ଶ୍ରମିକ ନାହାନ୍ତି, କାମ କରୁଛି ମେଶିନ

ନୂଆଗାଁ,୮।୧୨(ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ବ୍ଲକରେ ସରକାରୀ ଅର୍ଥ ଲୁଟିବାର ଉତ୍ତମ ମାଧ୍ୟମ ପାଲଟିଛି ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)। ଏହି ଯୋଜନାରେ ସବୁ ନିୟମକାନୁନକୁ ଉଲ୍ଲଂଘନ କରି ସରକାରୀ ଅର୍ଥ ଲୁଟ ହେଉଛି। ଏ ସଂକ୍ରାନ୍ତରେ ବିଭାଗୀୟ ଅଧିକାରୀମାନେ ଅବଗତ ଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ନ ଥିବା ଅଭିଯୋଗ ହୋଇଛି।

ଶ୍ରମିକମାନଙ୍କୁ ଆଉ ଦାଦନ ଖଟିବାକୁ ବାହାରକୁ ଯିବାକୁ ପଡିବ ନାହିଁ। ସେମାନେ ନିଜ ଗାଁରେ ରହି ଏହି ଯୋଜନରେ ଶହେ ଦିନର କାମ ପାଇ ପାରିବେ ବୋଲି ସରକାର ଯୋଜନା କରିଛନ୍ତି। ହେଲେ ନୂଆଗାଁ ବ୍ଲକରେ ପ୍ରତିଟି ଏମ୍‌ଜିଏନ୍‌ଆରଇଜିଏସ୍‌ କାମ ମେଶିନ ଦ୍ୱାରା କରାଯାଉଛି। ଶ୍ରମିକମାନଙ୍କ ଜବ୍‌କାର୍ଡ ମାଧ୍ୟମରେ ବ୍ୟାଙ୍କ ଆକାଉଣ୍ଟକୁ ଟଙ୍କା ଆସୁଛି। ପରବର୍ତ୍ତୀ ସମୟରେ ମଧ୍ୟସ୍ଥିମାନେ ଶ୍ରମିକମାନଙ୍କ ଆକାଉଣ୍ଟରୁ ଟଙ୍କା ଉଠାଇ ଆକାଉଣ୍ଟଧାରୀକୁ ସାନ୍ବନ୍ତାମୂଳକ ଭାବେ ଶହେ କିମ୍ବା ୨ ଶହ ଟଙ୍କା ଦେଉଛନ୍ତି। ଏ ବାବଦରେ ଦାୟିତ୍ୱରେ ଥିବା ଅଧିକାରୀଙ୍କୁ ଅଭିଯୋଗ କଲେ ଶ୍ରମିକ ମିଳୁ ନ ଥିବାରୁ ମେଶିନରେ କାମ ହେଉଛି। ଏ ସଂକ୍ରାନ୍ତରେ ଆମେ ସମସ୍ତେ ଅବଗତ ଅଛୁ ବୋଲି କହୁଛନ୍ତି। ସେହିପରି ଏମ୍‌ଜିଏନ୍‌ଆର୍‌ଇଜିଏସରେ ୫ ଜଣ ଶ୍ରମିକଙ୍କୁ କାମ କରାଇ ପ୍ରତିଦିନ ୫୦ ଶ୍ରମିକଙ୍କ ନାମରେ ଟଙ୍କା ଲୁଟ ହେଉଛି, ଯାହାକି ଡିମିରିପଲି ସରକାରୀ ଉଚ୍ଚ ବିଦ୍ୟାଳୟ ଚାରା ରୋପଣ କାମରେ ହୋଇଥିବା ଅଭିଯୋଗ ହେଉଛି। ୫-ଟି ଯୋଜନାରେ ସ୍କୁଲ ରୂପାନ୍ତରିକରଣରେ ଚାରା ରୋପଣ କରିବା ପାଇଁ ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରାଯାଉଛି। ହେଲେ ସେହି ଅର୍ଥ ଶ୍ରମିକମାନଙ୍କ ନାଁରେ ଉଠୁଥିଲେ ମଧ୍ୟ ତାହା ହରିଲୁଟ୍‌ ହେଉଥିବା ଅଭିଯୋଗ ହେଉଛି। ବାହାଡ଼ାଝୋଲା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଚାରା ରୋପଣ ପାଇଁ ୬ ଲକ୍ଷ ଅନୁଦାନ ମିଳିଥିଲା। ଯନ୍ତ୍ରୀ ଚାରା ରୋପଣ ପାଇଁ ଅନୁପଯୋଗୀ ମାଟି (ଗୋଡି ମାଟି) ପକାଇବା ସହ ଅଳ୍ପ କେତୋଟି ଗଛ ଲଗାଇ ୧ ଲକ୍ଷାଧିକ ଟଙ୍କା ନେଇଛନ୍ତି ବୋଲି ସୂଚନା ମିଳିଛି। ସେହିପରି ଅଳ୍ପ କିଛି ଗଛ ଲଗାଇ ଚିନ୍ତାମଣୀ ବିଦ୍ୟାପୀଠରୁ ୭୩୨୬୦ ଟଙ୍କା, ଜଗନ୍ନାଥପ୍ରସାଦ ହାଇସ୍କୁଲରୁ ୩୧୩୨୫୭ ଟଙ୍କା, ନୂଆଗାଁ ହାଇସ୍କୁଲରୁ ୧୦୧୨୩୨ ଟଙ୍କା, ଡିମିରିଝରି ଆଞ୍ଚଳିକ ହାଇସ୍କୁଲରୁ ୧୨୩୮୭୬ ଟଙ୍କା ଉଠାଇ ନିଆଯାଇଛି। କେଉଁ ଯୋଜନାରେ କେତେ ଟଙ୍କା ବ୍ୟୟରେ କାର୍ଯ୍ୟ ହେଉଛି ତାହା ସାର୍ବଜନୀନ କରିବା ପାଇଁ ସୂଚନା ଫଳକ ଲଗାଇବା ନିୟମ ରହିଥିବା ବେଳେ ତାହା କରାଯାଉ ନାହିଁ। ଫଳରେ ସମସ୍ତ ଏମ୍‌ଜିଏନ୍‌ଆର୍‌ଇଜିଏସ କାର୍ଯ୍ୟରେ ଅନିୟମିତତା କରିବା ପାଇଁ ସୁଯୋଗ ମିଳୁଥିବା ମତ ପ୍ରକାଶ ପାଇଛି। ଏ ବାବଦରେ ନୟାଗଡ଼ ଜିଲା ପରିଷଦ ମୂଖ୍ୟ ଉନ୍ନୟନ ଅଧିକାରୀ ତଥା ମୂଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ସୁବାସ ଚନ୍ଦ୍ର ରାୟଙ୍କୁ ପଚାରିବାରେ ଅଭିଯୋଗ ହେଲେ ତଦନ୍ତ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?