ପାଳନ ହେଉନି ସରକାରୀ ପ୍ରତିଶ୍ରୁତି

ବଇଣ୍ଡା,୩।୬(ଡି.ଏନ.ଏ.) ଅନୁଗୋଳ ଜିଲା କିଶୋରନଗର ବ୍ଲକରେ ସୁରେଶ୍ୱରୀ ଜଳସେଚନ ପ୍ରକଳ୍ପ ନିର୍ମାଣ ନିମନ୍ତେ ୧୭ ବର୍ଷ ତଳେ ସରକାର ଶୁଭ ଦେଇଥିଲେ। ଏପରି କି ୨ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ଘୋଷଣା କରିଥିଲେ। ହେଲେ ବାରମ୍ବାର ଦିଆଯାଉଥିବା ପ୍ରତିଶ୍ରୁତି ପାଳନ କରାଯାଉ ନାହିଁ କି ପ୍ରକଳ୍ପ ନିର୍ମାଣ ଆରମ୍ଭ ହେଉନାହିଁ। ଫଳରେ ଏହା ଉପରେ ନିର୍ଭର କରୁଥିବା ଶତାଧିକ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ତରନ୍ତ ପ୍ରକଳ୍ପ କାର୍ଯ୍ୟ ଆରମ୍ଭ କରିବା ପାଇଁ ଜୀବନ ଜୀବିକା ଓ କୃଷି ଜମି ସୁରକ୍ଷା କମିଟି ପକ୍ଷରୁ ଗୁରୁବାର ସମ୍ପାଦକ ଅନନ୍ତ ଚରଣ ପ୍ରଧାନ, ରମଣୀ ରଞ୍ଜନ ପ୍ରଧାନ, ତୀର୍ଥବାସୀ ଭୋଇ, ପୀତାମ୍ବର ପ୍ରଧାନ, ବାବାଜୀ ଚରଣ ପ୍ରଧାନଙ୍କ ସମେତ ଏକ ପ୍ରତିନିଧିମଣ୍ଡଳୀ ରାଜ୍ୟ ଜଳ ସମ୍ପଦ ବିଭାଗ ମନ୍ତ୍ରୀ ରଘୁନନ୍ଦନ ଦାସଙ୍କୁ ଭୁବନେଶ୍ୱରଠାରେ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି। ଏଥିସହ କ୍ଷୁଦ୍ର ଜଳସେଚନ ବିଭାଗ ମୁଖ୍ୟଯନ୍ତ୍ରୀଙ୍କୁ ମଧ୍ୟ ଦାବିପତ୍ର ପ୍ରଦାନ କରିଛନ୍ତି।
ଉକ୍ତ ଦାବିପତ୍ରରେ ଉଲ୍ଲେଖ ରହିଛି, କିଶୋରନଗର ବ୍ଲକର ବାମୁର ପଞ୍ଚାୟତ ଦେଇ ସୁରେଶ୍ୱରୀ ନାଳ ପ୍ରବାହିତ ହେଉଛି। ଏହି ନାଳରେ ବନ୍ଧ ବାନ୍ଧି ବିଭିନ୍ନ ପଞ୍ଚାୟତର ଚାଷ ଜମିକୁ ଜଳସେଚିତ କରିବା ଲକ୍ଷ୍ୟରେ ସ୍ଥାନୀୟ ଚାଷୀମାନେ ୧୯୬୫ ମସିହାରେ ଏକ ମାଟି ବନ୍ଧ ବାନ୍ଧିଥିଲେ। ତେବେ ଏଠାରେ ଜଳସେଚନ ପ୍ରକଳ୍ପ ନିର୍ମାଣ ନିମନ୍ତେ ୨୦୦୫ ମସିହାରେ ତତ୍କାଳୀନ ଜଳସମ୍ପଦ ମନ୍ତ୍ରୀ ଶୁଭ ଦେଇଥିଲେ। ୨୦୦୯ ମସିହାରେ ବରପଡ଼ିଆଠାରେ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ସୁରେଶ୍ୱରୀ ଜଳସେଚନ ପ୍ରକଳ୍ପ ନିର୍ମାଣ ଖୁବ୍‌ଶୀଘ୍ର ହେବ ଓ ପ୍ରଥମେ ୨ କୋଟି ଟଙ୍କା ଖର୍ଚ୍ଚ କରାଯିବ ବୋଲି ଘୋଷଣା କରିଥିଲେ। ହେଲେ ପ୍ରକଳ୍ପ ନିର୍ମାଣ ଆରମ୍ଭ ହୋଇନାହିଁ। ଏହି ପ୍ରକଳ୍ପ ନିର୍ମାଣ ହେଲେ ବିଦ୍ୟୁତ୍‌ ଉତ୍ପାଦନ ସହ ବାମୁର, ଓସ୍କାପାଲି, ଜଏରାଟ, ଧଉରାପାଲି, ରଣିଆକଟା, କଦଳିମୁଣ୍ଡା ପଞ୍ଚାୟତର ୧୦ ହଜାର ଏକର ଚାଷ ଜମିକୁ ପାଣି ମାଡ଼ିପାରିବ। ବହୁବାର ଆନ୍ଦୋଳନ କରାଯାଇଥିଲେ ମଧ୍ୟ କେବଳ ପ୍ରତିଶ୍ରୁତି ବ୍ୟତୀତ ସରକାର କିଛି ପଦକ୍ଷେପ ନେଇନାହାନ୍ତି। ତୁରନ୍ତ ଏହି ପ୍ରକଳ୍ପ କାର୍ଯ୍ୟ ଆରମ୍ଭ କରା ନ ଗଲେ ଆଗାମୀ ଦିନରେ ଏକ ବଡ଼ଧରଣ ଆନ୍ଦୋଳନ କରାଯିବ ବୋଲି କମିଟି ପକ୍ଷରୁ କଡ଼ା ଚେତାବନୀ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁନ୍ଦରଗଡ଼ରେ ଜାତୀୟ ପତାକା ଉତ୍ତୋଳନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ସୁନ୍ଦରଗଡ଼,୧୫ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ସଦରମହକୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ପାଳିତ ହୋଇଯାଇଛି। ସୁନ୍ଦରଗଡ଼ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତ୍ରାପଡ଼ିଆଠାରେ ଆୟୋଜିତ ଜିଲାସ୍ତରୀୟ ସମାରୋହରେ ଉପମୁଖ୍ୟମନ୍ତ୍ରୀ…

ଜାତୀୟ ପତାକା ଉତ୍ତୋଳନ ପରେ ହଠାତ୍‌ ଅସୁସ୍ଥ ହୋଇପଡ଼ିଲେ ୯ ଛାତ୍ରୀ, ତଳେ ଗଡ଼ି ଦେଖାଇଲେ ଅସ୍ବାଭାବିକ ଆଚରଣ

ଦେବଗଡ଼,୧୫ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ପଡିଆନାଲି ୟୁଜିୟୁପି ସ୍କୁଲରେ ସ୍ବାଧୀନତା ଦିବସରେ ଏକ ଅଘଟଣ ଘଟିଛି । ଜାତୀୟ ପତାକା ଉତ୍ତୋଳନ ପରେ…

ପ୍ରତିଷ୍ଠିତ ବ୍ୟବସାୟୀଙ୍କୁ ଅପହରଣ, ଲୋକେସନ୍‌ ଟ୍ରାକ୍‌ କରି ତନାଘନା ଚଳାଇଛି ପୋଲିସ

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ (ଗୁଣ୍ଡା)ଙ୍କୁ କିଛି ଲୋକ ଅପହରଣ କରିଥିବା ପରିବାର ଲୋକେ ସନ୍ଦେହ କରି ବଲାଙ୍ଗୀର ଟାଉନ ଥାନାରେ…

ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ମୋଦିଙ୍କ ହାତରେ ଦେଶ ଆଜି ସୁରକ୍ଷିତ

ଭୁବନେଶ୍ୱର,୧୫।୮: ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କକରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

ଆଜି ଲଘୁୁଚାପକୁ ଫେରିବ ଅବପାତ, ଏହି ଦିନ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୧୫।୮ (ବନ୍ଦନା ସେଠୀ):ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ସକ୍ରିୟ ଅବପାତ ଶନିବାର ସୁଦ୍ଧା ଅବପାତଟି ଦୁର୍ବଳ ହୋଇ ପୁଣି ଲଘୁଚାପ କ୍ଷେତ୍ରକୁ ଫେରିବାର…

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ପୋଲିସ ସେବା ପୁରସ୍କାର-୨୦୨୬ ଘୋଷଣା: ଓଡ଼ିଶାର ସଞ୍ଜୀବ ପଣ୍ଡା, ସ୍ମୀତାରାଣୀ ମହାନ୍ତିଙ୍କୁ ରାଷ୍ଟ୍ରପତି ପଦକ

ଭୁବନେଶ୍ୱର,୧୪ା୮(ତ୍ରିନାଥ ମହାନ୍ତି): ସ୍ବାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ଶୁକ୍ରବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଓଡ଼ିଶା ସମେତ ଦେଶର ଅନ୍ୟାନ୍ୟ ରାଜ୍ୟ, କେନ୍ଦ୍ର ଶାସିତ ଅଞ୍ଚଳ ଏବଂ ବିଭିନ୍ନ…

ଓଡ଼ିଶାକୁ ପୁଣି ଫେରିଲା କୋଭିଡ୍‌: ଭୁବନେଶ୍ୱରରେ ଚିହ୍ନଟ ହେଲେ ଆକ୍ରାନ୍ତ, ଭୟରେ…

ଭୁବନେଶ୍ୱର, ୧୪।୮ ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ବରମୁଣ୍ଡା ଅଞ୍ଚଳର ଜଣେ ୫୦ ବର୍ଷୀୟ ବ୍ୟକ୍ତି କୋଭିଡ୍‌ ସଂକ୍ରମିତ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri