Posted inଜାତୀୟ

ବନ୍ୟା ମୁକାବିଲା ପାଇଁ ସରକାର ପ୍ରସ୍ତୁତ: କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୧୦।୭: ଦିଲ୍ଲୀରେ ବନ୍ୟା ପରିସ୍ଥିତି ଉପୁଜିଲେ ଏହାର ମୁକାବିଲା ପାଇଁ ସରକାର ପ୍ରସ୍ତୁତ ଥିବା ସୋମବାର ଏକ ଖବରଦାତା ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ କହିଛନ୍ତି। ଏପରିକି ଆବଶ୍ୟକ ହେଲେ ଲୋକମାନଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଯମୁନାରେ ଜଳସ୍ତର ବିପଦ ସଙ୍କେତ ଆଡ଼କୁ ଗତି କରୁଥିବା କେଜ୍‌ରିଓ୍ବାଲ ସୂଚନା ଦେଇଛନ୍ତି।

ପ୍ରବଳ ବର୍ଷା ଯୋଗୁ ଦିଲ୍ଲୀରେ ସମସ୍ୟା ସୃଷ୍ଟି ହୋଇଛି। ବର୍ଷାଦିନେ କିଛି ଅଞ୍ଚଳ ଜଳବନ୍ଦୀ ହୋଇଥାଏ। ହେଲେ ୨ଘଣ୍ଟା ମଧ୍ୟରେ ଜଳ ନିଷ୍କାସନ ହୋଇଯାଇଥାଏ। ହେଲେ ଦିଲ୍ଲୀରେ ୧୫୩ ମି.ମି. ବର୍ଷା ହୋଇଛି। ପ୍ରାୟ ୪୦ ବର୍ଷ ପରେ ଏଭଳି ବର୍ଷା ହୋଇଥିବା ସେ କହିଛନ୍ତି। ଯମୁନା ଜଳସ୍ତର ବୃଦ୍ଧି ହେତୁ କେନ୍ଦ୍ରୀୟ ଜଳ ଆୟୋଗଙ୍କ ସହ ଯୋଗାଯୋଗରେ ଥିବା ସେ କହିଛନ୍ତି।

ସେ ଆହୁରି କହିଛନ୍ତି, ବର୍ତ୍ତମାନ ପରସ୍ପର ଆଡ଼କୁ ଅଙ୍ଗୁଳି ନିର୍ଦ୍ଦେଶ କରିବାର ଏହା ସମୟ ନୁହେଁ। ସମସ୍ତ ପ୍ରଭାବିତ ରାଜ୍ୟ ସରକାର ମିଳିତ ଭାବେ କାର୍ଯ୍ୟ କରିବାର ଆବଶ୍ୟକତା ରହିଥିବା ସେ କହିଛନ୍ତି। ନୂଆଦିଲ୍ଲୀ ମ୍ୟୁନିସିପାଲିଟି କାଉନସିଲ ଅଞ୍ଚଳରେ ପ୍ରଥମ ଥର ପାଇଁ ଜଳସ୍ତର ବୃଦ୍ଧି ହେବା ଖବର ଆସିଛି। ଏହାର ମୁକାବିଲା ପାଇଁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା କେଜ୍‌ରିଓ୍ବାଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri