Posted inଫୁରସତ

ସରକାରଙ୍କ ନୀତିକୁ ସୁନିଶ୍ଚିତ କରନ୍ତି ପ୍ରଶାସନିକ ଅଧିକାରୀ

ସରକାର ଲୋକଙ୍କ ପାଇଁ ବିଭିନ୍ନ କଲ୍ୟାଣକାରୀ ନୀତିର ପ୍ରଣୟନ କରିଥାନ୍ତି। ତେବେ ପ୍ରତିଟି ନୀତିର ସଫଳ ରୂପାୟନ କ୍ଷେତ୍ରରେ ପ୍ରଶାସନିକ ଅଧିକାରୀଙ୍କର ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଥାଏ। ପ୍ରଶାସନିକ ଅଧିକାରୀମାନେ ସରକାରଙ୍କ ନୀତିକୁ ସୁନିଶ୍ଚିତ କରିଥାନ୍ତି। ତେଣୁ ସମାଜ ପ୍ରତି ସେମାନଙ୍କର ଅବଦାନ ସମ୍ପର୍କରେ ସଚେତନତା ସୃଷ୍ଟି ଲାଗି ପ୍ରତିବର୍ଷ ଏପ୍ରିଲ ୨୧ରେ ଜାତୀୟ ନାଗରିକ ସେବା ଦିବସ ବା ସିଭିଲ ସର୍ଭିସ ଡେ ପାଳନ କରାଯାଇଥାଏ। ପ୍ରଶାସନିକ ଅଧିକାରୀ ନାଗରିକଙ୍କ ଉଦ୍ଦେଶ୍ୟରେ ନିଜକୁ ସମର୍ପିତ କରିଥାଏ ଏବଂ ଜନସେବା ପ୍ରତି ନିଜର ପ୍ରତିବଦ୍ଧତାକୁ ଏହି ଦିବସ ପାଳନ ଅବସରରେ ପୂରଣ କରିବା ନେଇ ଉତ୍ତରଦାୟୀ ରହିଥାନ୍ତି। ପ୍ରଶାସନିକ ଅଧିକାରୀ ସରକାରୀ କାର୍ଯ୍ୟକ୍ରମର ସୁଗମ କାର୍ଯ୍ୟକାରିତା କ୍ଷେତ୍ର ପାଇଁ ଉପାୟ ସୃଷ୍ଟି କରନ୍ତି ଏବଂ ହିତାଧିକାରୀଙ୍କ ନିକଟରେ ଏହି ସୁବିଧା ପହଞ୍ଚାଇବାକୁ ସୁନିଶ୍ଚିତ କରିଥାନ୍ତି। ଏହି ଦିବସ ସାଧାରଣ ପ୍ରଶାସନରେ ଉତ୍କର୍ଷ ପାଇଁ ପ୍ରଶାସନିକ ଅଧିକାରୀଙ୍କୁ ପୁରସ୍କାର ପ୍ରଦାନ କରାଯାଇଥାଏ।
ଭାରତର ପ୍ରଥମ ସ୍ବରାଷ୍ଟ୍ରମନ୍ତ୍ରୀ ସର୍ଦ୍ଦାର ବଲ୍ଲଭଭାଇ ପଟେଲ ୨୧ ଏପ୍ରିଲ ୧୯୪୭ରେ ନୂଆଦିଲ୍ଲୀର ମେଟକାଲ୍‌ଫ ହାଉସରେ ପ୍ରଶାସନିକ ସେବା ଅଧିକାରୀଙ୍କୁ ସମ୍ବୋଧିତ କରିଥିଲେ। ପଟେଲ ତାଙ୍କ ଅଭିଭାଷଣରେ ପ୍ରଶାସନିକ ଅଧିକାରୀମାନଙ୍କୁ ‘ଇସ୍ପାତ ଫ୍ରେମ୍‌ ଅଫ୍‌ ଇଣ୍ଡିଆ’ ବୋଲି କହିଥିଲେ। ଏହି ସ୍ମୃତିକୁ ମନେରଖିବା ପାଇଁ ପ୍ରଥମ ଜାତୀୟ ନାଗରିକ ସେବା ଦିବସ କାର୍ଯ୍ୟ ୨୧ ଏପ୍ରିଲ ୨୦୦୬ ରେ ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଅନୁଷ୍ଠିତ ହୋଇଥିଲା।ଜାତୀୟ ସିଭିଲ ସର୍ଭିସ ଡେରେ ସିଭିଲ ସର୍ଭିସ୍‌ର ମହତ୍ତ୍ୱ ନେଇ ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌), ଭାରତୀୟ ପୋଲିସ ସେବା (ଆଇପିଏସ୍‌), ଭାରତୀୟ ବୈଦେଶିକ ସେବା (ଆଇଏଫ୍‌ଏସ୍‌) ଏବଂ ଅଲ ଇଣ୍ଡିଆ ସର୍ଭିସେସ୍‌ ତଥା ସେଣ୍ଟ୍ରାଲ ସର୍ଭିସେସ୍‌ ଗ୍ରୁପ୍‌ ଏ ଏବଂ ଗ୍ରୁପ୍‌ ବି ର ପ୍ରଶାସନିକ ଅଧିକାରୀଙ୍କ ସମ୍ପର୍କରେ ସଚେତତନା ସୃଷ୍ଟି କରାଯାଇଥାଏ। ଏହା ସହ ସମ୍ପୃକ୍ତ ପ୍ରଶାସନିକ ଅଧିକାରୀମାନଙ୍କ ମଧ୍ୟରେ ଦାୟିତ୍ୱବୋଧ ଏବଂ ଆଦର୍ଶ ଜାଗ୍ରତ କରିବାର ପ୍ରୟାସ କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଗାଡ଼ି

ବ୍ରହ୍ମପୁର,୨୯ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉପକଣ୍ଠ ହଳଦିଆ ପଦର ବସ୍‌ ଟର୍ମିନାଲ୍‌ସ ନିକଟରେ ଥିବା ଏକ କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଶୋ’ରୁମ୍‌ ଭିତରେ…

ସରକାରୀ ନିର୍ଦ୍ଦେଶ ପରେ ବି ହେଉନି ପଦବୀ ପୂରଣ: ୧୨ ସ୍କୁଲରେ ଜଣେ ଲେଖାଏ ଶିକ୍ଷକ, ତୁରନ୍ତ ନିଯୁକ୍ତି ଦାବି କରି…

ଅମରପାଲି,୨୯ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ୧୨ଟି ପ୍ରାଥମିକ ବିଦ୍ୟାଳୟରେ ଏବେ ବି ଜଣେ ଲେଖାଏ ଶିକ୍ଷକ ବାଲ୍‌ବାଟିକାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୬ଟି ଶ୍ରେଣୀର…

୧ ସେପ୍ଟେମ୍ୱରରୁ ବଦଳିଯିବ LPG ଗ୍ୟାସ ସିଲିଣ୍ଡରର ୭ ବଡ଼ ନିୟମ! Indane, HP ଓ Bharat Gas ଗ୍ରାହକ ସାବଧାନ; କଟିଯିବ ଗ୍ୟାସ କନେକ୍ସନ…

ନୂଆଦିଲ୍ଲୀ,୨୯।୮: ମାସର ପ୍ରଥମ ଦିନ ରୋଷେଇ ଏବଂ ପକେଟ ବଜେଟ ପାଇଁ ବହୁତ ଖାସ ହୋଇଥାଏ। ୧ ସେପ୍ଟେମ୍ୱର ୨୦୨୬ ରୁ ଏଲପିଜି (LPG) ଏବଂ ପିଏନଜିି…

ଏମିତି ଫିଲ୍ମ କରିବାକୁ ଚାହୁଁଛନ୍ତି ତାପସୀ

ଅଭିନେତ୍ରୀ ତାପସୀ ପନ୍ନୁ ପ୍ରତିବର୍ଷ କମ ଫିଲ୍ମ କରନ୍ତି। କିନ୍ତୁ ତାଙ୍କ ଫିଲ୍ମକୁ ସବୁବେଳେ ସକାରାତ୍ମକ ପ୍ରତିକ୍ରିୟା ମିଳେ। ବକ୍ସ ଅଫିସରେ ଫିଲ୍ମଗୁଡ଼ିକ ଭଲ ପ୍ରଦର୍ଶନ ନ…

ବନ୍ୟା ପରେ ନେପାଳକୁ ମାଡିଆସୁଛି ଆଉ ଏକ ବଡ଼ ବିପଦ! ଚାଇନା ଦେଲା ଭୟଙ୍କର ଚେତାବନୀ, ଯେକୌଣସି ସମୟରେ…

କାଠମାଣ୍ଡୁ, ୨୯।୮: ନେପାଳରେ ଭୟଙ୍କର ବନ୍ୟା ଏବଂ ଫ୍ଲାସ ଫ୍ଲଡ ଯୋଗୁ ବିପୁଳ କ୍ଷୟକ୍ଷତି ମଧ୍ୟରେ ଏବେ ଆଉ ଏକ ବଡ଼ ବିପଦର ଆଶଙ୍କା ଦେଖାଦେଇଛି। ଚାଇନା…

କ୍ରିକେଟରୁ ସନ୍ନ୍ୟାସ ପରେ ବି ମାସକୁ କେତେ ଟଙ୍କା କମାନ୍ତି ଧୋନୀ? ଆୟ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୯।୮: ଭାରତୀୟ କ୍ରିକେଟର ମହେନ୍ଦ୍ର ସିଂହ ଧୋନୀ ୨୦୨୦ରେ ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଥିଲେ। ତେବେ କ୍ରିକେଟରୁ ଦୂରେଇବା ପରେ ମଧ୍ୟ ତାଙ୍କ ରୋଜଗାରରେ କୌଣସି ବ୍ରେକ୍‌…

ଆସନ୍ତା ୩ରେ ହାଇକୋର୍ଟରେ ହାଜର ହେବେ କଟକ ଜିଲାପାଳ

କଟକ, ବିଜୁ ପଟ୍ଟନାୟକ ପାର୍କ ସୌନ୍ଦର୍ଯ୍ୟକରଣ ମାମଲାକୁ ନେଇ ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ହାଇକୋର୍ଟରେ ହାଜର ହେବେ କଟକ ଜିପାଳ। ପାର୍କର ବିଭିନ୍ନ କାମର ଅଗ୍ରଗତି…

ବୁର୍ଲାରେ ଫୁଟିଲା ଗୁଳି: ମାଂସ ବ୍ୟବସାୟୀଙ୍କ ଚାଲିଗଲା ଜୀବନ, ପରକୀୟା ପ୍ରୀତି …

ସମ୍ବଲପୁର,୨୯ା୮(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଅତ୍ୟନ୍ତ ବ୍ୟସ୍ତବହୁଳ ଅଞ୍ଚଳ କିର୍ବା ଛକରେ ଶନିବାର ପୂର୍ବାହ୍ନରେ ଦିନଦ୍ୱିପ୍ରହରରେ ଗୁଳିକାଣ୍ଡ ଘଟିଛି। ଏଥିରେ କିର୍ବା ଛକରେ ମାଂସ ଦୋକାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri