Posted inଜାତୀୟ

ସରକାରୀ ବାବୁ ଆତଙ୍କବାଦୀଙ୍କ ଏଜେଣ୍ଟ୍‌, ୧୧ ନିଲମ୍ବିତ…

ଶ୍ରୀନଗର,୧୧।୭: ସରକାରୀ ବାବୁ ଆତଙ୍କବାଦୀଙ୍କ ଏଜେଣ୍ଟ ସାଜି ଗୁପ୍ତ ତଥ୍ୟ ଯୋଗାଇବା ଘଟଣାରେ ଜମ୍ମୁ-କଶ୍ମୀରରେ ତନାଘନା ଆରମ୍ଭ ହୋଇଛି। ଏହି ମାମଲାରେ ୧୧ ଜଣ ଅଧିକାରୀଙ୍କୁ ନିଲମ୍ବିତ କରାଯାଇଛି। ସରକାରୀ ଚାକିରି କରି ସେମାନେ ଆତଙ୍କବାଦୀଙ୍କ ପାଇଁ ଆବଶ୍ୟକ ପାଣ୍ଠି ସଂଗ୍ରହ କରିବା ସହିତ ଆବଶ୍ୟକସ୍ଥଳେ ଆଶ୍ରୟ ମଧ୍ୟ ଯୋଗାଇ ଦେଉଥିବା ଗୋଇନ୍ଦା ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଅଭିଯୁକ୍ତଙ୍କ ମଧ୍ୟରେ ଆତଙ୍କବାଦୀ ସଲାଉଦ୍ଦିନଙ୍କ ୨ ପୁଅ ମଧ୍ୟ ସାମିଲ ଅଛନ୍ତି। ସମ୍ପୃକ୍ତ ଅଭିଯୁକ୍ତମାନେ ଅଣ୍ଡର କଭର ଭାବେ ଆତଙ୍କବାଦୀଙ୍କ ପାଇଁ କାମ କରୁଥିଲେ। ସରକାରୀ ଚାକିରି କରିଥିବାରୁ ସେମାନଙ୍କ ପ୍ରତି ସନ୍ଦେହ ମଧ୍ୟ କରାଯାଉ ନ ଥିଲା। ୧୧ କର୍ମଚାରୀଙ୍କ ମଧ୍ୟରୁ ଅନନ୍ତନାଗର ୪ ଜଣ, ବଡ଼ଗାଓ୍ବଁର ୩, ବାରମୁଳାର ଜଣେ, ଶ୍ରୀନଗର ଏବଂ କୁପଓ୍ବାଡ଼ାର ଜଣେ ଲେଖାଏଁ ରହିଛନ୍ତି। ଅଭିଯୁକ୍ତଙ୍କ ମଧ୍ୟରୁ ୪ ଶିକ୍ଷା ବିଭାଗ, ୨ ଜମ୍ମୁ-କଶ୍ମୀର ପୋଲିସ ବିଭାଗରେ କାମ କରୁଥିଲେ। ସେହିପରି କୃଷି, କୌଶଳ ବିକାଶ, ବିଦ୍ୟୁତ୍‌, ଶେର କଶ୍ମୀର ହସ୍ପିଟାଲ ଏବଂ ସ୍ବାସ୍ଥ୍ୟ ବିଭାଗର ଜଣେ ଲେଖାଏଁ କର୍ମଚାରୀ ରହିଛନ୍ତି। ଅଭିଯୁକ୍ତମାନେ ସରକାରଙ୍କଠାରୁ ଦରମା ନେଇ ପାକିସ୍ତାନୀ ଆତଙ୍କବାଦୀଙ୍କ ପାଇଁ ଗୁପ୍ତଚରୀ କରୁଥିଲେ। ସେମାନଙ୍କ ବିରୋଧରେ ଦେଶଦ୍ରୋହ ମାମଲା ରୁଜୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁନ୍ଦରଗଡ଼ରେ ଜାତୀୟ ପତାକା ଉତ୍ତୋଳନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ସୁନ୍ଦରଗଡ଼,୧୫ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ସଦରମହକୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ପାଳିତ ହୋଇଯାଇଛି। ସୁନ୍ଦରଗଡ଼ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତ୍ରାପଡ଼ିଆଠାରେ ଆୟୋଜିତ ଜିଲାସ୍ତରୀୟ ସମାରୋହରେ ଉପମୁଖ୍ୟମନ୍ତ୍ରୀ…

ଲାଲ୍‌କିଲ୍ଲାରେ ସ୍ୱାଧୀନତା ଦିବସ ସମାରୋହକୁ ଆସିଲେନି ରାହୁଲ ଗାନ୍ଧୀ, ଦିଲ୍ଲୀରେ ପଡିଲା ଚହଳ!

ନୂଆଦିଲ୍ଲୀ,୧୫।୮: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଏବଂ ରାହୁଲ ଗାନ୍ଧୀ, କ୍ରମାଗତ ଦ୍ୱିତୀୟ ବର୍ଷ ପାଇଁ, ଲାଲକିଲ୍ଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଅନୁଷ୍ଠିତ ୮୦ତମ ସ୍ୱାଧୀନତା…

ଲାଇଭ୍‌ ମ୍ୟାଚ୍‌ରେ ଗର୍ଲଫ୍ରେଣ୍ଡଙ୍କ ସହ ଚାଟିଂ କରୁଥିଲେ କ୍ରିକେଟର୍‌: BCCI ନେଲା ବଡ଼ ଆକ୍ସନ

ଚେନ୍ନାଇ,୧୫।୮: ୨୦୨୬ ତାମିଲନାଡୁ ପ୍ରିମିୟର ଲିଗ (TNPL) ସମୟରେ ଜଣେ କ୍ରିକେଟର ଏକ ବଡ଼ ଭୁଲ କରିଥିଲେ। ପୂର୍ବରୁ ରଣଜୀ ଟ୍ରଫିରେ ତାମିଲନାଡୁର ପ୍ରତିନିଧିତ୍ୱ କରିଥିବା ଖେଳାଳି…

ମୁଖ୍ୟମନ୍ତ୍ରୀ ଭାବେ ପ୍ରଥମ ଥର ପତାକା ଉତ୍ତୋଳନ କଲେ ବିଜୟ, ଆଗ ଧାଡିରେ ନଜର ଆସିଲେ ତ୍ରିଶା

ଚେନ୍ନାଇ,୧୫।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ଫୋର୍ଟ ସେଣ୍ଟ ଜର୍ଜ କମ୍ପ୍ଲେକ୍ସରେ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ। ଏହି କାର୍ଯ୍ୟକ୍ରମରେ ତାଙ୍କ ମାତାପିତା ଏବଂ ଘନିଷ୍ଠ ବନ୍ଧୁ…

ଜାତୀୟ ପତାକା ଉତ୍ତୋଳନ ପରେ ହଠାତ୍‌ ଅସୁସ୍ଥ ହୋଇପଡ଼ିଲେ ୯ ଛାତ୍ରୀ, ତଳେ ଗଡ଼ି ଦେଖାଇଲେ ଅସ୍ବାଭାବିକ ଆଚରଣ

ଦେବଗଡ଼,୧୫ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ପଡିଆନାଲି ୟୁଜିୟୁପି ସ୍କୁଲରେ ସ୍ବାଧୀନତା ଦିବସରେ ଏକ ଅଘଟଣ ଘଟିଛି । ଜାତୀୟ ପତାକା ଉତ୍ତୋଳନ ପରେ…

ବିକଶିତ ଭାରତ ପାଇଁ ମୋଦି ଦେଲେ ୭ ଫର୍ମୁଲା: ଜାଣନ୍ତୁ କ’ଣ କ’ଣ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ ଦେଶକୁ ‘ଶକ୍ତିର ସପ୍ତଧାରା’ର ଦୃଷ୍ଟିକୋଣ ଉପସ୍ଥାପନ କରିଛନ୍ତି। ସେ କହିଛନ୍ତି, ବିକଶିତ ଭାରତ ନିର୍ମାଣ…

ଉତ୍କଳ ଗୌରବ ମଧୁସୂଦନ ଦାସ ଉଚ୍ଚ ବିଦ୍ୟାଳୟରେ ଫରଫର ଉଡ଼ିଲା ତ୍ରିରଙ୍ଗା, ଦେଶପ୍ରେମୀଙ୍କ ବଳିଦାନ ପାଇଁ ଆଜି…

ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): ଦେଶ ଆଜି ପାଳୁଛି ୮୦ତମ ସ୍ବାଧୀନତା ଦିବସ। ଏଥିପାଇଁ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଉତ୍ସବ ମୁଖର ହୋଇପଡ଼ିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri