ସନ୍ତାନ ଜନ୍ମ ପାଇଁ ଲୋନ୍‌ ଦେଉଛନ୍ତି ସରକାର…

ବେଜିଂ, ୨୫।୧୨: ବିଶ୍ୱର ସର୍ବାଧିକ ଜନସଂଖ୍ୟା ବିଶିଷ୍ଟ ଦେଶ ଚାଇନାରେ ଏବେ ସଙ୍କଟ ଦେଖାଦେଇଛି। ଏହାର ଜନସଂଖ୍ୟା ହ୍ରାସ ପାଇବାରେ ଲାଗିଛି। ଜନସଂଖ୍ୟା ବୃଦ୍ଧି ପାଇଁ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ଲୋକମାନଙ୍କୁ ଗୋଟିଏ ଶିଶୁ ଜନ୍ମ ଆଇନରୁ ସରକାର ମୁକ୍ତ କରିଛନ୍ତି। ଏହା ସହିତ କେତେକ ପ୍ରଦେଶରେ ଜନସଂଖ୍ୟା କମିବା ସହିତ ବରିଷ୍ଠ ନାଗରିକଙ୍କ ସଂଖ୍ୟା ବଢୁଥିବାରୁ ସରକାର ଚିନ୍ତାରେ ପଡ଼ିଛନ୍ତି।

ଉତ୍ତର-ପୂର୍ବ ଚାଇନାର ଜିଲିନ ପ୍ରଦେଶରେ ସରକାର ବିବାହିତ ଦମ୍ପତିଙ୍କୁ ୨୦୦,୦୦୦ ୟୁଆନ ପ୍ରଦାନ କରୁଛନ୍ତି। ଯାହାକି ଭାରତୀୟ ମୁଦ୍ରାରେ ପ୍ରାୟ ୨୩ ଲକ୍ଷ ୫୦ ହଜାର ଟଙ୍କା ହେବ। ଏହାକୁ ବିବାହ ଏବଂ ଜନ୍ମ ଋଣ କୁହାଯାଉଛି। ଏହାକୁ ପ୍ରଦାନ କରିବାରେ ବ୍ୟାଙ୍କଗୁଡିକ ସହାୟତା କରିବେ ବୋଲି ସରକାରୀ ନିର୍ଦ୍ଦେଶ ଜାରି ହୋଇଛି।

ଗତ ୪୩ ବର୍ଷ ମଧ୍ୟରେ ଚାଇନାର ଜନ୍ମ ହାର ସର୍ବନିମ୍ନ ସ୍ତରରେ ପହଞ୍ଚିଥିବାରୁ ଜନସଂଖ୍ୟାକୁ କିପରି ପୁଣି ବୃଦ୍ଧି କରାଯିବ ସେ ନେଇ ସରକାର ଚିନ୍ତାରେ ରହିଛନ୍ତି। ବ୍ୟବସାୟ ଆରମ୍ଭ କରିବା ଉପରେ ଏଭଳି ଦମ୍ପତିଙ୍କୁ ସରକାରଙ୍କ ପକ୍ଷରୁ ଟିକସ ଛାଡ କରାଯିବ ବୋଲି ଘୋଷଣା କରାଯାଇଛି।

ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଯଦି ଦୁଇ କିମ୍ବା ତିନି ପିଲା ଥିବା ଦମ୍ପତି ଏକ ଛୋଟ ବ୍ୟବସାୟ ଆରମ୍ଭ କରନ୍ତି, ତେବେ ସେମାନଙ୍କୁ ଟିକସ ଛାଡ କରାଯିବ। ବିଗତ ଏକ ଦଶନ୍ଧି ଧରି ଜିଲିନ ପ୍ରଦେଶ ଜନସଂଖ୍ୟା ହ୍ରାସ ଏବଂ ଅର୍ଥନୈତିକ ଅଭିବୃଦ୍ଧିର ସମ୍ମୁଖୀନ ହୋଇଛି । ୧୯୭୮ ପରଠାରୁ ଚାଇନାର ଜନ୍ମ ହାର ସର୍ବନିମ୍ନ ସ୍ତରକୁ ଖସି ଆସିଛି। ଫଳରେ ସରକାର ଜନସଂଖ୍ୟା ସଙ୍କଟ ଦୂର କରିବାକୁ ବିଭିନ୍ନ ଯୋଜନା ପ୍ରସ୍ତୁତ କରୁଛନ୍ତି।

ଚାଇନାର ସରକାରୀ ବିଭାଗ, ନ୍ୟାଶନାଲ ଷ୍ଟାଟିଷ୍ଟିକ୍ସ ବ୍ୟୁରୋର ରିପୋର୍ଟରେ ଉଲ୍ଲେଖ କରାଯାଇଛି ଯେ ୨୦୨୦ ରେ ଜନ୍ମ ହାର ପ୍ରତି ହଜାରେ ଲୋକରେ ୮.୫ ପ୍ରତିଶତ ରେକର୍ଡ କରାଯାଇଛି। ଏହା ୧୯୭୮ ପରଠାରୁ ସର୍ବନିମ୍ନ ।


Enter your email to get our daily news in your inbox.

All Right Reserved By Dharitri.Com

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

ନଦୀରେ ଗାଧୋଉଥିବାବେଳେ ଆକ୍ରମଣ କଲା କୁମ୍ଭୀର, ଆଉ ତା’ ପରେ…

କଳିଙ୍ଗନଗର,୧ା୪(ଶୁଭାଶିଷ ରାଉତ): ଯୋକଡିଆ ପାଟିଆ ନଈରେ କୁମ୍ଭୀର ଆକ୍ରମଣରେ ଜଣେ ଶ୍ରମଜୀବୀ ଗୁରୁତର ଆହତ ହୋଇଛନ୍ତି। ସୌଭାଗ୍ୟ କ୍ରମେ ଅଳ୍ପକେ ବର୍ତ୍ତିଯାଇଛି ତାଙ୍କ ଜୀବନ। ଯାଜପୁର ଜିଲା…

ANM ସ୍ତ୍ରୀଙ୍କୁ ମାରି ନିଆଁ ଲଗାଇବା ବେଳେ ନିଜେ ଜଳିଯାଇଥିଲେ, ଅର୍ଦ୍ଧଦଗ୍ଧ ସ୍ବାମୀରବି ହେଲା ମୃତ୍ୟୁ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମୃତ୍ୟୁ ଘଟଣା…

ଥାନାରେ ପଶି ଥାନାଧିକାରୀଙ୍କୁ ଗାଳିଗୁଲଜ କରି ଯୁବକ ଦେଲେ ହତ୍ୟା ଧମକ, ଭଦ୍ରଲୋକ ହୋଇ ଥାନାକୁ ଆସିଲେ,

ଉଦଳା,୧।୪(ସନ୍ତୋଷ କୁମାର ବାଛିନୀ): ଥାନାରେ ପଶି ହଙ୍ଗାମା କଲେ ଯୁବକ । ମହିଳା ଥାନା ଅଧିକାରୀଙ୍କ ସହିତ ଅନ୍ୟ ମହିଳା ଅଧିକାରୀଙ୍କୁ ଦୁର୍ବ୍ୟବହାର କରିଲେ ଯୁବକ। କପ୍ତିପଦା…

ଘୁମୁସରରୁ ଆରମ୍ଭ ହୋଇଥିଲା ପ୍ରଥମ ଆନ୍ଦୋଳନ, ଓଡ଼ିଆ ଭାଷା ଆନ୍ଦୋଳନରୁ ହିଁ…

ଭଞ୍ଜନଗର,୧ା୪(ବାବୁଲା ପ୍ରଧାନ): ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ଉପରେ ବୁଧବାର ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସହରରେ ଅନେକ କାର୍ଯ୍ୟକ୍ରମ ହୋଇଥିଲା। ସକାଳେ ଉପଜିଲାପାଳ ଉମାଶଙ୍କର ବେହେରା,…

ବାମୁନି ଗ୍ରାମରେ ମରିଲେଣି ୨୫ରୁ ଉର୍ଦ୍ଧ୍ବ ଗୋରୁ, ମକା କାରଖାନାକୁ ଦାୟୀ କରୁଛନ୍ତି ଗ୍ରାମବାସୀ

ନବରଙ୍ଗପୁର,୧।୪(ସଦାଶିବ ପ୍ରହରାଜ): ମକା କାରଖାନାରୁ ବାହାରୁଛି ଦୂଷିତ ପାଣି । ତେବେ ଏହା ପିଇ ୨୫ରୁ ଉର୍ଦ୍ଧ୍ବ ଗାଈ, ବଳଦ, ବାଛୁରୀର ମୃତ୍ୟୁ ହୋଇଥିବା ଅଭିଯୋଗ କରିଛନ୍ତି…

ମାସକରେ ତୃତୀୟ ଥର ପାଇଁ ବଢ଼ିଲା LPG ଦର, ଜାଣନ୍ତୁ ୧୧ କେଜି ସିଲିଣ୍ଡରର ଦାମ୍?

ନୂଆଦିଲ୍ଲୀ,୧।୪: ଇରାନ ସହିତ ସଂଘର୍ଷ ପରେ, ବିଶ୍ୱର ଅନେକ ଦେଶରେ ତୈଳ ଏବଂ ଘରୋଇ ଗ୍ୟାସ (LPG) ସମ୍ବନ୍ଧୀୟ ସଙ୍କଟ ଦେଖାଦେଇଛି। ପାକିସ୍ତାନ ପୂର୍ବରୁ ଆର୍ଥିକ କ୍ଷେତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri