍କ ସହ ୪୫ ମିନିଟ୍ ଧରି ବୈଠକ କଲା ମେଟା, କହିଲା…

ନୂଆଦିଲ୍ଲୀ,୫।୮: ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ଭିଡିଓକୁ ଫେସବୁକରେ ଅସ୍ଥାୟୀ ଭାବେ ରିଷ୍ଟ୍ରିକ୍ଟ କରିଦେଇଥିଲା । ଏହି ଘଟଣାକୁ ନେଇ ଦିନକୁ…

ପଟ୍ଟନାୟକ ବନ୍ଧ ଦୁର୍ନୀତି ଅଭିଯୋଗ: ଦୁଇ ଯନ୍ତ୍ରୀ-ଠିକାଦାରଙ୍କୁ ପଚରାଉଚରା ପାଇଁ ନେଲା ଭିଜିଲାନ୍ସ

ଗଜପତି,୫ା୮(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ସହରର ବହୁଚର୍ଚ୍ଚିତ ପଟ୍ଟନାୟକ ବନ୍ଧର ପୁନରୁଦ୍ଧାର କାର୍ଯ୍ୟରେ ଅନିୟମିତତା ଓ ଦୁର୍ନୀତି ଅଭିଯୋଗକୁ ନେଇ ଭିଜିଲାନ୍ସ ତଦନ୍ତ ଜୋରଦାର ହୋଇଛି। ଏହି କ୍ରମରେ…

ବାଲିଅନ୍ତା ସୌମ୍ୟରଞ୍ଜନ ମର୍ଡର କେସ୍‌: ଚାର୍ଜଶିଟ୍‌ ଦାଖଲ କଲା କ୍ରାଇମ୍‌ବ୍ରାଞ୍ଚ

କଟକ,୫ା୮(ପ୍ରଭୁକଲ୍ୟାଣ ପାଲ୍‌): ବାଲିଅନ୍ତା କନଷ୍ଟେବଳ ସୌମ୍ୟରଞ୍ଜନ ସ୍ବାଇଁ ହତ୍ୟାକାଣ୍ଡ ଘଟଣାରେ କୋର୍ଟରେ ଚାର୍ଜଶିଟ୍‌ ଦାଖଲ କରିଛି କ୍ରାଇମବ୍ରାଞ୍ଚ। ୭୬୭ ପୃଷ୍ଠାର ଚାର୍ଜଶିଟ୍‌ ଦାଖଲ କରିଥିବାବେଳେ ୧୧ ଅଭିଯୁକ୍ତଙ୍କ…

ରାଜ୍ୟ ସରକାରଙ୍କ ଅନୁଦାନପ୍ରାପ୍ତ ଶିକ୍ଷକଙ୍କ ଦାବି ପୂରଣରେ ଟାଳଟୁଳ ନୀତି: ତେଜିଲା ଆନ୍ଦୋଳନ

ଗୁଣପୁର,୫ା୮(ସୁଜାତା ପାଢ଼ୀ): ରାଜ୍ୟ ସରକାର ଅନୁଦାନପ୍ରାପ୍ତ ଶିକ୍ଷକମାନଙ୍କ ମୌଳିକ ଦାବି ଯଥା ଚାକିରି ସର୍ତ୍ତାବଳୀ ଲାଗୁ, ପୁରୁଣା ପେନ୍‌ସନ୍‌ ପ୍ରଦାନ, ଅବସର ସୀମା ୬୨କୁ ବୃଦ୍ଧି, ଅନୁଦାନପ୍ରାପ୍ତ…

ବିଧାନସଭାରେ ଭାବପ୍ରବଣ ହୋଇଗଲେ ବାଚସ୍ପତି: କହିଲେ, ମୁଁ ଏହି ପଦବୀ ପାଇଁ ଯୋଗ୍ୟ କି ନୁହେଁ…

ଲକ୍ଷ୍ନୌ,୫।୮: ଉତ୍ତରପ୍ରଦେଶ ବିଧାନସଭାର ମୌସୁମୀ ଅଧିବେଶନ ସମୟରେ ବାଚସ୍ପତି ସତୀଶ ମହାନା ବିଧାୟକମାନଙ୍କୁ ସମ୍ବୋଧିତ କରିବା ସମୟରେ ଭାବପ୍ରବଣ ହୋଇ ପଡ଼ିଥିଲେ। ଅଧିବେଶନର ଦ୍ୱିତୀୟ ଦିନ ଅଗଷ୍ଟ…

ବିରାଟ କୋହଲି ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ପରେ ପ୍ରତିକ୍ରିୟା ରଖିଲେ ମହମ୍ମଦ ଶାମି,ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୫।୮: ସାମ୍ପ୍ରତିକ ବର୍ଷଗୁଡ଼ିକରେ, ବିରାଟ କୋହଲି ଆଧ୍ୟାତ୍ମିକତା ପ୍ରତି ଆଗ୍ରହ ଦେଖାଇଛନ୍ତି। ତାଙ୍କୁ ତାଙ୍କ ଆଙ୍ଗୁଠିରେ ପ୍ରାର୍ଥନା ମାଳି ଏବଂ ଏକ ଟାଲି କାଉଣ୍ଟର ସହିତ ଦେଖାଯାଇଛି,…

ବନ୍ୟାଞ୍ଚଳରେ ଉପମୁଖ୍ୟମନ୍ତ୍ରୀ: କୃଷି ଋଣ ଛାଡ଼ ସହ କ୍ଷତିପୂରଣ ପାଇ ଦାବି କଲେ ବିପନ୍ନ

ତିହିଡି଼, ୫।୮(ସଞ୍ଜିତ ବଳ): ତିହିଡି଼ ବ୍ଲକର ବନ୍ୟାଞ୍ଚଳକୁ ବୁଧବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗସ୍ତ କରିଛନ୍ତି । ବାରସର ପଞ୍ଚାୟତର ତିଆଡ଼ିସାହି ଓ ଗୋବିନ୍ଦପୁର ପଞ୍ଚାୟତର ତଳହଂସପାଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri