Posted inଜାତୀୟ

ଭାରତ ସରକାର ନିଜ କାମ କରୁଛନ୍ତି, ପୁଟିନ୍‌ଙ୍କୁ ଯୁଦ୍ଧ ବନ୍ଦ କରିବାକୁ ନିର୍ଦ୍ଦେଶ ଜାରି କରି ହେବନି…

ନୂଆଦିଲ୍ଲୀ,୩।୩ : ୟୁକ୍ରେନ୍‌ରୁ ଭାରତୀୟଙ୍କୁ ସ୍ବଦେଶ ଫେରାଇ ଆଣିବା କାର୍ଯ୍ୟ ଭାରତ ସରକାରଙ୍କ ପକ୍ଷରୁ କରାଯାଉଛି। ସରକାର ନିଜ କାମ କରୁଛନ୍ତି। କିନ୍ତୁ ଭାରତ ସରକାର ରୁଷିଆ ରାଷ୍ଟ୍ରପତି ବ୍ଲାଡିମୀର ପୁଟିନ୍‌ଙ୍କୁ ଯୁଦ୍ଧ ବନ୍ଦ କରିବାକୁ ନିର୍ଦ୍ଦେଶ ଜାରି କରିପାରିବେ ନାହିଁ ବୋଲି ଗୁରୁବାର ଏକ ମାମଲାର ଶୁଣାଣି କରି ସୁପ୍ରିମ୍‌କୋର୍ଟ ଏଭଳି କହିଛନ୍ତି।
ୟୁକ୍ରେନ୍‌ରୁ ଭାରତୀୟଙ୍କୁ ଫେରାଇ ଆଣିବା ଏକ ଆବେଦନର ଶୁଣାଣି କରି ଶୀର୍ଷକୋର୍ଟ ଏହା ସୂଚିତ କରିଛନ୍ତି।

ପ୍ରଧାନ ବିଚାରପତି ଏନ୍‌.ଭି. ରମନାଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ କହିଛନ୍ତି ଭାରତୀୟ ଛାତ୍ରୀଛାତ୍ରମାନଙ୍କୁ ସ୍ବଦେଶ ଫେରାଇ ଆଣିବା ଲାଗି ଅପରେଶନ ଗଙ୍ଗା ଚାଲିଛି।

ୟୁକ୍ରେନରେ ଫସି ରହିଥିବା ଭାରତୀୟମାନଙ୍କୁ ତୁରନ୍ତ ଫେରାଇ ଆଣିବା ପାଇଁ ବରିଷ୍ଠ ଆଇନଜୀବୀ ଏ.ଏମ୍‌.ଡାରଙ୍କ ପକ୍ଷରୁ ସୁପ୍ରିମକୋର୍ଟରେ ଏକ ଆବେଦନ କରାଯାଇଥିଲା।

ପ୍ରଧାନ ବିଚାରପତି କହିଛନ୍ତି ଯେ ଭାରତୀୟ ସରକାର ଭାରତୀୟମାନଙ୍କୁ ଫେରାଇ ଆଣିବା ପାଇଁ ନିଜର କାର୍ଯ୍ୟ କରୁଛନ୍ତି। ଏନେଇ ଖଣ୍ଡପୀଠ ଆଟର୍ନି ଜେନେରାଲ କେ.କେ.ଭେନୁଗୋପାଳଙ୍କ ସହାୟତା ଲୋଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ବିଦ୍ୟାଳୟ ରାତ୍ର ଜଗୁଆଳଙ୍କ ଜୀବନ, ରେଲିଂରେ ଧକ୍କା ଦେଇ…

ଦାରିଙ୍ଗବାଡ଼ି,୧୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ୫୯ନଂ ଜାତୀୟ ରାଜପଥର ବୁଡ଼ାଗୁଡା ଛକରେ ବାଇକ ଦୁର୍ଘଟଣାଗ୍ରସ୍ତ ହୋଇ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଉକ୍ତ…

ଡୋନାଲ୍ଡ ଟ୍ରମ୍ପଙ୍କ ଘନିଷ୍ଠ ସହଯୋଗୀ ଲିଣ୍ଡସେ ଗ୍ରାହାମଙ୍କ ମୃତ୍ୟୁ; ରୁଷୀୟ ତୈଳ କ୍ରୟ ଉପରେ ଭାରତକୁ ଦେଇଥିଲେ ଧମକ

ଓ୍ବାଶିଂଟନ,୧୨।୭: ଦକ୍ଷିଣ କାରୋଲିନାର ଦୀର୍ଘକାଳୀନ ରିପବ୍ଲିକାନ ସାଂସଦ ଆମେରିକାର ସେନେଟର ଲିଣ୍ଡସେ ଗ୍ରାହାମଙ୍କ ଦେହାନ୍ତ ହୋଇଛି। ତାଙ୍କୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଜଣେ ଘନିଷ୍ଠ ସହଯୋଗୀ…

୧୧ ଭାରତୀୟ ଥିବା ଜାହାଜ ଉପରକୁ ଆକ୍ରମଣ କଲା ଇରାନ, ଜଣେ ନିଖୋଜ, ପ୍ରତିକ୍ରିୟା ଦେଲା ଭାରତ

ନୂଆଦିଲ୍ଲୀ/ତେହରାନ,୧୨।୭: ହର୍ମୁଜ ପ୍ରଣାଳୀରେ ଏକ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣକୁ ନେଇ ଭାରତ କଡ଼ା ପ୍ରତିକ୍ରିୟା ପ୍ରକାଶ କରିଛି। ଓମାନ ଉପକୂଳରେ ଯେତେବେଳେ ଏହି ଆକ୍ରମଣ ଘଟିଥିଲା…

ଇରାନ କେବେ ଖୋଲିବ ହର୍ମୁଜ ପ୍ରଣାଳୀ? IRGC ଡୋନାଲ୍ଡ ଟ୍ରମ୍ପଙ୍କ ପାଇଁ ରଖିଲା ଏହି ସର୍ତ୍ତ

ତେହରାନ,୧୨।୭: ପଶ୍ଚିମ ଏସିଆରେ ଇରାନ ଏବଂ ଆମେରିକା ମଧ୍ୟରେ ବୃଦ୍ଧି ପାଉଥିବା ସାମରିକ ଉତ୍ତେଜନା ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ ବାଣିଜ୍ୟ ଜୀବନରେଖା ହର୍ମୁଜ ପ୍ରଣାଳୀ ସମ୍ପର୍କରେ…

‘ତାଙ୍କ ସ୍ବର ସର୍ବଦା ବଞ୍ଚି ରହିବ…’: କିମ୍ବଦନ୍ତୀ ଗାୟିକା ଏସ. ଜାନକୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୨।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରସିଦ୍ଧ ପ୍ଲେବ୍ୟାକ ସିଙ୍ଗର ଏସ. ଜାନକୀ ଆମ୍ମାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି, ତାଙ୍କ ବିୟୋଗକୁ ସଙ୍ଗୀତ ଏବଂ ସଂସ୍କୃତି ଜଗତ…

ଏକ୍ସଟ୍ରା ଟାଇମରେ ଆର୍ଜେଣ୍ଟିନାର ରୋମାଞ୍ଚକର ବିଜୟ; ସେମିଫାଇନାଲରେ ପହଞ୍ଚିଲା Messiଙ୍କ ଦଳ

କାନସାସ ସିଟି,୧୨।୭: ମ୍ୟାଚ ଅତିରିକ୍ତ ସମୟରେ ଯିବା ସହିତ ଆର୍ଜେଣ୍ଟିନା ପ୍ରଶଂସକଙ୍କ ହୃଦୟ ଧଡ଼ଧଡ଼ ହବା ଆରମ୍ଭ ହୋଇଥିଲା। ଆର୍ଜେଣ୍ଟିନା ଦଶମ ମିନିଟରେ ପ୍ରଥମ ଗୋଲ ସ୍କୋର…

ଓଲଟିଲା ପିଆଜ ବୋଝେଇ ଟ୍ରକ୍‌, ଯିଏ ପାରିଲେ ମନଇଚ୍ଛା ବୋହିନେଲେ

କେନ୍ଦୁଝର,୧୨ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ସକାଳେ କେନ୍ଦୁଝର ଜିଲାର ଜୁଡ଼ିଆ ଘାଟିରେ ଏକ ପିଆଜ ବୋଝେଇ ଟ୍ରକ୍‌ ଓଲଟି ୨ ଜଣ ଆହତ ହୋଇଛନ୍ତି। ଉକ୍ତ ପିଆଜ…

ମୁଣ୍ଡଳିରେ ପହଞ୍ଚିଲା ହୀରାକୁଦ ବନ୍ୟାଜଳ

କଟକ,୧୨ା୭: ମୁଣ୍ଡଳିରେ ପହଞ୍ଚିଛି ହୀରାକୁଦର ପ୍ରଥମ ବନ୍ୟାଜଳ। ଗତ ୯ ତାରିଖରେ ହୀରାକୁଦ ଜଳଭଣ୍ଡାର ତା’ର ୪ଟି ଗେଟ୍‌ ଖୋଲିଥିଲା। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri