ଅତ୍ୟାବଶ୍ୟକୀୟ ସାମଗ୍ରୀର ଦରଦାମ ବୃଦ୍ଧି, ସମୀକ୍ଷା କଲେ ମନ୍ତ୍ରୀ

ଭୁବନେଶ୍ୱର,୨୩।୬: ସମ୍ପ୍ରତି ରାଜ୍ୟରେ ଦେଖାଦେଇଥିବା ବିଭିନ୍ନ ଅତ୍ୟାବଶ୍ୟକୀୟ ଖାଉଟି ସାମଗ୍ରୀର ମୂଲ୍ୟବୃଦ୍ଧି ସମ୍ପର୍କରେ ଖାଦ୍ୟଯୋଗାଣ ଓ ଖାଉଟି କଲ୍ଯାଣ ମନ୍ତ୍ରୀ ଉଦ‌ବେଗ ପ୍ରକାଶ କରିବା ସଙ୍ଗେ ସଙ୍ଗେ ଏହି ସମ୍ବନ୍ଧରେ ସମୀକ୍ଷା କରିଛନ୍ତି। ରାଜ୍ୟର ଖାଉଟିମାନେ ଯେପରି ସୁଲଭ ତଥା ଉଚିତ ମୂଲ୍ୟରେ ଖାଉଟି ସାମଗ୍ରୀ ପାଇପାରିବେ ସେଥିପାଇଁ ପଦକ୍ଷେପ ନେବାକୁ ବିଭାଗର ଅଧିକାରୀମାନଙ୍କୁ ସେ ପରାମର୍ଶ ଦେଇଛନ୍ତି ଏବଂ ମୁନାଫାଖୋର ତଥା ଅସାଧୁ ଉପାୟ ଅବଲମ୍ବନ କରୁଥିବା ବ୍ୟବସାୟୀଙ୍କ ବିରୁଦ୍ଧରେ ଆଇନ ଅନୁଯାୟୀ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ।

ଖାଉଟି ସାମଗ୍ରୀର ଦରବୃଦ୍ଧି ବର୍ତ୍ତମାନ ଜାତୀୟ ସମସ୍ୟା ହୋଇଥିଲେ ମଧ୍ୟ ରାଜ୍ୟରେ ଅସାଧୁ ବ୍ୟବସାୟୀ ଯେପରି ଏହାର ଲାଭ ନ ଉଠାଇ ପାରନ୍ତି, ସେଥିପାଇଁ ସଜାଗ ରହିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ସେ ନିର୍ଦ୍ଦେଶ ଦେଇଛନ୍ତି ।

ତଦନୁଯାୟୀ ଯୋଗାଣ ବିଭାଗର ଅଧିକାରୀମାନଙ୍କ ଦ୍ୱାରା ରାଜ୍ୟର ପ୍ରମୁଖ ବଜାର ଯଥା ଭୁବନେଶ୍ଵର, କଟକ, ରାଉରକେଲା, ସମ୍ବଲପୁର, ପୁରୀ ଆଦି ଅଞ୍ଚଳରେ ଯାଞ୍ଚ କରାଯାଉଛି । ଏତଦବ୍ୟତୀତ ବିଭାଗ ତରଫରୁ ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ ଅତ୍ୟାବଶ୍ୟକୀୟ ସାମଗ୍ରୀର କ୍ରୟ ବିକ୍ରୟ ଆଦି ଉପରେ ନଜର ରଖିବା ସହ ଜିଲାର ଯୋଗାଣ କର୍ମଚାରୀମାନଙ୍କୁ ଏ ସମ୍ବନ୍ଧରେ ବିବରଣୀ ବିଭାଗକୁ ପଠାଇବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଜିରୋ ବାଲାନ୍ସ ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର, ଏବେ ସେମାନେ ପାଇବେ…

ନୂଆଦିଲ୍ଲୀ,୬।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ସାଧାରଣ ଗ୍ରାହକଙ୍କୁ ଆଶ୍ୱସ୍ତି ପ୍ରଦାନ କରି ମୌଳିକ ସଞ୍ଚୟ ବ୍ୟାଙ୍କ ଜମା (BSBD) ଆକାଉଣ୍ଟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି।...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

୪୪% ବଢିବ ଦରମା! ସରକାରଙ୍କ ହାତରୁ ଯିବ ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୬।୧୨: ଅଷ୍ଟମ ବେତନ କମିଶନକୁ ନେଇ ବଡ଼ ଅପଡେଟ୍‌ ଆସିଛି । କେନ୍ଦ୍ର ସରକାର ଦେଶର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଏବଂ ପେନସନ୍‌ଭୋଗୀଙ୍କୁ ବଡ଼...

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା: ଶୀତର ମଜା ଉଠାଉଛନ୍ତି ପର୍ଯ୍ୟଟକ

ଜି.ଉଦୟଗିରି,୬।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ ): ଜି.ଉଦୟଗିରି ଅଞ୍ଚଳରେ ଫେରିଛି ହାଡ଼ଭଙ୍ଗା ଶୀତ । ସରକାରୀ ସୂଚନା ଅନୁସାରେ କନ୍ଧମାଳ ଜିଲାରେ ସର୍ବନିମ୍ନ ତାପମାତ୍ରା ସହ...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ଆକ୍ସନ ନେଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୬।୧୨: ଗତ ପାଞ୍ଚ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ବୃଦ୍ଧି ପାଇବା ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

ଭଙ୍ଗା ଝାଟିମାଟି ଘରେ ରାଘବଙ୍କ ପରିବାର : ସହାୟତା ପାଇଁ… 

କେସିଙ୍ଗା,୬।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କସୃପଡା ଗ୍ରାମର ରାଘବ କରୁଆ (୬୦)ଙ୍କ ପରିବାର  ଝାଟିମାଟି ଘରେ ଅସହାୟ ଅବସ୍ଥାରେ ଜୀବନଯାପନ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri