ବଡ଼ କାର୍ଯ୍ୟାନୁଷ୍ଠାନ: ପାକିସ୍ତାନରୁ ସବୁ ଆମଦାନୀ ବନ୍ଦକଲା ଭାରତ, ମେଲ୍‌, ପାର୍ସଲ ବି ବନ୍ଦ…

ନୂଆଦିଲ୍ଲୀ,୪ା୫: ପହଲଗାମ୍‌ ଆତଙ୍କବାଦୀ ଆକ୍ରମଣ ଘଟଣା ପରେ ପାକିସ୍ତାନ ସହ ଉତ୍ତେଜନା ବଢ଼ିଚାଲିଥିବାବେଳେ କେନ୍ଦ୍ର ସରକାର ସେଠାରୁ ସମସ୍ତ ପ୍ରକାର ପ୍ରତ୍ୟକ୍ଷ ଓ ପରୋକ୍ଷ ଆମଦାନୀ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। ଏଥିସହ ପାକିସ୍ତାନରୁ ଆସୁଥିବା ମେଲ୍‌ ଓ ପାର୍ସଲଗୁଡ଼ିକୁ ମଧ୍ୟ ବନ୍ଦ କରିଦିଆଯାଇଛି। କେବଳ ସେତିକି ନୁହେଁ, ପାକିସ୍ତାନୀ ଜାହାଜଗୁଡ଼ିକ ଭାରତୀୟ ବନ୍ଦରରେ ନ ଲଗାଇବାକୁ କଟକଣା ଲଗାଯାଇଛି।
ବୈଦେଶିକ ବାଣିଜ୍ୟ ନୀତି (ଏଫ୍‌ଟିପି) ୨୦୨୩ର ନୂଆ ନିୟମାବଳୀ ଅନୁଯାୟୀ, ଆମଦାନୀ ଓ ଦ୍ରବ୍ୟ ପରିବହନ ବନ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଛି। ଏହି କଟକଣା ତୁରନ୍ତ ଲାଗୁ ହୋଇଥିବାବେଳେ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ବଳବତ୍ତର ରହିବ। ଜାତୀୟ ସୁରକ୍ଷା ଏବଂ ଜନସ୍ବାର୍ଥ ଦୃଷ୍ଟିରୁ ଏଭଳି ନିଷ୍ପତ୍ତି ନେବା ଜରୁରୀ ଥିଲା ବୋଲି ସରକାର କହିଛନ୍ତି। ଯଦି କୌଣସି ବ୍ୟତିକ୍ରମ ଆବଶ୍ୟକ ପଡ଼େ, ତେବେ ଏଥିପାଇଁ କେନ୍ଦ୍ର ସରକାରଙ୍କ ସ୍ବତନ୍ତ୍ର ଅନୁମୋଦନ ଆବଶ୍ୟକ ପଡ଼ିବ।

ସୂଚନାଯୋଗ୍ୟ, ଭାରତ ଓ ପାକିସ୍ତାନ ମଧ୍ୟରେ ବାଣିଜ୍ୟ ଅତ୍ୟନ୍ତ ସୀମିତ ଥିଲା। ଚଳିତ ଆର୍ଥିକ ବର୍ଷରେ ଭାରତ ସେଠାରୁ ମାତ୍ର ୦.୫ ନିୟୁତ ଡଲାର ମୂଲ୍ୟର ପଣ୍ୟ ଆମଦାନୀ କରିଥିବାବେଳେ ପ୍ରାୟ ୫୦୦ ନିୟୁତ ଡଲାରର ପଣ୍ୟ ରପ୍ତାନୀ କରିଥିଲା। ୨୦୧୯ ପୁଲ୍‌ଓ୍ବାମା ଆକ୍ରମଣ ପରେ ପାକିସ୍ତାନୀ ଆମଦାନୀ ସାମଗ୍ରୀ ଉପରେ ଭାରତ ୨୦୦ ପ୍ରତିଶତ ଟାରିଫ୍‌ ଲଗାଇ ଏହାକୁ ମହଙ୍ଗା କରିଦେଇଥିଲା। ଫଳରେ ୨୦୨୪ ଏପ୍ରିଲରୁ ୨୦୨୫ ଜାନୁଆରୀ ମଧ୍ୟରେ ସେଠାରୁ ଆମଦାନୀ ମାତ୍ର ୦.୪୨ ନିୟୁତ ଡଲାରକୁ ହ୍ରାସ ପାଇଥିଲା। ଏଥିସହିତ ପାକିସ୍ତାନ ସହ ବିମାନ ଓ ସ୍ଥଳପଥ ଯୋଗେ ହେଉଥିବା ସମସ୍ତ ମେଲ୍‌ ଓ ପାର୍ସଲ ଆଦାନପ୍ରଦାନକୁ ବନ୍ଦ କରିବା ପାଇଁ ସରକାର ନିଷ୍ପତ୍ତି ନେଇଥିବା ଡାକ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତିରେ କୁହାଯାଇଛି। ସେହିପରି ପାକିସ୍ତାନୀ ପତାକା ଲାଗିଥିବା ଜାହାଜଗୁଡ଼ିକୁ ଭାରତୀୟ ବନ୍ଦର ମଧ୍ୟକୁ ପ୍ରବେଶ ନିଷେଧ କରାଯାଇଛି। ଭାରତୀୟ ପତାକା ଲାଗିଥିବା ଜାହାଜଗୁଡ଼ିକ ମଧ୍ୟ ପାକିସ୍ତାନ ବନ୍ଦରକୁ ଯିବେ ନାହିଁ। ଫଳରେ ୨ ଦେଶ ମଧ୍ୟରେ ଜାହାଜ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri