ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ୨ କର୍ମଚାରୀଙ୍କ ନାଁରେ ମାମଲା

ହାଟଡିହୀ,୩୦ା୬(ଡିି.ଏନ୍‌.ଏ.): ସରକାରୀ ଅର୍ଥ ଆତ୍ମସାତ ନେଇ କେନ୍ଦୁଝର ଜିଲା ହାଟଡିହୀ ତହସିଲର ଦୁଇ ପୂର୍ବତନ କର୍ମଚାରୀଙ୍କ ନାମରେ ତହସିଲଦାର ନନ୍ଦିପଦା ଥାନାରେ ଅଭିଯୋଗ କରିଛନ୍ତି। କର୍ମଚାରୀ ଦ୍ୱୟ ହେଲେ ବରିଷ୍ଠ କିରାଣୀ ଶ୍ରୀକାନ୍ତ ଜେନା ଏବଂ ଚେନ୍‌ମ୍ୟାନ ଅଭିମନ୍ୟୁ ଭୂୟାଁ । ଶ୍ରୀକାନ୍ତଙ୍କ ଘର ହାଟଡିହୀ ବ୍ଲକ ଚଣ୍ଡୀବିରଞ୍ଚିପୁର ହୋଇଥିବା ବେଳେ ସେ ଏବେ ହରିଚନ୍ଦନପୁର ତହସିଲରେ କାର୍ଯ୍ୟ କରୁଛନ୍ତି। ସେହିପରି ଅଭିମନ୍ୟୁଙ୍କ ଘର ଘସିପୁରା ବ୍ଲକ ଖାଳିଆମେଣ୍ଟା ଗ୍ରାମରେ। ସେ ଏବେ ଘସିପୁରା ତହସିଲରେ କାର୍ଯ୍ୟରତ ଅଛନ୍ତି।

ଅଭିଯୋଗ ଅନୁଯାୟୀ, ଗତ ୨୦୧୯ ଜୁଲାଇ ୧୨ରେ ଏକ ଟ୍ରାକ୍ଟର ଦ୍ୱାରା ବେନିୟମ ଭାବେ ବାଲି ଚାଲାଣ କରୁଥିବା ଜିତେନ୍ଦ୍ର ରାଉତ ରାୟଙ୍କଠାରୁ ରୟାଲଟି ଏବଂ ପେନାଲଟି ବାବଦରେ ୪୦ ହଜାର ଟଙ୍କା ଆଦାୟ କରାଯାଇଥିଲା। ରସିଦ ପୁସ୍ତକନଂ. ୦୧୪୩୩୬୪ ଅଟେ। କିନ୍ତୁ ସରକାରୀ ରାଜକୋଷରେ ୪ ହଜାର ଟଙ୍କା ଜମା କରାଯାଇଥିବା ବେଳେ ଅବଶିଷ୍ଟ ୩୬ ହଜାର ଟଙ୍କା ଆତ୍ମସାତ କରାଯାଇଥିଲା। ଏହାକୁ ନେଇ ଓଡ଼ିଶା ଲୋକାୟୁକ୍ତଙ୍କ ନିକଟରେ ମାନବାଧିକାର କର୍ମୀ ହିମାଂଶୁ ଶେଖର ନାୟକ ଅଭିଯୋଗ କରିଥିଲେ। ପରେ ଓଡ଼ିଶା ରାଜସ୍ବ ଏବଂ ବିପର୍ଯ୍ୟୟ ପରିଚାଳନା ବିଭାଗ ଚିଠି ନଂ.୧୬୨୦୮/୧୮ା୫ା୨୦୨୨ ଅନୁସାରେ କେନ୍ଦୁଝର ଜିଲା ପ୍ରଶାସନକୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ ଲାଗି ନିର୍ଦ୍ଦେଶ ଦିଆଯାଇଥିଲା। ଜିଲା ପ୍ରଶାସନ ଚିଠିନଂ. ୧୨୬୨/୧୩ା୬ା୨୦୨୨ରେ ହାଟଡିହୀ ତହସିଲଦାରଙ୍କୁ ସମ୍ପୃକ୍ତ ଦୁଇ କର୍ମଚାରୀଙ୍କ ନାମରେ ମାମଲା ରୁଜୁ ପାଇଁ ନିର୍ଦ୍ଦେଶ ଦେଇଥିଲେ। ପରେ ତହସିଲଦାର ଦିଲ୍ଲୀପ କୁମାର ସାହୁ ଚିଠିନଂ. ୨୦୮୪/୧୮ା୬ା୨୦୨୨ରେ ନନ୍ଦିପଦା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଏନେଇ ପୋଲିସ ଦଫା ୪୦୮, ୪୬୭, ୪୬୮,୧୨୦ବି, ୩୪ରେ ଏକ ମାମଲା(ନଂ.୧୩୭/୨୨) ରୁଜୁ କରିଛି l


Enter your email to get our daily news in your inbox.

All Right Reserved By Dharitri.Com

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri