ସରକାରୀ ଯୋଜନାରେ ସାମିଲ କରିବ ‘ଆସ ଖୋଜିବା’

ନବରଙ୍ଗପୁର, ୨୨।୩(ବି.ପ୍ର.): ରାଜ୍ୟ ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗର ନିର୍ଦ୍ଦେଶାନୁଯାୟୀ ମଙ୍ଗଳବାର ନବରଙ୍ଗପୁର ଜିଲା ପ୍ରଶାସନ ପକ୍ଷରୁ ଶିଶୁଙ୍କ ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଉଦ୍ଦେଶ୍ୟରେ ଜିଲାରେ ଶିଶୁମାନଙ୍କର ସୁରକ୍ଷା ଓ ବିକାଶ ଦିଗରେ କାର୍ଯ୍ୟ କରୁଥିବା ଜିଲାସ୍ତରୀୟ ଶିଶୁ ସୁରକ୍ଷା କମିଟି, କିଶୋରୀ ସଶକ୍ତୀକରଣ ଓ ବାଲ୍ୟବିବାହ ପ୍ରତିରୋଧ ଟାସ୍କଫୋର୍ସ, ଶିଶୁ ଶ୍ରମିକ ନିରାକରଣ ଏବଂ ଚାଇଲ୍ଡଲାଇନ ପରାମର୍ଶଦାତା କମିଟିର ମିଳିତ ବୈଠକ ଜିଲାପାଳ ଡ. କମଳଲୋଚନ ମିଶ୍ରଙ୍କ ଅଧ୍ୟକ୍ଷତାରେ କରାଯାଇଛି। ଏହି ଜିଲାରେ ପ୍ରତ୍ୟେକ ଶିଶୁଙ୍କୁ ସୁରକ୍ଷା ଓ ବାଲ୍ୟବିବାହକୁ ରୋକିବା ପାଇଁ ପ୍ରଶାସନର ବିଭିନ୍ନ ବିଭାଗ କାର୍ଯ୍ୟ କରୁଛି। ବିଭାଗଗୁଡ଼ିକ ମଧ୍ୟରେ ଉତ୍ତମ ସମ୍ପର୍କ ରଖି ଜିଲାରେ ସମସ୍ତ ଶିଶୁଙ୍କୁ ସୁରକ୍ଷା ଦେବା ସହିତ ନବରଙ୍ଗପୁରକୁ ବାଲ୍ୟ ବିବାହ ମୁକ୍ତ କରିବା ଦିଗରେ ଏହି ବୈଠକ ସହାୟକ ହେବ ବୋଲି ଜିଲାପାଳ କହିଛନ୍ତି। ଏଥିସହିତ ଆଗାମୀ ଦିନରେ ଜିଲାରେ ‘ଆସ ଖୋଜିବା’ ଅଭିଯାନ ଆରମ୍ଭ କରାଯାଇ ବିପଦସଙ୍କୁଳ ଅବସ୍ଥାରେ ଥିବା ପରିବାର ଓ କିଶୋରୀକିଶୋରମାନଙ୍କୁ ସରକାରୀ ଯୋଜନାରେ ସାମିଲ କରିବାକୁ ଲକ୍ଷ୍ୟ ରଖାଯାଇଛି ବୋଲି ସେ କହିଛନ୍ତି।
ବୈଠକରେ ଏସ୍‌ପି ଏସ୍‌.ସୁଶ୍ରୀ ଯୋଗଦେଇ ଜିଲା ପ୍ରଶାସନ ଓ ପୋଲିସର ମିଳିତ ସହଯୋଗରେ ଆଗାମୀ ଦିନରେ କିଶୋରୀ ଜାଗୃତା ସପ୍ତାହ ପାଳନ କରାଯିବ। ସମସ୍ତ ହାଇସ୍କୁଲ ଓ କଲେଜରେ ମହିଳା ସୁରକ୍ଷା, ବାଲ୍ୟବିବାହ ନିରାକରଣ ଓ ପୋକ୍‌ସୋ ଆକ୍ଟ ଉପରେ ସଚେତନ କରାଯିବ ବୋଲି ସେ କହିଥିଲେ। ଜିଲାର ୧୦ ବ୍ଲକ ଓ ୧୮୯ ପଞ୍ଚାୟତସ୍ତରରେ ଏପରି ବୈଠକ କରାଯାଇଛି ବୋଲି ଜିଲା ଶିଶୁ ସୁରକ୍ଷା ଅଧିକାରୀ ସୁରେଶ ପଟ୍ଟନାୟକ କହିଛନ୍ତି। ୨୦୨୦ ଜାନୁୟାରୀରୁ ୨୦୨୩ ଫେବୃୟାରୀ ମଧ୍ୟରେ ଜିଲାରେ ମୋଟ ୬୫୮ ବାଲ୍ୟବିବାହ ବନ୍ଦ କରାଯାଇଛି। ଏବେ ଯାଏ ୪୫୫ ରାଜସ୍ବ ଗ୍ରାମ ଓ ୪୨୬ ପଡ଼ାଗ୍ରାମକୁ ବାଲ୍ୟବିବାହମୁକ୍ତ ଗ୍ରାମଭାବେ ଘୋଷଣା କରାଯାଇଛି ବୋଲି ଜିଲା ସମାଜ କଲ୍ୟାଣ ଅଧିକାରୀ ସ୍ବର୍ଣ୍ଣଲତା ବିଶ୍ବାସ କହିଛନ୍ତି। ଶିଶୁଙ୍କ ସୁରକ୍ଷା ଓ ବାଲ୍ୟ ବିବାହର ସମାପ୍ତ ଉଦ୍ଦେଶ୍ୟରେ ଜିଲାରେ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ଓ ଆଗାମୀ ଦିନର କାର୍ଯ୍ୟକ୍ରମ ଉପରେ ଆକ୍ସନଏଡ୍‌ ଜିଲା ପରାମର୍ଶଦାତା ଫକୀର ଚରଣ ରାଉତ କହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଡିଇଓ ପ୍ରଦୀପ ନାଗ, ଜିଲା ଚିକିତ୍ସା ଅଧିକାରୀ ଡା. ମଳୟ ମିଶ୍ର, ଜିଲା ଶିଶୁମଙ୍ଗଳ ସମିତିର ଅଧ୍ୟକ୍ଷ ଅଜନ୍ତା ପ୍ରିୟଦର୍ଶିନୀ, ଜିଲା ଶ୍ରମ ଅଧିକାରୀ କୁବେର ବେହେରା, ଜିଲା ନିୟୋଜନ ଅଧିକାରୀ ଆନନ୍ଦ ପଣ୍ଡା, ବାଲ୍ୟବିବାହ ନିଷେଧ ଅଧିକାରୀ ଏସ୍‌. ଗୀତା, ସୁରମା ମହାପାତ୍ର, ଶୈଳେନ୍ଦ୍ରୀ ମହାନନ୍ଦ, ଯମୁନା ଭତ୍ରା, ଗୀତା ମହାରଣା, ସଂଯୁକ୍ତା ବେହେରା, ଗୀତାରାଣୀ ମିଶ୍ର, କାଞ୍ଚନ ପଣ୍ଡା, ବିରଜା ମୋହିନୀ ପାଙ୍ଗୀ, ପିରାମଲ ଫାଉଣ୍ଡେଶନ ଜିଲା ସଂଯୋଜକ ଦେବବ୍ରତ ଆଚାର୍ଯ୍ୟ ଏବଂ ଜିଲା ସମାଜ କଲ୍ୟାଣ ବିଭାଗର ସୁପରଭାଇଜର, ଜିଲା ଶିଶୁ ସୁରକ୍ଷା ୟୁନିଟ୍‌ର ସମସ୍ତ କର୍ମକର୍ତ୍ତା ଉପସ୍ଥିତ ଥିଲେ। ନନ୍ଦାହାଣ୍ଡି ସିଡିପିଓ ସସ୍ମିତା ମହାନ୍ତି ଧନ୍ୟବାଦ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ, ନୂଆବର୍ଷରେ…

ଶନିଦେବତାଙ୍କୁ ନ୍ୟାୟପ୍ରିୟ ଓ କର୍ମଫଳ ପ୍ରଦାତା ଭାବେ ଗ୍ରହଣ କରାଯାଇଛି । ଶନି ପ୍ରତି ଅଢେଇ ବର୍ଷରେ ଥରେ ରାଶି ପରିବରର୍ତ୍ତନ କରିଥାନ୍ତି । ଶନିଙ୍କର...

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ବଡ଼ ପରିବର୍ତ୍ତନ: ବଦଳିଲା ପ୍ରମୁଖ ବିଷୟର ତାରିଖ

ଭୁବନେଶ୍ୱର,୯ା୧୨: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ମଙ୍ଗଳବାର ୨୦୨୬ ମସିହା ପାଇଁ ହେବାକୁ ଥିବା ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ସୂଚୀରେ କିଛି...

ଓଡ଼ିଶାକୁ ‘ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାର

ଭୁବନେଶ୍ୱର,୯ା୧୨: ହାଇଦ୍ରାବାଦରେ ଆୟୋଜିତ ତିନି ଦିନିଆ ଇଣ୍ଡିଆ ଇଣ୍ଟରନ୍ୟାସନାଲ ଟ୍ରାଭେଲ ମାର୍ଟ (IITM) ରେ ଓଡ଼ିଶାକୁ ‘ଭାରତରେ ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାରରେ ସମ୍ମାନିତ...

ବାରବାଟୀ ମ୍ୟାଚ ଭିତରେ ବଡ଼ ଘୋଷଣା, ପୁଣି T20 ପାଇଁ ଟିମ୍‌ ଇଣ୍ଡିଆର ଟିମ୍‌ ଘୋଷଣା, ଦଳରେ ଅଛନ୍ତି…

ନୂଆଦିଲ୍ଲୀ,୯।୧୨: ବିଶ୍ୱ ଚାମ୍ପିଅନ ଟିମ ଇଣ୍ଡିଆ ଖୁବଶୀଘ୍ର ପଡ଼ିଆକୁ ଫେରିବାକୁ ଯାଉଛି। ପ୍ରଥମ ଥର ପାଇଁ ICC ମହିଳା ବିଶ୍ୱକପ ଜିତିଥିବା ଭାରତୀୟ କ୍ରିକେଟ ଦଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri