ପାଳନ ହେଉନି ସରକାରୀ ପ୍ରତିଶ୍ରୁତି

ବଇଣ୍ଡା,୩।୬(ଡି.ଏନ.ଏ.) ଅନୁଗୋଳ ଜିଲା କିଶୋରନଗର ବ୍ଲକରେ ସୁରେଶ୍ୱରୀ ଜଳସେଚନ ପ୍ରକଳ୍ପ ନିର୍ମାଣ ନିମନ୍ତେ ୧୭ ବର୍ଷ ତଳେ ସରକାର ଶୁଭ ଦେଇଥିଲେ। ଏପରି କି ୨ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ଘୋଷଣା କରିଥିଲେ। ହେଲେ ବାରମ୍ବାର ଦିଆଯାଉଥିବା ପ୍ରତିଶ୍ରୁତି ପାଳନ କରାଯାଉ ନାହିଁ କି ପ୍ରକଳ୍ପ ନିର୍ମାଣ ଆରମ୍ଭ ହେଉନାହିଁ। ଫଳରେ ଏହା ଉପରେ ନିର୍ଭର କରୁଥିବା ଶତାଧିକ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ତରନ୍ତ ପ୍ରକଳ୍ପ କାର୍ଯ୍ୟ ଆରମ୍ଭ କରିବା ପାଇଁ ଜୀବନ ଜୀବିକା ଓ କୃଷି ଜମି ସୁରକ୍ଷା କମିଟି ପକ୍ଷରୁ ଗୁରୁବାର ସମ୍ପାଦକ ଅନନ୍ତ ଚରଣ ପ୍ରଧାନ, ରମଣୀ ରଞ୍ଜନ ପ୍ରଧାନ, ତୀର୍ଥବାସୀ ଭୋଇ, ପୀତାମ୍ବର ପ୍ରଧାନ, ବାବାଜୀ ଚରଣ ପ୍ରଧାନଙ୍କ ସମେତ ଏକ ପ୍ରତିନିଧିମଣ୍ଡଳୀ ରାଜ୍ୟ ଜଳ ସମ୍ପଦ ବିଭାଗ ମନ୍ତ୍ରୀ ରଘୁନନ୍ଦନ ଦାସଙ୍କୁ ଭୁବନେଶ୍ୱରଠାରେ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି। ଏଥିସହ କ୍ଷୁଦ୍ର ଜଳସେଚନ ବିଭାଗ ମୁଖ୍ୟଯନ୍ତ୍ରୀଙ୍କୁ ମଧ୍ୟ ଦାବିପତ୍ର ପ୍ରଦାନ କରିଛନ୍ତି।
ଉକ୍ତ ଦାବିପତ୍ରରେ ଉଲ୍ଲେଖ ରହିଛି, କିଶୋରନଗର ବ୍ଲକର ବାମୁର ପଞ୍ଚାୟତ ଦେଇ ସୁରେଶ୍ୱରୀ ନାଳ ପ୍ରବାହିତ ହେଉଛି। ଏହି ନାଳରେ ବନ୍ଧ ବାନ୍ଧି ବିଭିନ୍ନ ପଞ୍ଚାୟତର ଚାଷ ଜମିକୁ ଜଳସେଚିତ କରିବା ଲକ୍ଷ୍ୟରେ ସ୍ଥାନୀୟ ଚାଷୀମାନେ ୧୯୬୫ ମସିହାରେ ଏକ ମାଟି ବନ୍ଧ ବାନ୍ଧିଥିଲେ। ତେବେ ଏଠାରେ ଜଳସେଚନ ପ୍ରକଳ୍ପ ନିର୍ମାଣ ନିମନ୍ତେ ୨୦୦୫ ମସିହାରେ ତତ୍କାଳୀନ ଜଳସମ୍ପଦ ମନ୍ତ୍ରୀ ଶୁଭ ଦେଇଥିଲେ। ୨୦୦୯ ମସିହାରେ ବରପଡ଼ିଆଠାରେ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ସୁରେଶ୍ୱରୀ ଜଳସେଚନ ପ୍ରକଳ୍ପ ନିର୍ମାଣ ଖୁବ୍‌ଶୀଘ୍ର ହେବ ଓ ପ୍ରଥମେ ୨ କୋଟି ଟଙ୍କା ଖର୍ଚ୍ଚ କରାଯିବ ବୋଲି ଘୋଷଣା କରିଥିଲେ। ହେଲେ ପ୍ରକଳ୍ପ ନିର୍ମାଣ ଆରମ୍ଭ ହୋଇନାହିଁ। ଏହି ପ୍ରକଳ୍ପ ନିର୍ମାଣ ହେଲେ ବିଦ୍ୟୁତ୍‌ ଉତ୍ପାଦନ ସହ ବାମୁର, ଓସ୍କାପାଲି, ଜଏରାଟ, ଧଉରାପାଲି, ରଣିଆକଟା, କଦଳିମୁଣ୍ଡା ପଞ୍ଚାୟତର ୧୦ ହଜାର ଏକର ଚାଷ ଜମିକୁ ପାଣି ମାଡ଼ିପାରିବ। ବହୁବାର ଆନ୍ଦୋଳନ କରାଯାଇଥିଲେ ମଧ୍ୟ କେବଳ ପ୍ରତିଶ୍ରୁତି ବ୍ୟତୀତ ସରକାର କିଛି ପଦକ୍ଷେପ ନେଇନାହାନ୍ତି। ତୁରନ୍ତ ଏହି ପ୍ରକଳ୍ପ କାର୍ଯ୍ୟ ଆରମ୍ଭ କରା ନ ଗଲେ ଆଗାମୀ ଦିନରେ ଏକ ବଡ଼ଧରଣ ଆନ୍ଦୋଳନ କରାଯିବ ବୋଲି କମିଟି ପକ୍ଷରୁ କଡ଼ା ଚେତାବନୀ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...

ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ: ଆନ୍ଧ୍ର -ଓଡିଶା ମଧ୍ୟରେ ବାଣିଜ୍ୟ ସଂପର୍କକ….

ପାରଳାଖେମୁଣ୍ଡି,୬ା୧୨(ଗିରିଧାରୀ ପରିଚ୍ଛା): ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ। ଗୁପ୍ତ ବୃନ୍ଦାବନ ରୂପେ ପରିଚିତ ଲିହୁରି ଗୋପୀନାଥ ମନ୍ଦିରକୁ ଯାତାୟାତ କରିବା ଏଣିକି ଓଡିଶାବାସୀଙ୍କ...

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri