ସରକାରୀ ସ୍କୁଲ ପିଲାଙ୍କୁ ପ୍ରୋତ୍ସାହନ: ଡାକ୍ତରୀ, ଇଞ୍ଜିନିୟରିଂ ପଢ଼ିବାକୁ ମିଳିବ ୧୫% ସଂରକ୍ଷଣ

ଭୁବନେଶ୍ୱର,୨୪ା୩(ବ୍ୟୁରୋ): ଡାକ୍ତରୀ, ଇଞ୍ଜିନିୟରିଂ ଓ ବୈଷୟିକ ଶିକ୍ଷାରେ ନାମଲେଖା ପାଇଁ ସରକାରୀ ହାଇସ୍କୁଲ ପିଲାଙ୍କୁ ୧୫% ସ୍ଥାନ ସଂରକ୍ଷଣ ମିଳିବ। ଏ ନେଇ ମଙ୍ଗଳବାର ବିଧାନସଭାରେ ସର୍ବସମ୍ମତିକ୍ରମେ ସଂକଳ୍ପ ପାରିତ ହୋଇଛି। ସୋମବାର ରାଜ୍ୟ କ୍ୟାବିନେଟରେ ଏହି ପ୍ରସ୍ତାବ ଅନୁମୋଦନ ହେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଏ ସମ୍ପର୍କିତ ଏକ ସଂକଳ୍ପ ବିଧାନସଭାରେ ଆଗତ କରିଥିଲେ। ଉଚ୍ଚ କ୍ଷମତାସମ୍ପନ୍ନ କମିଟିର ସୁପାରିସ ଆଧାରରେ ଏହି ସଂକଳ୍ପ ବିଧାନସଭାରେ ଅଣାଯାଇଥିଲା। ସରକାରୀ ସ୍କୁଲ ପିଲାଙ୍କୁ ଡାକ୍ତରୀ ଓ ଇଞ୍ଜିନିୟରିଂ କ୍ଷେତ୍ରରେ ସ୍ଥାନ ସଂରକ୍ଷଣ ଦେବାକୁ ପୂର୍ବରୁ ସରକାର ଘୋଷଣା କରିଥିଲେ। ଏହାକୁ କମିଟି ତର୍ଜମା କରୁଥିଲା। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସର୍ବଭାରତୀୟ ସ୍ତରରେ ନିଟ୍‌ ଏବଂ ଜେଇଇ ପ୍ରବେଶିକା ପରୀକ୍ଷା ପ୍ରଚଳନ ହେବା ପରେ ରାଜ୍ୟରେ ସରକାରୀ ସ୍କୁଲ ଓ କଲେଜଗୁଡ଼ିକରେ ଛାତ୍ରୀଛାତ୍ରମାନଙ୍କର ସଂଖ୍ୟା ଉଲ୍ଲେଖନୀୟ ଭାବେ ହ୍ରାସ ପାଇବା ପରିଲକ୍ଷିତ ହେଉଛି। ଏହି ଛାତ୍ରୀଛାତ୍ରମାନଙ୍କ ମେଧାର ଅଭାବ ଯୋଗୁ ନୁହେଁ ବରଂ ଏହିସବୁ ପରୀକ୍ଷା ପାଇଁ ଆବଶ୍ୟକ ହେଉଥିବା କୋଚିଂ ସୁବିଧା ପାଇପାରୁ ନ ଥିବାରୁ ପ୍ରବେଶିକା ପରୀକ୍ଷାରେ ଭଲ ପ୍ରଦର୍ଶନ କରିପାରୁନାହାନ୍ତି। ଏଥିପାଇଁ ଯେଉଁ ସ୍ବତନ୍ତ୍ର ତାଲିମ ଆବଶ୍ୟକ ତାହା କେବଳ ଏହି କୋଚିଂ ସେଣ୍ଟରଗୁଡ଼ିକରେ ହିଁ ଉପଲବ୍ଧ ହୋଇଥାଏ। କୋଚିଂ ସେଣ୍ଟରଗୁଡ଼ିକ ମୁଖ୍ୟତଃ ସହରଭିତ୍ତିକ ଏବଂ ସେଠାରେ ତାଲିମ ନେବା ପାଇଁ ବିପୁଳ ପରିମାଣ ଅର୍ଥର ଆବଶ୍ୟକତା ରହିଛି। ସରକାରୀ ସ୍କୁଲ ଓ କଲେଜରେ ପଢୁଥିବା ପିଲାମାନଙ୍କ ପକ୍ଷରେ ଆର୍ଥିକ ଦୃଷ୍ଟିରୁ ଏହି ସବୁ କୋଚିଂ କେନ୍ଦ୍ରରେ ତାଲିମ ନେବା ସମ୍ଭବ ହୋଇପାରୁ ନାହିଁ। ଏହାଛଡ଼ା କୋଚିଂ ସେଣ୍ଟରଗୁଡ଼ିକଠାରୁ ଦୂରରେ ରହୁଥିବାରୁ ନିୟମିତ କୋଚିଂ ନେବା ସେମାନଙ୍କ ପକ୍ଷେ ସମ୍ଭବ ହେଉନାହିଁ। ଏହା ଓଡ଼ିଶାର ସଂଖ୍ୟାଧିକ ଛାତ୍ରୀଛାତ୍ରମାନଙ୍କ ପାଇଁ ଏକ ଅସମାନ ପରିସ୍ଥିତି ସୃଷ୍ଟି କରୁଛି। ଏହି ପରିପ୍ରେକ୍ଷୀରେ ରାଜ୍ୟ କ୍ୟାବିନେଟ ଓଡ଼ିଶାର ସରକାରୀ ମେଡିକାଲ ଓ ଇଞ୍ଜିନିୟରିଂ କଲେଜଗୁଡ଼ିକରେ ସରକାରୀ ସ୍କୁଲରେ ପଢୁଥିବା ପିଲାମାନଙ୍କ ପାଇଁ ଉପଯୁକ୍ତ ସଂଖ୍ୟକ ସ୍ଥାନ ସଂରକ୍ଷଣ ଲାଗି ସଂକଳ୍ପ ଗ୍ରହଣ କରିଛି। ଏ ସମ୍ପର୍କରେ ଆବଶ୍ୟକ ସୁପାରିସ କରିବା ପାଇଁ ଓଡ଼ିଶା ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ଏ.କେ. ମିଶ୍ରଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚ କ୍ଷମତାସମ୍ପନ୍ନ କମିଟି ଗଠନ କରାଯାଇଥିଲା। ଏହି କମିଟି ପରିସ୍ଥିତିର ପୁଙ୍ଖାନୁପୁଙ୍ଖ ଅନୁଧ୍ୟାନ ଓ ବିଶ୍ଳେଷଣ କରିବା ପରେ କେତେକ ସୁପାରିସ କରିଛନ୍ତି।
କମିଟି ପକ୍ଷରୁ ଅନୁଧ୍ୟାନ କରି କୁହାଯାଇଛି ଯେ, ଓଡ଼ିଶାରେ ସରକାରୀ ସ୍କୁଲଗୁଡ଼ିକରେ ୮୬ ପ୍ରତିଶତ ପିଲା ପାଠ ପଢୁଥିବା ବେଳେ ରାଜ୍ୟ ମେଡିକାଲ କଲେଜରେ ୨୩ ପ୍ରତିଶତ ଏବଂ ଇଞ୍ଜିନିୟରିଂ କଲେଜରେ ୨୧ ପ୍ରତିଶତ ସିଟ୍‌ରେ ସ୍ଥାନ ପାଇବାରେ ସଫଳ ହେଉଛନ୍ତି। ଅନ୍ୟପକ୍ଷରେ ଘରୋଇ ସ୍କୁଲରେ ମାତ୍ର ୧୨ ପ୍ରତିଶତ ପିଲା ପାଠ ପଢୁଥିବା ବେଳେ ସେମାନେ ଉଭୟ ମେଡିକାଲ ଓ ଇଞ୍ଜିନିୟରିଂ କଲେଜରେ ୬୦ ପ୍ରତିଶତ ସିଟ୍‌ ପାଇପାରୁଛନ୍ତି। ଏହା ସ୍ପଷ୍ଟ ଯେ, କୋଚିଂ ସେଣ୍ଟରଗୁଡ଼ିକ ଜାତୀୟ ପ୍ରବେଶିକା ପରୀକ୍ଷା ସଫଳତା ପାଇଁ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଛନ୍ତି। ସେଠାରେ ନାମ ଲେଖାଇବା ପାଇଁ ଆର୍ଥିକ ତଥା ପାରିପାର୍ଶ୍ୱିକ ସୁବିଧା ଅଭାବରୁ ଏଭଳି ବିଷମତା ସୃଷ୍ଟି ହେଉଛି। ଏହାଦ୍ୱାରା ଲକ୍ଷ ଲକ୍ଷ ଛାତ୍ରୀଛାତ୍ର ପ୍ରଭାବିତ ହେଉଛନ୍ତି। ଏହି ସମସ୍ୟାର ସମାଧାନ ପାଇଁ କମିଟି ୩ଟି ସୁପାରିସ କରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ପ୍ରଥମତଃ ରାଜ୍ୟର ସରକାରୀ ହାଇସ୍କୁଲରେ ପାଠ ପଢୁଥିବା ଛାତ୍ରୀଛାତ୍ରମାନଙ୍କ ପାଇଁ ଡାକ୍ତରୀ ଓ ଇଞ୍ଜିନିୟରିଂ ପାଠ୍ୟକ୍ରମରେ ନାମ ଲେଖାଇବା ସକାଶେ ୧୫ ପ୍ରତିଶତ ସ୍ଥାନ ସଂରକ୍ଷଣ ରହିବ। ଦ୍ୱିତୀୟତଃ ଏହି ସଂରକ୍ଷଣ ସୁବିଧା ସମସ୍ତ ସଂରକ୍ଷିତ ବର୍ଗ ତଥା ସାଧାରଣ ବର୍ଗର ପିଲାମାନଙ୍କ ସମେତ ସବୁ ସ୍ତରରେ ସମାନୁପାତିକ ଭାବେ ଲାଗୁ କରାଯିବ। ତୃତୀୟତଃ ଏହାକୁ କାର୍ଯ୍ୟକାରୀ କରିବା ପାଇଁ ସରକାର ଓଡ଼ିଶା ପ୍ରଫେସନାଲ ଏଜୁକେଶନ ଇନ୍‌ଷ୍ଟିଚ୍ୟୁଶନ୍ସ(ରେଗୁଲେଶନ ଅଫ୍‌ ଆଡ୍‌ମିଶନ ଆଣ୍ଡ ଫିକ୍ସେଶନ ଅଫ୍‌ ଫି’) ଆକ୍ଟ-୨୦୦୭ର ଧାରା ୯ ଅନୁଯାୟୀ ବିଜ୍ଞପ୍ତି ଜାରି କରିପାରିବେ। ଓଡ଼ିଶାର ଲକ୍ଷ ଲକ୍ଷ ଛାତ୍ରୀଛାତ୍ରଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଉଚ୍ଚ କ୍ଷମତାସମ୍ପନ୍ନ କମିଟିର ସୁପାରିସକୁ ଗ୍ରହଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ଗୃହର ସଦସ୍ୟମାନଙ୍କୁ ନିବେଦନ କରିଥିଲେ। ଏହାଦ୍ୱାରା ରାଜ୍ୟର ମେଧାବୀ ଓ ବୁଦ୍ଧିମାନ ଛାତ୍ରୀଛାତ୍ର ଯେଉଁମାନଙ୍କର କୋଚିଂ ପ୍ରତିଷ୍ଠାନଗୁଡ଼ିକରେ ପଢ଼ିବା ପାଇଁ ଆର୍ଥିକ ଏବଂ ପାରିପାର୍ଶ୍ୱିକ ସୁବିଧା ନାହିଁ ସେମାନଙ୍କ ମନୋବଳ ବୃଦ୍ଧି କରିବ। ଉଚ୍ଚ କ୍ଷମତାସମ୍ପନ୍ନ କମିଟିର ସୁପାରିସକୁ ବିଧାନସଭାର ସଦସ୍ୟମାନଙ୍କୁ ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କୁ ଅନୁରୋଧ କରିଥିଲେ।
ସଂକଳ୍ପକୁ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ ସମର୍ଥନ କରିବା ସହ କହିଥିଲେ ଯେ, ସରକାରଙ୍କ ଦୀର୍ଘ ୨୨ ବର୍ଷ ପରେ ମଧ୍ୟ ସରକାରୀ ସ୍କୁଲ ପିଲାଙ୍କୁ ଉପଯୁକ୍ତ ଶିକ୍ଷା ମିଳିପାରିଲା ନାହିଁ। କେବଳ ସଂକଳ୍ପ କଲେ ହେବ ନାହିଁ, ପିଲାମାନେ କିପରି ଅଧିକ ସଂଖ୍ୟାରେ ଜାତୀୟ ସ୍ତରର ପ୍ରବେଶିକା ପରୀକ୍ଷାରେ କୃତକାର୍ଯ୍ୟ ହୋଇପାରିବେ ସେ ନେଇ ବ୍ୟବସ୍ଥା କରିବାକୁ ସେ ପରାମର୍ଶ ଦେଇଥିଲେ। ବିଜେଡି ସଭ୍ୟ ଅତନୁ ସବ୍ୟସାଚୀ ନାୟକ କହିଥିଲେ, ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଆଗତ ସଂକଳ୍ପ ଏକ ଐତିହାସିକ ନିଷ୍ପତ୍ତି। ଏହାଦ୍ୱାର ଲକ୍ଷ ଲକ୍ଷ ଛାତ୍ରୀଛାତ୍ର ଉପକୃତ ହୋଇପାରିବେ। କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର, ଭାଜପା ସଦସ୍ୟ ମୋହନ ମାଝି ଏହି ସଂକଳ୍ପକୁ ସମର୍ଥନ କରିଥିଲେ। କେବଳ ସଂକଳ୍ପ ପାରିତ କଲେ ହେବ ନାହିଁ, ସ୍କୁଲ ଭିତ୍ତିଭୂମି କିପରି ଭଲ ହେବ ସେ ନେଇ ସରକାର ବ୍ୟବସ୍ଥା କରିବା ଦରକାର ବୋଲି କହିଥିଲେ। ଶେଷରେ ସର୍ବସମ୍ମତି କ୍ରମେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଆଗତ ସ୍ଥାନ ସଂରକ୍ଷଣ ସଂକଳ୍ପ ବିଧାନସଭାର ଅନୁମୋଦନ ଲାଭକରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?