ଜିଲା ମୁଖ୍ୟାଳୟ ଛାଡ଼ି ବାହାରେ ରହୁଛନ୍ତି ସରକାରୀ କର୍ମଚାରୀ

ଜଗତ୍‌ସିଂହପୁର ଅଫିସ,୧୬।୪: ଜଗତ୍‌ସିଂହପୁର ଜିଲାରେ ବିଶେଷକରି ଜିଲା ମୁଖ୍ୟାଳୟରେ କାର୍ଯ୍ୟରତ ସରକାରୀ କର୍ମଚାରୀମାନଙ୍କ ମଧ୍ୟରୁ ଅନେକେ କଟକ, ଭୁବନେଶ୍ୱରରେ ରହୁଛନ୍ତି। ଏଥିଯୋଗୁ ସ୍ଥାନୀୟ ଲୋକେ ବହୁ ସମୟରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଅଧିକାରୀ ଓ କର୍ମଚାରୀମାନେ ମୁଖ୍ୟାଳୟରେ ନ ରହି କୌଣସି ବାହାନା ଦେଖାଇ ଶୁକ୍ରବାର ଅପରାହ୍ନରୁ ଚାଲି ଯାଉଛନ୍ତି। କେତେଜଣ ଅଧିକାରୀ ଓ ଯନ୍ତ୍ରୀ ଏ ନେଇ ସରକାରୀ କାର୍‌ର ଦୁରୁପଯୋଗ କରୁଛନ୍ତି। ସେମାନେ ସରକାରୀ ଅର୍ଥରେ ତେଲ ପକାଇ ସବୁବେଳେ କଟକ, ଭୁବନେଶ୍ୱରରୁ ଯିବା ଆସିବା କରୁଛନ୍ତି। ଏହାଦ୍ୱାରା ସରକାରଙ୍କ ବାସ୍ତବ ଲକ୍ଷ୍ୟ ପୂରଣ ହୋଇ ପାରୁ ନ ଥିବା ସାଧାରଣରେ ଅଭିଯୋଗ ହେଉଛି। ତେବେ ପ୍ରଥମ ଦଫାରେ ଜଗତ୍‌ସିଂହପୁର ଜିଲାପାଳ ଭାବେ ସଂଗ୍ରାମ କେଶରୀ ମହାପାତ୍ର ଯୋଗଦେବା ପରେ ଏହି ପ୍ରସଙ୍ଗକୁ ଗମ୍ଭୀରତାର ସହ ନେଇଥିଲେ। ଲୋକଙ୍କ ସ୍ବାର୍ଥକୁ ଗୌଣ କରି ଅଧିକାରୀ, କର୍ମଚାରୀମାନଙ୍କ ଏହି ଗସ୍ତ ଉପରେ ୨୦୧୯ ଜୁଲାଇରେ ସେ ଅଙ୍କୁଶ ଲଗାଇବାକୁ ଚେଷ୍ଟା କରିଥିଲେ। ଅଧିକାରୀ ଓ କର୍ମଚାରୀମାନେ ସେମାନଙ୍କ ମୁଖ୍ୟାଳୟରେ ରହିବେ ସେନେଇ ନିର୍ଦ୍ଦେଶ ଦେଇଥିଲେ। କର୍ମଚାରୀମାନେ ମୁଖ୍ୟାଳୟରେ ରହିଲେ ଲୋକଙ୍କ ପ୍ରତି ସେମାନଙ୍କ ଆତ୍ମୀୟତା ଓ ଅଙ୍ଗୀକାରବଦ୍ଧତା ବଢିବ ବୋଲି କହିଥିଲେ। କିନ୍ତୁ ଜିଲାପାଳଙ୍କ ଏହି ନିର୍ଦ୍ଦେଶ ପାଳନ ହେଉ ନ ଥିବା ଅଭିଯୋଗ ହେଉଛି। ଏ ସମ୍ପର୍କରେ ଆଡଭୋକେଟ୍‌ ବାସୁଦେବ କହିଛନ୍ତି, ଯେଉଁ ସରକାରୀ କର୍ମଚାରୀ, ଅଧିକାରୀ ଓ ଯନ୍ତ୍ରୀମାନେ ଏଭଳି କରୁଛନ୍ତି ତାହା ଅକ୍ଷମଣୀୟ। ଶୁକ୍ରବାର ମଧ୍ୟାହ୍ନରୁ ସୋମବାର ପୂର୍ବାହ୍ନ୧୦ଟା ପର୍ଯ୍ୟନ୍ତ ଏହି କର୍ମଚାରୀମାନେ କଟକ, ଭୁବନେଶ୍ୱର ରହି ଲୋକଙ୍କୁ ଠକୁଛନ୍ତି। ଲୋକଙ୍କ ଟିକସରେ ଦରମା ପାଉଥିଲେ ସୁଦ୍ଧା ନିଜ ବ୍ୟକ୍ତିଗତ ସ୍ବାର୍ଥ ପାଇଁ ଅଧିକ ସମୟ ଦେଇଛନ୍ତି। ଏହି କର୍ମଚାରୀମାନଙ୍କୁ ଚିହ୍ନଟ କରାଯାଇ ସେମାନଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ। ସେମାନଙ୍କ ମୋବାଇଲ ଟାଓ୍ବାର ଲୋକେଶନ, ସିଡିଆର(କଲ୍‌ ଡିଟେଲ୍‌ ରେକର୍ଡିଂ) ଆଦି ସଂଗ୍ରହ କରାଗଲେ କେଉଁମାନେ କେଉଁଠି କେତେ ସମୟ ରହିଛନ୍ତି ତାହା ଜଣାପଡିଯିବ। ଏଥିସହ ସେମାନେ ବ୍ୟବହାର କରୁଥିବା ସରକାରୀ ଗାଡ଼ିି ସମ୍ପର୍କରେ ମଧ୍ୟ ତଥ୍ୟ ମଗାଯାଉ। ଜିଲାପାଳ ଏହା ଉପରେ ଦୃଷ୍ଟି ଦେଇ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ବୁଦ୍ଧିଜୀବୀମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri