ସରକାରୀ ପ୍ରତିଶ୍ରୁତି ପାଣିର ଗାର: ୬ ମାସ ହେଲା ବସୁଧା ପ୍ରକଳ୍ପ ଅଚଳ!

ଥୁଆମୂଳ ରାମପୁର,୨୫।୧୨(ଦୁର୍ଗା କୀର୍ତ୍ତି): ସରକାରଙ୍କ ‘ବସୁଧା’ ଯୋଜନାରେ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ପ୍ରତିଶ୍ରୁତି ଏବେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପ୍ରହସନ ପାଲଟିଛି। ବାଗଡିଆଣି ଗ୍ରାମପଞ୍ଚାୟତ ଅଧୀନସ୍ତ କୁମ୍ଭାରକାନି ଗ୍ରାମରେ ଲକ୍ଷ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଜଳ ଯୋଗାଣ ପ୍ରକଳ୍ପ ଦୀର୍ଘ ୬ ମାସ ହେବ ଅଚଳ ଅବସ୍ଥାରେ ପଡ଼ି ରହିଛି। ଗ୍ରାମବାସୀଙ୍କୁ ଶୁଦ୍ଧ ଜଳ ଯୋଗାଇବା ପରିବର୍ତ୍ତେ ଏହି ପ୍ରକଳ୍ପ ଏବେ କଳଙ୍କିତ ସ୍ମୃତି ଭଳି ଛିଡ଼ା ହୋଇଛି।
କୁମ୍ଭାରକାନି ଗ୍ରାମର ଜଳକଷ୍ଟ ଦୂର କରିବା ପାଇଁ ଗ୍ରାମବାସୀମାନେ ପଞ୍ଚାୟତ ଠାରୁ ଆରମ୍ଭ କରି ବିଡ଼ିଓ ଏବଂ ବିଭାଗୀୟ ଅଧିକାରୀଙ୍କୁ ଲିଖିତ ଭାବେ ବାରମ୍ବାର ଅବଗତ କରିଛନ୍ତି। ଏନେଇ ସ୍ଥାନୀୟ ସରପଞ୍ଚ ସୂର୍ଯ୍ୟ ମାଝୀ ମଧ୍ୟ ବିଭାଗୀୟ ଅଧିକାରୀଙ୍କୁ ଜଣାଇଥିଲେ ହେଁ କୌଣସି ସୁଫଳ ମିଳିନାହିଁ। ପ୍ରଶାସନର ଏହି ଚରମ ଅବହେଳା ଯୋଗୁ ଲୋକେ ପାଣି ମୁନ୍ଦାଏ ପାଇଁ ଏବେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଥିବା ବେଳେ ପ୍ରକଳ୍ପର ସ୍ଥିତି ଅତ୍ୟନ୍ତ ଶୋଚନୀୟ ହୋଇପଡ଼ିଛି। ପମ୍ପ ହାଉସ ପରିସର ଅଳିଆ ଆବର୍ଜନା ଓ ମଦ ବୋତଲରେ ପରିପୂର୍ଣ୍ଣ ହୋଇ ମଦୁଆଙ୍କ ଆଡ୍ଡାସ୍ଥଳୀ ପାଲଟିଥିବା ବେଳେ ବିଦ୍ୟୁତ ପ୍ୟାନେଲ ବୋର୍ଡ ଭାଙ୍ଗି ଚୂରମାର ହୋଇଯାଇଛି। ଠିକା ସଂସ୍ଥା ନିମ୍ନମାନର କାମ କରିଥିବା ଯୋଗୁ ଅନେକ ହିତାଧିକାରୀଙ୍କ ଘରେ ଟ୍ୟାପ ଲାଗିବା ପୂର୍ବରୁ ହିଁ ନଷ୍ଟ ହୋଇସାରିଲାଣି।
ଏ ସମ୍ପର୍କରେ ବିଭାଗୀୟ ଅଧିକାରୀ ମନ୍ମଥ ମୁର୍ମୁଙ୍କୁ ଯୋଗାଯୋଗ କରିବାରୁ ସେ ସ୍ବୀକାର କରିଛନ୍ତି ଯେ, ପୁରୁଣା ବୋରୱେଲ୍‌ରେ ଜଳସ୍ତର ହ୍ରାସ ଯୋଗୁ ଏହି ସମସ୍ୟା ଉପୁଜିଛି। ତେବେ ଅନ୍ୟ ଏକ ସ୍ଥାନରେ ନୂତନ ବୋର୍‌ ଖନନ ଶେଷ ହୋଇଛି ଏବଂ ଖୁବ ଶୀଘ୍ର ଟାଙ୍କିକୁ ପାଣି ଉଠାଇ ଜଳ ଯୋଗାଣ ସ୍ବାଭାବିକ କରାଯିବ ବୋଲି ସେ ପ୍ରତିଶ୍ରୁତି ଦେଇଛନ୍ତି। ପ୍ରଶାସନର ଏହି ପ୍ରତିଶ୍ରୁତିରେ କୁମ୍ଭାରକାନି ବାସୀ ଆଉ ସନ୍ତୁଷ୍ଟ ନାହାନ୍ତି। ତୁରନ୍ତ ସ୍ଥାୟୀ ସମାଧାନ ନହେଲେ ବାଗଡିଆଣି ପଞ୍ଚାୟତର ମହିଳା ଓ ଗ୍ରାମବାସୀ ବଡ଼ ଧରଣର ଆନ୍ଦୋଳନ କରିବେ ବୋଲି ଚେତାବନୀ ଦେଇଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?