ନକଲି ଔଷଧ ଉପରେ ଶୂନ୍ୟ ସହନଶୀଳ ନୀତି ଗ୍ରହଣ କରିଛନ୍ତି ଭାରତ ସରକାର…

ନୂଆଦିଲ୍ଲୀ,୨୦।୬ : କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବ୍ୟ କହିଛନ୍ତି ଭାରତରେ ନକଲି ଔଷଧ ଉପରେ ଶୂନ୍ୟ ସହନଶୀଳ ନୀତି ଅନୁସରଣ କରାଯାଇଛି। ଭାରତରେ ଅପମିଶ୍ରିତ କଫ ସିରପ ଯୋଗୁଁ ମୃତ୍ୟୁକୁ ନେଇ ଚିନ୍ତା ବଢ଼ିବା ପରେ ୭୧ ଟି କମ୍ପାନୀକୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି ଏବଂ ସେମାନଙ୍କ ମଧ୍ୟରୁ ୧୮ କମ୍ପାନୀ ବନ୍ଦ କରିବାକୁ କୁହାଯାଇଛି।

ଏକ ସ୍ବତନ୍ତ୍ର ସାକ୍ଷାତକାରରେ କେନ୍ଦ୍ର ମନ୍ତ୍ରୀ ଏହା ମଧ୍ୟ କହିଛନ୍ତି ଦେଶରେ ଗୁଣାତ୍ମକ ଔଷଧ ଉତ୍ପାଦନକୁ ସୁନିଶ୍ଚିତ କରିବା ପାଇଁ ନିରନ୍ତର ବିଶ୍ଳେଷଣ କରାଯାଇଥାଏ। ଏଥିସହ ସରକାର ଏବଂ ନିୟାମକମାନେ ସର୍ବଦା ସଜାଗ ରହିଥାନ୍ତି। ଭାରତ ବିଶ୍ୱସ୍ତରୀୟ ଫାର୍ମାସି ଏବଂ ସମସ୍ତଙ୍କୁ ନିଶ୍ଚିତ କରିବାକୁ ଚାହୁଁଛୁ ଆମେ ଗୁଣବତ୍ତା ଔଷଧ ପ୍ରସ୍ତୁତ କରିଥାଉ।

୨୦୨୨-୨୩ରେ ଭାରତ ୧୭.୬ ବିଲିୟନ ଡ଼ଲାରର କଫ ସିରପ ରପ୍ତାନି କରୁଥିବାବେଳେ ୨୦୨୧-୨୨ ରେ ଏହା ୧୭ ବିଲିୟନ ଡ଼ଲାର ଥିଲା। ମୋଟ ଉପରେ, ଭାରତ ବିଶ୍ୱ ସ୍ତରରେ ଜେନେରିକ ଔଷଧ ଯୋଗାଣକାରୀ, ବିଭିନ୍ନ ଟିକା ପାଇଁ ୫୦ ପ୍ରତିଶତରୁ ଅଧିକ ରପ୍ତାନୀ କରିଥାଏ। ଅପରପକ୍ଷରେ ଆମେରିକା ପ୍ରାୟ ୪୦ ପ୍ରତିଶତ ଜେନେରିକ ଔଷଧ ଏବଂ ବ୍ରିଟେନ ପ୍ରାୟ ୨୫ ପ୍ରତିଶତ ଔଷଧ ରପ୍ତାନୀ କରିଥାଏ। ମାଣ୍ଡବ୍ୟ କହିଛନ୍ତି, ଯେତେବେଳେ ଭାରତୀୟ ଔଷଧ ବିଷୟରେ କିଛି ପ୍ରଶ୍ନ ଉଠିଥାଏ, ସେତେବେଳେ ଆମେ ତଥ୍ୟର ତଳ ସ୍ତରକୁ ଯାଇଥାଉ।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

‘ଦେଶର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ?’ ଅଭିଜିତ ଦୀପକେଙ୍କ ଉତ୍ତରକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜୀତ ଦୀପକେଙ୍କୁ ଯେତେବେଳେ ପଚରାଯାଇଥିଲା ଯେ, ଦେଶର ଏପର୍ଯ୍ୟନ୍ତର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ, ସେତେବେଳେ ସେ ପଣ୍ଡିତ…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ଧୋକା ଦେଲେ ସରକାର! ପୁଣି ବଡ଼ ଆନ୍ଦୋଳନ ଘୋଷଣା କଲା CJP: ଏଇଠୁ ହେବ ଆରମ୍ଭ

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ଆସନ୍ତା ୫ ସେପ୍ଟେମ୍ବରରେ ଦିଲ୍ଲୀରେ ରାଷ୍ଟ୍ରବ୍ୟାପୀ ଶାନ୍ତିପୂର୍ଣ୍ଣ ବିରୋଧ ପ୍ରଦର୍ଶନ କରିବାକୁ ଘୋଷଣା କରିଛି। ଦଳ ଭାରତ ସରକାରଙ୍କ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri