ଭରସା ଦେଲେ ସରକାର, ପାର୍ବଣ ସମୟରେ ମହଙ୍ଗା ହେବନାହିଁ ଖାଦ୍ୟପଦାର୍ଥ, କିନ୍ତୁ ବଜାରରେ ବଢିଚାଲିଛି ଦାମ୍

ନୂଆଦିଲ୍ଲୀ,୧୯ା୧୦: ବର୍ତ୍ତମାନ ପାର୍ବଣ ସମୟରେ ବଜାରରେ ଗହମ, ଚିନି ସମେତ ଅନ୍ୟାନ୍ୟ ଖାଦ୍ୟପଦାର୍ଥର ଦାମ୍ ବଢ଼ିବାରେ ଲାଗିଛି। ତେବେ ସରକାର ସାଧାରଣ ଲୋକଙ୍କୁ ଭରସା ଦେଇଛନ୍ତି ଯେ, ପାର୍ବଣ ଋତୁରେ ଜରୁରୀ ଖାଦ୍ୟ ପଦାର୍ଥର ଦାମ୍ ବୃଦ୍ଧି ପାଇବ ନାହିଁ, ନିୟନ୍ତ୍ରଣରେ ରହିବ। ଅନ୍ୟପଟେ କିନ୍ତୁ ସରକାରଙ୍କ ତଥ୍ୟ ଦେଖିଲେ ଖାଦ୍ୟ-ପାନୀୟ ଦ୍ରବ୍ୟ ଗୁଡିକର ଦାମରେ ବୃଦ୍ଧି ପାଇଁ ଚାଲିଛି।

ଗୁରୁବାର କେନ୍ଦ୍ର ଖାଦ୍ୟ ସଚିବ ସଂଜୀବ ଚୋପ୍ରା ଗହମ, ଚାଉଳ, ଚିନି ଏବଂ ଅନ୍ୟାନ୍ୟ ଖାଦ୍ୟ ପଦାର୍ଥ ଏବଂ ତେଲର ଘରୋଇ ଯୋଗାଣ ସମ୍ପର୍କରେ ସୂଚନା ଦେଇଛନ୍ତି। ସେ କହିଥିଲେ କି ଏହି ପାର୍ବଣ ଋତୁ ସମୟରେ ଖାଦ୍ୟପଦାର୍ଥର ଦାମ୍ ସ୍ଥିର ରହିବ ବୋଲି ଆଶା ରହିଛି। ଦରଦାମ୍ କୁ ନିୟନ୍ତ୍ରଣରେ ରଖିବା ପାଇଁ ସରକାର ଅନେକ ଗୁଡିଏ ନିଷ୍ପତି ନେଇଛନ୍ତି।

ତେବେ ସରକାରଙ୍କ ଏହି ଦାବି ବାସ୍ତବଠାରୁ କିଛି ଅଲଗା ଥିବା ବଜାର ମୂଲ୍ୟ ଦର୍ଶାଉଛି। କାରଣ ବଜାରରେ ଚାଉଳ, ଗହମ, ଡାଲି, ଚିନି ଆଦିର ଦାମ୍ ବୃଦ୍ଧି ପାଇବାରେ ଲାଗିଛି। ଯୋଗାଣ ବିଭାଗର ତଥ୍ୟ ଅନୁଯାୟୀ ୧ ଜୁଲାଇ ୨୦୨୩ ସୁଦ୍ଧା ଚାଉଳର ମୂଲ୍ୟ ୩୯.୯୮ ଟଙ୍କା ଥିଲା, ଯାହା ୧୯ ଅକ୍ଟୋବରକୁ ୪୨.୫୭ ଟଙ୍କା ରହିଛି। ସେହିପରି ଗହମ ୨୯ ଟଙ୍କାରୁ ୩୦ ଟଙ୍କା, ହରଡ ଡାଲି ୧୩୧ ଟଙ୍କାରୁ ୧୫୧ ଟଙ୍କା ଏବଂ ଚିନି ୪୨ ଟଙ୍କାରୁ ୪୪ ଟଙ୍କାରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

‘ଆମେରିକା-ଭାରତ ମଧ୍ୟରେ ଥିବା ଦୃଢ଼ ସମ୍ପର୍କକୁ ନେଇ ବିଶ୍ୱ ଈର୍ଷା କରୁଛି,’ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା କରି ଆମେରିକୀୟ ରାଷ୍ଟ୍ରଦୂତ କହିଲେ..

ନୂଆଦିଲ୍ଲୀ,୫।୯: ଭାରତରେ ଅବସ୍ଥାପିତ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର୍‌ ଭାରତ ଏବଂ ଆମେରିକା ମଧ୍ୟରେ ସହଭାଗୀତାର ଶକ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ ନୂଆଦିଲ୍ଲୀ ଏବଂ ୱାଶିଂଟନ…

ଚିତାବାଘ, ଭାଲୁ ସହ ଜଙ୍ଗଲୀ କୁକୁରର ଭୟ…, ଏହାକୁ ଖାତିର ନକରି ଦୁଇ ଭଉଣୀଙ୍କୁ ପାଠ ପଢ଼ାଇବା ପାଇଁ ଜଙ୍ଗଲ ମଧ୍ୟରେ ୫ କିଲୋମିଟର ଚାଲି ଚାଲି ଯାଉଛନ୍ତି ଶିକ୍ଷକ

ମୁମ୍ବାଇ,୪।୯: ଜଣେ ଶିକ୍ଷକଙ୍କ ଶିକ୍ଷା ପ୍ରତି ଆଗ୍ରହ ଏବଂ ପିଲାମାନଙ୍କ ଭବିଷ୍ୟତ ଗଠନ ପ୍ରତି ତାଙ୍କର ଉତ୍ସର୍ଗତାର ଏକ ପ୍ରେରଣାଦାୟକ ଉଦାହରଣ ମହାରାଷ୍ଟ୍ରର କୋହ୍ଲାପୁର ଜିଲାରୁ ସାମ୍ନାକୁ…

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri