ଅସହାୟ ଶୁଭସ୍ମିତାଙ୍କୁ ସରକାରୀ ଯୋଜନା ଅପହଞ୍ଚ

କାଏମା,୧ା୧୧(ଡି.ଏନ.ଏ.):ସରକାରଙ୍କ ଅନେକ ଲୋକହିତକର ଯୋଜନା ମଧ୍ୟରୁ ଖାଦ୍ୟ ସୁରକ୍ଷା ଯୋଜନା, ବିଧବା ଓ ଭିନ୍ନକ୍ଷମ ଭତ୍ତା ଅନ୍ୟତମ। ହେଲେ ଏହି ଯୋଜନାରୁ ଏବେବି ଶତାଧିକ ଅସହାୟ ଯୋଗ୍ୟ ହିତାଧିକାରୀ ବଞ୍ଚିତ ରହିଛନ୍ତି। ଧର୍ମଶାଳା ବ୍ଲକ ବଡ଼ କାଏମା ପଞ୍ଚାୟତର କାଏମା (ମହଲା ସାହି) ଗ୍ରାମରେ ଥିବା ଶୁଭସ୍ମିତା ସାହୁଙ୍କ ପରିବାରକୁ ଏଠାରେ ଉଦାହରଣ ଭାବେ ନିଆଯାଇପାରେ। ଶୁଭସ୍ମିତାଙ୍କ ସ୍ବାମୀ ତପନ କୁମାର ସାହୁଙ୍କ ୨ ବର୍ଷ ତଳେ ଯାଜପୁର ରୋଡ୍‌ରେ ଏକ ସଡକ ଦୁର୍ଘଟଣାରେ ମୃତ୍ୟୁ ହୋଇଥିଲା। ପୁଅ ପୀୟୂଷ (୫ ବର୍ଷ) ଓ ଦିବ୍ୟାଙ୍ଗ ଝିଅ ତନୁଷ୍କା (୨ ବର୍ଷ)ଙ୍କୁ ନେଇ ଶୁଭସ୍ମିତା ଏବେ ବହୁ କଷ୍ଟରେ ରହୁଛନ୍ତି। ଶୁଭସ୍ମିତାଙ୍କୁ ରାଶନ କାର୍ଡଟିଏ ମିଳି ପାରିନାହିଁ। ତପନଙ୍କ ମୃତ୍ୟୁର ୪ ମାସ ପରେ ଜନ୍ମ ହୋଇଥିଲା ଶିଶୁ କନ୍ୟା। କିନ୍ତୁ ଭାଗ୍ୟର ବିଡମ୍ବନା ଯେ, ଶିଶୁ କନ୍ୟା ତନୁଷ୍କା ଜନ୍ମରୁ ଦୃଷ୍ଟିହୀନା। ଏହା ଶୁଭସ୍ମିତାଙ୍କ ଜୀବନରେ ଆଉ ଏକ ଦୁଃଖର ପାହାଡ଼ ଭାବେ ଲଦି ହୋଇଥିଲା। ଧାର ଉଧାର କରି ତନୁଷ୍କାଙ୍କ ଚିକିତ୍ସା ପାଇଁ ଖର୍ଚ୍ଚ କରିଥିଲେ ମଧ୍ୟ କିଛି ସୁଫଳ ମିଳି ପାରିନାହିଁ। ତନୁଷ୍କାଙ୍କୁ ଏକ ଦିବ୍ୟାଙ୍ଗ ପରିଚୟପତ୍ର ମିଳିଛି। କିନ୍ତୁ ଆଜିଯାଏଁ ଭିନ୍ନକ୍ଷମ ଭତ୍ତା ମିଳିପାରିନାହିଁ। ଏନେଇ ଶୁଭସ୍ମିତା ପ୍ରଶାସନକୁ ଅନେକ ଥର ଗୁହାରି କରିବା ସତ୍ତ୍ବେ ବି ଦୁଃଖ ବୁଝିବାକୁ କେହି ନାହାନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା

ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ...

ଶୀତରେ ଥରୁଛି ଜି.ଉଦୟଗିରି: ଜନଜୀବନ ଅସ୍ତବ୍ୟସ୍ତ

ଜି.ଉଦୟଗିରି,୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ସାରା ରାଜ୍ୟରେ ହାଡ଼ଭଙ୍ଗା ଶୀତ ଜାରି ରହିଥିବାବେଳେ ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ୧୨ ଯାଏ ଶୀତ ଲହରୀ ଜାରି...

ଟାଇକୋଣ୍ଡୋ ଏକାଡେମୀର ଗୌରବମୟ ସଫଳତା: ସୋହନଙ୍କୁ ମିଳିଲା…

ଛତ୍ରପୁର,୮।୧୨(ଦିଲ୍ଲୀପ ସାମଲ): ଛତ୍ରପୁର ନିକଟ ଧିରେଶର୍‌ ବିଦ୍ୟାପୀଠର ନବମ ଶ୍ରେଣୀ ଛାତ୍ର ଏସ୍‌. ସୋହନ ରେଡ୍ଡି ଅରୁଣାଞ୍ଚଳ ପ୍ରଦେଶରେ ହୋଇଥିବା ଜାତୀୟ ବିଦ୍ୟାଳୟ ସମୂହ କ୍ରୀଡା...

କାମ ଦେଉଛି AI କ୍ୟାମେରା: ପୁଣି ଗିରଫ ହେଲେ ୨ ଶିକାରୀ

ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧୀନ କୁଲଡିହା ଅଭୟାରଣ୍ୟରୁ ପୁଣି ଦୁଇ ଶିକାରୀଙ୍କୁ ଧରାଇଦେଲା ଏ.ଆଇ କ୍ୟାମେରା। କିଛି ଦିନ ପୂର୍ବରୁ...

ପଲିଥିନ୍‌ କାରଖାନାରେ ଲାଗିଲା ନିଆଁ

କଟକ,୮ା୧୨(କାର୍ତ୍ତିକ ସାହୁ): ସୋମବାର କଟକ ଜଗତପୁରର ଗୁଜରପୁରଠାରେ ଥିବା ଏକ ପଲିଥିନ ଉତ୍ପାଦନ ୟୁନିଟ ‘ଜଗା କାଳିଆ ପଲିପ୍ୟାକ୍‌ ଏଣ୍ଟରପ୍ରାଇଜେସ’ ରେ ଏକ ବଡ଼ ଧରଣର...

ହ୍ୟୁମାନଙ୍କ ମୃତ୍ୟୁ ମାମଲାରେ ଆସିଲା ବଡ଼ ଟୁଇଷ୍ଟ: ଅର୍ପିତାଙ୍କୁ ନେଇ ପ୍ରଥମ ଥର ମୁହଁ ଖୋଲିଲେ ସ୍ତ୍ରୀ ଶ୍ରୀୟା

ବଲାଙ୍ଗୀର,୮।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟିଟିଲାଗଡ଼ରେ ରବିବାର ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପାଇଁ ଥିଲା ଶ୍ରଦ୍ଧାଞ୍ଜଳି ସଭା। ଏହି ସଭାରେ ଅଭିନେତା ଅନୁଭବ ମହାନ୍ତି, ଅସିମା...

ପିକ୍‌ନିକ୍‌ ସ୍ପଟ୍‌ ଶାନ୍ତିବନ: ମନ ଭିତରେ ଆପେ ଆପେ ସୃଷ୍ଟି ହୋଇଯାଏ ଆଧ୍ୟାତ୍ମିକ ଭାବନା

କର୍ଲାମୁଣ୍ଡା,୮ା୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କୁଶୁର୍ଲା ଓ ମ. ରାମପୁର ବ୍ଲକ୍‌ ମସ୍କାଦାଣ୍ଡି ଗ୍ରାମ ସୀମାରେ ରହିଛି ଶାନ୍ତିବନ ଗ୍ରାମ୍ୟ ଜଙ୍ଗଲ।...

ହ୍ୟୁମାନଙ୍କ ଗୀତ ଶୁଣି ଷ୍ଟେଜ୍‌ରେ କାନ୍ଦି ପକାଇଲେ ମା’-ସ୍ତ୍ରୀ-ଝିଅ

ବଲାଙ୍ଗୀର,୮ା୧୨(ସୁନିଲ କୁମାର ମହାନ୍ତି): ଓଡ଼ିଶାର ସୁନାମଧନ୍ୟ ଗାୟକ ହ୍ୟୁମାନ ସାଗରଙ୍କ ଉଦ୍ଦେଶ୍ୟରେ ଟିଟିଲାଗଡ଼ର ବୟଜ ହାଇସ୍କୁଲ ପଡ଼ିଆରେ ଓଡ଼ିଶା କଳାକାର ଏକତା ମଞ୍ଚ ପକ୍ଷରୁ ରବିବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri