Posted inଜାତୀୟ

କଲେଜିୟମରେ ସରକାରୀ ପ୍ରତିନିଧିଙ୍କୁ ସାମିଲ କରାଯାଉ: ସିଜେଆଇଙ୍କୁ ଆଇନମନ୍ତ୍ରୀଙ୍କ ଚିଠି…

ନୂଆଦିଲ୍ଲୀ,୧୬।୧ : ସୁପ୍ରିମକୋର୍ଟ କଲେଜିୟମରେ ସରକାରଙ୍କ ପ୍ରତିନିଧୀଙ୍କୁ ଅନ୍ତର୍ଭୁକ୍ତ କରିବା ପାଇଁ ଆଇନ ମନ୍ତ୍ରୀ କିରେନ ରିଜିଜୁ ପ୍ରଧାନବିଚାରପତି ଡି.ଓ୍ବାଇ.ଚନ୍ଦ୍ରଚୂଡ଼ଙ୍କୁ ଚିଠି ଲେଖିଛନ୍ତି। ସୂଚନାନୁସାରେ, କୋର୍ଟରେ ବିଚାରପତି ନିଯୁକ୍ତି ପ୍ରସଙ୍ଗରେ ସରକାରଙ୍କ ଏହି ନୂତନ ପଦକ୍ଷେପ ସାମ୍ନାକୁ ଆସିଛି। କେନ୍ଦ୍ର ଆଇନ ମନ୍ତ୍ରୀ କିରେନ ରିଜିଜୁ ସିଜେଆଇଙ୍କୁ ଏକ ଚିଠି ଲେଖି ହାଇକୋର୍ଟ ଏବଂ ସୁପ୍ରିମକୋର୍ଟରେ ବିଚାରପତି ନିଯୁକ୍ତି ପାଇଁ ସରକାରୀ ପ୍ରତିନିଧୀଙ୍କୁ କଲେଜିୟମରେ ଅନ୍ତର୍ଭୁକ୍ତ କରିବାକୁ ପରାମର୍ଶ ଦେଇଛନ୍ତି। ସ୍ବଚ୍ଛତା ଏବଂ ଜନସାଧାରଣଙ୍କ ଉତ୍ତରଦାୟିତ୍ୱ ବୃଦ୍ଧି ପାଇଁ ଏହା ଏକ ଆବଶ୍ୟକୀୟ ପଦକ୍ଷେପ ବୋଲି ରିଜିଜୁ ତାଙ୍କ ଚିଠିରେ କହିଛନ୍ତି।

ଦେଶର ଉଚ୍ଚ ନ୍ୟାୟାଳୟରେ ବିଚାରପତିଙ୍କ ବର୍ତ୍ତମାନର ଚୟନ ପ୍ରକ୍ରିୟାରେ ଅସ୍ପଷ୍ଟତା ଅଭିଯୋଗ ଜାରି ରହିଥିବା ବେଳେ କେନ୍ଦ୍ର ଆଇନ ମନ୍ତ୍ରୀ ୨୫ ବର୍ଷ ପୁରୁଣା କୋର୍ଟ କଲେଜିୟମରେ ସରକାରୀ ପ୍ରତିନିଧୀଙ୍କୁ ଅନ୍ତର୍ଭୁକ୍ତ କରିବାକୁ ପରାମର୍ଶ ଦେଇଛନ୍ତି। ସାମ୍ବିଧାନିକ ପଦବୀରେ ଅବସ୍ଥାପିତ ଲୋକମାନଙ୍କ ଦ୍ୱାରା ସୁପ୍ରିମକୋର୍ଟଙ୍କ ସମାଲୋଚନାର ଶୃଙ୍ଖଳା ପରିପ୍ରେକ୍ଷୀରେ ଆଇନ ମନ୍ତ୍ରୀ ଏଭଳି କହିଛନ୍ତି। ଏହି ଲୋକମାନଙ୍କ ମଧ୍ୟରେ ଉପରାଷ୍ଟ୍ରପତି ତଥା ଲୋକସଭାର ବାଚସ୍ପତି ମଧ୍ୟ ରହିଛନ୍ତି, ଯେଉଁମାନେ ସୁପ୍ରିମକୋର୍ଟ (ଏସସି) ବିରୋଧରେ ନ୍ୟାୟିକ ବ୍ୟବସ୍ଥାର ଉଲ୍ଲଂଘନ କରାଯାଉଥିବା ଅଭିଯୋଗ କରିଛନ୍ତି।

ଉଲ୍ଲେଖନୀୟ କଥା ହେଉଛି, ସୁପ୍ରିମକୋର୍ଟର କଲେଜିୟମ ବ୍ୟବସ୍ଥାରେ ସ୍ବଚ୍ଛତା ଏବଂ ଉତ୍ତରଦାୟିତ୍ୱର ଅଭାବ ବିଷୟରେ କିରେନ ରିଜିଜୁ ପ୍ରାୟ ଦେଢ଼ ମାସ ପୂର୍ବରୁ ଏକ ବିବୃତ୍ତି ଦେଇଥିଲେ। ଏପରିକି ସୁପ୍ରିମକୋର୍ଟର କିଛି ବିଚାରପତି ମଧ୍ୟ ବର୍ତ୍ତମାନର ବ୍ୟବସ୍ଥାକୁ ସଠିକ ମନେ କରନ୍ତି ନାହିଁ। ପ୍ରାୟ ଏକ ଦଶନ୍ଧି ପୂର୍ବରୁ ଜଷ୍ଟିସ ରୁମା ପାଲ ଏକ ବିବୃତ୍ତିରେ କହିଥିଲେ ଯେ ଯେଉଁ ପ୍ରକ୍ରିୟା ଦ୍ୱାରା ଜଣେ ଉଚ୍ଚ ନ୍ୟାୟାଳୟରେ ଜଣେ ବିଚାରପତି ନିଯୁକ୍ତ ହେବେ, ତାହା ହେଉଛି ଦେଶର ସର୍ବୋତ୍ତମ ରହସ୍ୟ ମଧ୍ୟରୁ ଅନ୍ୟତମ।

 


Enter your email to get our daily news in your inbox.

All Right Reserved By Dharitri.Com

ବିଚ୍‌ ରାସ୍ତାରେ ପଡ଼ିଛି ନବଜାତ ଶିଶୁର ମୃତଦେହ, ଜନ୍ମ ପରେ…

ରାୟଗଡ଼ା,୨୦ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ାରେ ପୁଣି ଦେଖିବାକୁ ମିଳିଛି ଏକ ହୃଦୟ ବିଦାରକ ଦୃଶ୍ୟ। ସହରର ଗୋଦାବରୀଶ ନଗର ତଥା ରାୟଗଡ଼ା କଲେଜ ପଛ ପାର୍ଶ୍ୱ ବିଚ୍‌…

ଦେଶର ଖଣିଜ ଉତ୍ପାଦନକୁ ଓଡ଼ିଶାର ଯୋଗଦାନ ୪୩.୭

ଭୁବନେଶ୍ୱର,୨୦ା୨: ଦେଶର ଅର୍ଥନୀତିର ଚକକୁ ଗତିଶୀଳ କରିବାରେ ଓଡ଼ିଶାର ଖଣି ସମ୍ପଦ ସବୁଠାରୁ ବଡ଼ ଭୂମିକା ଗ୍ରହଣ କରିଛି। ଦେଶର ମୋଟ ଖଣିଜ ଉତ୍ପାଦନରେ ଓଡ଼ିଶାର ଅବଦାନ…

ଯୁବକଙ୍କୁ ହତ୍ୟା କରି ଫିଙ୍ଗିଦେଲେ ଦୁର୍ବୃତ୍ତ

ଛତ୍ରପୁର,୨୦ା୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଛି। ଛତ୍ରପୁର ଥାନା ଅଧୀନ ରିକାପଲ୍ଲୀ ଗେଟ୍‌ ପାଖରେ ହତ୍ୟା କରାଯାଇଥିବା ଦେଖିବାକୁ ମିଳିଛି।…

ଚାଞ୍ଚଲ୍ୟ: ସତସଙ୍ଗ ବିହାର ପାର୍କ ନିକଟରେ ମହିଳାଙ୍କୁ ଖଣ୍ଡାରେ ଆକ୍ରମଣ

ଭୁବନେଶ୍ୱର,୨୦ା୨: ରାଜଧାନୀରେ ପୁଣି ବୁଲିଲା ଖଣ୍ଡା। ଦିନ ଦ୍ୱିପ୍ରହରରେ ଜଣେ ମହିଳାଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ। ଭୁବନେଶ୍ୱର ସତସଙ୍ଗ ବିହାର ପାର୍କ ନିକଟରେ ଘଟିଥିବା ଏହି…

୫ମିନିଟ୍‌ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ମିଲକୁ ଧାନ ଯିବା ଘଟଣା: ତଦନ୍ତ ଆରମ୍ଭ କଲା ଯୋଗାଣ ବିଭାଗ

ବରଗଡ଼,୨୦।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନକିଣାରେ ଫଲ୍ସ ଏଣ୍ଟ୍ରି ଜଣାପଡ଼ିଛି। ୫ମିନିଟ୍‌ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ମିଲକୁ ଧାନ ଯାଇଥିବା ଘଟଣା ଜଣାପଡ଼ିବା ପରେ ବରଗଡ଼ ଜିଲା…

ଏଇ ଭାରତରେ

ଆନ୍ଧ୍ରପ୍ରଦେଶ ଅନନ୍ତପୁର ଜିଲାର ମରୁଡ଼ିପ୍ରବଣ ଅଞ୍ଚଳରେ ଭାରତୀୟ ବନ ସେବା ଅଧିକାରୀ(ଆଇଏଫ୍‌ଏସ୍‌) ବିନିତ କୁମାର ଓ ତାଙ୍କ ସ୍ତ୍ରୀ ତଥା ବନ୍ୟପ୍ରାଣୀ ସଂରକ୍ଷକ ରୂପା ଯାଦବ ଜଳାଶୟ…

ଶବ୍ଦଘାତକର ଯୁଗଯନ୍ତ୍ରଣା

ଡାକବାଜି,, ଡିଜେ, ବାଣ ଆଦି ଶବ୍ଦ ପ୍ରଦୂଷଣ ସୃଷ୍ଟିକାରୀ ଉପାଦାନ ଏବେ କେବଳ ଆଉ ପାର୍ବଣ ପାଳନ ମଧ୍ୟରେ ସୀମିତ ରହିନାହିଁ। ସହର ବଜାରରୁ ଆରମ୍ଭ କରି…

ପ୍ଲାଷ୍ଟିକମୟ ପୃଥିବୀ

ପୃଥିବୀ ସମ ଏକ ସୁନ୍ଦର ଗ୍ରହ ନାହିଁ କହିଲେ ଅତ୍ୟୁକ୍ତି ହେବନାହିଁ, ଯେଉଁଠାରେ ଆମେ ଜନ୍ମ ଗ୍ରହଣ କରି ନିଜକୁ ଭାଗ୍ୟବାନ ମନେକରୁ। କାରଣ ପୃଥିବୀ ଆମକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri