ଅତ୍ୟାବଶ୍ୟକୀୟ ସାମଗ୍ରୀର ଦରଦାମ ବୃଦ୍ଧି, ସମୀକ୍ଷା କଲେ ମନ୍ତ୍ରୀ

ଭୁବନେଶ୍ୱର,୨୩।୬: ସମ୍ପ୍ରତି ରାଜ୍ୟରେ ଦେଖାଦେଇଥିବା ବିଭିନ୍ନ ଅତ୍ୟାବଶ୍ୟକୀୟ ଖାଉଟି ସାମଗ୍ରୀର ମୂଲ୍ୟବୃଦ୍ଧି ସମ୍ପର୍କରେ ଖାଦ୍ୟଯୋଗାଣ ଓ ଖାଉଟି କଲ୍ଯାଣ ମନ୍ତ୍ରୀ ଉଦ‌ବେଗ ପ୍ରକାଶ କରିବା ସଙ୍ଗେ ସଙ୍ଗେ ଏହି ସମ୍ବନ୍ଧରେ ସମୀକ୍ଷା କରିଛନ୍ତି। ରାଜ୍ୟର ଖାଉଟିମାନେ ଯେପରି ସୁଲଭ ତଥା ଉଚିତ ମୂଲ୍ୟରେ ଖାଉଟି ସାମଗ୍ରୀ ପାଇପାରିବେ ସେଥିପାଇଁ ପଦକ୍ଷେପ ନେବାକୁ ବିଭାଗର ଅଧିକାରୀମାନଙ୍କୁ ସେ ପରାମର୍ଶ ଦେଇଛନ୍ତି ଏବଂ ମୁନାଫାଖୋର ତଥା ଅସାଧୁ ଉପାୟ ଅବଲମ୍ବନ କରୁଥିବା ବ୍ୟବସାୟୀଙ୍କ ବିରୁଦ୍ଧରେ ଆଇନ ଅନୁଯାୟୀ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ।

ଖାଉଟି ସାମଗ୍ରୀର ଦରବୃଦ୍ଧି ବର୍ତ୍ତମାନ ଜାତୀୟ ସମସ୍ୟା ହୋଇଥିଲେ ମଧ୍ୟ ରାଜ୍ୟରେ ଅସାଧୁ ବ୍ୟବସାୟୀ ଯେପରି ଏହାର ଲାଭ ନ ଉଠାଇ ପାରନ୍ତି, ସେଥିପାଇଁ ସଜାଗ ରହିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ସେ ନିର୍ଦ୍ଦେଶ ଦେଇଛନ୍ତି ।

ତଦନୁଯାୟୀ ଯୋଗାଣ ବିଭାଗର ଅଧିକାରୀମାନଙ୍କ ଦ୍ୱାରା ରାଜ୍ୟର ପ୍ରମୁଖ ବଜାର ଯଥା ଭୁବନେଶ୍ଵର, କଟକ, ରାଉରକେଲା, ସମ୍ବଲପୁର, ପୁରୀ ଆଦି ଅଞ୍ଚଳରେ ଯାଞ୍ଚ କରାଯାଉଛି । ଏତଦବ୍ୟତୀତ ବିଭାଗ ତରଫରୁ ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ ଅତ୍ୟାବଶ୍ୟକୀୟ ସାମଗ୍ରୀର କ୍ରୟ ବିକ୍ରୟ ଆଦି ଉପରେ ନଜର ରଖିବା ସହ ଜିଲାର ଯୋଗାଣ କର୍ମଚାରୀମାନଙ୍କୁ ଏ ସମ୍ବନ୍ଧରେ ବିବରଣୀ ବିଭାଗକୁ ପଠାଇବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ମଝି ଆକାଶରେ ଟ୍ରମ୍ପଙ୍କ ହେଲିକପ୍ଟର ନିକଟକୁ ହଠାତ୍‌ ଚାଲିଆସିଲା ଯାତ୍ରୀବାହୀ ବିମାନ, ଆଉ ତା’ପରେ…

ୱାଶିଂଟନ, ୬।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ସେତେବେଳେ ଆଶ୍ଚର୍ଯ୍ୟଚକିତ ହୋଇଯାଇଥିଲେ, ଯେତେବେଳେ ତାଙ୍କୁ ନେଇଯାଉଥିବା ସାମରିକ ହେଲିକପ୍ଟର ‘ମେରିନ ୱାନ’ କଥିତ ଭାବେ ୱାଶିଂଟନ…

ବିଜେଡି, କଂଗ୍ରେସ ପୋଛିନେଲେ ସମସ୍ତ ୧୧ ଆସନ: ନିର୍ବାଚନରୁ ଦୁରେଇ ରହିଲା ଭାଜପା

ସୋନପୁର,୬।୮(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ଯୋଜନା କମିଟିରେ ଖାଲିଥିବା ୧୧ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଜିଲାର ନିର୍ବାଚିତ ଜିଲା ପରିଷଦ ସଭ୍ୟାସଭ୍ୟ ଏହି ନିର୍ବାଚନରେ…

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୨୦୦୦କୁ ବୃଦ୍ଧି ପାଇବ ଡାକ୍ତରୀ ସିଟ୍‌

ଭୁବନେଶ୍ୱର, ୬ା୮(ରବିନାରାୟଣ ଜେନା): ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଲୋକଙ୍କ ନିକଟତ୍ତର କରିବା ଏବଂ ଡାକ୍ତର ଅଭାବ ପୂରଣ କରିବାକୁ ସରକାର ଗୁରୁତ୍ୱ ଦେଉଛନ୍ତି। ଏହି କ୍ରମରେ ଭାଜପା ସରକାର…

ଶ୍ରୀମନ୍ଦିର ପ୍ରଶାସନ ନାଁରେ ନକଲି ନିଯୁକ୍ତିପତ୍ର ଭାଇରାଲ

ପୁରୀ,୬ା୮(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ ନାଁରେ ଏକ ନକଲି ନିଯୁକ୍ତିପତ୍ର ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଉକ୍ତ ଚିଠିରେ ଉଲ୍ଲେଖ ରହିଛି ଯେ, ପୁରୀ ଜିଲାର…

ଆୟୁଷ୍ମାନ୍‌ କାର୍ଡରେ କ୍ୟାନ୍‌ସର ଚିକିତ୍ସା ପାଇଁ ଆଉ ୯୧ ପ୍ୟାକେଜ ସାମିଲ

ଭୁବନେଶ୍ୱର,୬ା୮(ସୁଚିସ୍ମିତା ସାହୁ): ରାଜ୍ୟର କର୍କଟ ରୋଗୀଙ୍କୁ ଅଧିକ ଉନ୍ନତମାନର ଦେୟମୁକ୍ତ ଚିକିତ୍ସା ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ୟାନ୍‌ସର କେୟାର ଅଭିଯାନ ଅଧୀନରେ…

ତେଲ ବଜାରରେ ବଡ଼ ହଲଚଲ: ଜାରି ହେଲା ପେଟ୍ରୋଲ- ଡିଜେଲର ନୂଆ ଦାମ୍‌,ଦେଖନ୍ତୁ…

ନୂଆଦିଲ୍ଲୀ,୬।୮: ସରକାରୀ ତେଲ କମ୍ପାନୀଗୁଡ଼ିକ ଆଜି ଅର୍ଥାତ୍‌ ଅଗଷ୍ଟ ୬ ତାରିଖ ପାଇଁ ପେଟ୍ରୋଲ ଏବଂ ଡିଜେଲର ତାଜା ଦାମ୍‌ ଜାରି କରିଛନ୍ତି। ଆଜି ଦେଶର ଅଧିକାଂଶ…

ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ୩ ଦିନିଆ ନୂଆଦିଲ୍ଲୀ ଗସ୍ତ

ଭୁବନେଶ୍ୱର,୬।୮(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାରଠାରୁ ୩ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ। ଓଡ଼ିଶା ଫୁଡ୍‌ ପ୍ରୋସେସିଂ -୨୦୨୬ ଆଣ୍ଡ ଇନ୍‌ଭେଷ୍ଟର ରୋଡ୍‌ ଶୋ କାର୍ଯ୍ୟକ୍ରମରେ…

୧୨ରେ ରାଜ୍ୟ କ୍ୟାବିନେଟ: ଏହି ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୬ା୮(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୧୨ରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri