ଧୋକା ଦେଲା ସରକାରୀ ବିହନ

ନୂଆପଡ଼ା ଅଫିସ,୧୭।୧୦: ନୂଆପଡା ଜିଲାର ୮୦ଭାଗ ଲୋକ କୃଷି ଉପରେ ନିର୍ଭର କରନ୍ତି। ଧାନ ସହିତ ଗୁର୍ଜି, ମାଣ୍ଡିଆ, କୋଦୋ, କାଙ୍ଗ, ବାଜରା ସହ ଡାଲି ଜାତୀୟ ଚାଷ ମଧ୍ୟ କରିଥାନ୍ତି। ଚଳିତବର୍ଷ ଜିଲାର ଚାଷୀ କୃଷି ବିଭାଗ ପକ୍ଷରୁ ବିରି ବିହନ ଆଣି ହେକ୍ଟର ହେକ୍ଟର ଜମିରେ ଚାଷ କରିଥିଲେ। ବିହନ ଭଲ ଗଜା ହୋଇ ଗଛ ମଧ୍ୟ ହୃଷ୍ଟପୃଷ୍ଟ ହୋଇଛି। ହେଲେ ଗଛରେ ଫୁଲ ନାହିଁ କି ଫଳନାହିଁ। ଭଲ ଅମଳ ହେଲେ ଦୁଇ ପଇସା ପାଇବା ଆଶା କରିଥିବା ଚାଷୀ ଏବେ ଗଛରେ ଫୁଲଫଳ ନ ଆସିବାରୁ ମୁଣ୍ଡରେ ହାତଦେଇ ବସିଛନ୍ତି। ଅମଳ ସମୟରେ ଚାଷୀ ମୁହଁରେ ହସ ଫୁଟିବା କଥା ଚିନ୍ତାରେ ପଡି ଯାଇଛି। ବର୍ଷକରେ ଥରେ ଅମଳ ହେଉଥିବା ବିରି ଚାଷ ବୁଡି ଯାଇଛି। କୃଷି ବିଭାଗ ଦ୍ୱାରା ପୁରୁଣା ଓ ନିମ୍ନମାନର ବିହନ ଯୋଗାଇ ଥିବାରୁ ଚାଷ ନଷ୍ଟ ହୋଇଛି ବୋଲି ଅଭିଯୋଗ ହେଉଛି। ସରକାରୀ ବିହନ ଚାଷୀଙ୍କୁ ଧୋକା ଦେଇଥିବାରୁ ଚାଷୀ ମହଲରେ ଅସନ୍ତୋଷ ପ୍ରକାଶ ପାଉଛି। ଚାଷୀଙ୍କ ବର୍ଷକର ଚାଷ ବୁଡି ଯାଇଥିବାରୁ ଏହାର ଠିକ ଆକଳନ କରି ସରକାରୀ ସହାୟତା ଯୋଗାଇ ଦେବା ପାଇଁ କ୍ଷତିଗ୍ରସ୍ତ ଚାଷୀମାନେ ଦାବି କରିଛନ୍ତି। ଏ ସଂକ୍ରାନ୍ତରେ ଜିଲା କୃଷି ଅଧିକାରୀ ସମରେଶ ଚନ୍ଦ୍ର ବେହେରାଙ୍କୁ ପଚାରିବାରୁ ସହକାରୀ କୃଷି ଅଧିକାରୀଙ୍କ ଠାରୁ ରିପୋର୍ଟ ଆସିବା ପରେ ସମସ୍ୟା ସମାଧାନ କରାଯିବ ବୋଲି ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୋଟ୍‌ ଲାଳସାରେ ରାଜନୈତିକ ଚାପ, ଛୁଟିଦିନରେ ବି ସ୍କୁଲରେ ଚାଲିଛି ଭୋଜିଭାତ

ସରଣ୍ଡା,୨୦ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଲୋକ ସଭା କ୍ଷେତ୍ର ଅନ୍ତର୍ଗତ ଅତାବିରା ବିଧାନସଭା ଆସନରେ ନିର୍ବାଚନ ଆଉ ମାସେ ରହିଲା। ଆସନ୍ତା ମେ’  ୨୦ରେ ଏଠାରେ ନିର୍ବାଚନ...

ମୋହନଙ୍କ ପ୍ରାର୍ଥିତ୍ୱ ରଦ୍ଦ, ବିନୋଦ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କେନ୍ଦୁଝର,୨୦ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଘୋଷଣା ହେବାର କିଛି ଦିନ ପରେ ଶନିବାର ଏଆଇସିସି କେନ୍ଦୁଝର ଲୋକ ସଭା ପ୍ରାର୍ଥୀ ମୋହନ ହେମ୍ବ୍ରମଙ୍କ ନାମ ପରିବର୍ତ୍ତନ କରି...

ନିମାପଡ଼ାରୁ ସୁରଙ୍କ ବଡ଼ପୁଅକୁ ଟିକେଟ୍ ଦେଲା କଂଗ୍ରେସ

ନୂଆଦିଲ୍ଲୀ,୨୦ା୪: ଓଡ଼ିଶାର ଚର୍ଚ୍ଚିତ ରାଜନେତା ସୁରେଶ ରାଉତରାୟଙ୍କ ବଡ଼ ପୁଅ ସିଦ୍ଧାର୍ଥ ରାଉତରାୟଙ୍କୁ ପୁରୀ ନିମାପଡ଼ାରୁ ପ୍ରାର୍ଥୀ କରିଛି କଂଗ୍ରେସ। ନିର୍ବାଚନ ତାରିଖ ଘୋଷଣା ହେବା...

ବାରବାଟୀରେ ଗର୍ଜିଲେ ସମୀର ଦାଶ; ହଜାର ହଜାର ସମର୍ଥକ କହିଲେ ‘ସମୀର ନାହିଁ ତ ଶଙ୍ଖ ନାହିଁ’ 

ନିମାପଡ଼ା,୨୦।୪: ବିଜେଡି ପକ୍ଷରୁ ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ଟିକେଟ ମିଳିନାହିଁ। ଏହାକୁ ନେଇ ତାଙ୍କର ସମର୍ଥକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି।...

ଜଙ୍ଗଲରେ ନିଆଁ: ସହରମୁହାଁ ଭାଲୁ, ଧରିବା ପାଇଁ ବନ ବିଭାଗ ନାକେଦମ୍‌

କୋରାପୁଟ,୨୦ା୪(ଅମିତାଭ ବେହେରା): ବର୍ତ୍ତମାନ କୋରାପୁଟର ବିଭିନ୍ନ ଜଙ୍ଗଲରେ ଲୋକେ ନିଆଁ ଲଗାଇଥିବା ବେଳେ ଏଥିଯୋଗୁ ଜଙ୍ଗଲରେ ଥିବା ବନ୍ୟପ୍ରାଣୀ ଏବେ ଖାଦ୍ୟ ଅନ୍ବେଷଣରେ ସହରମୁହାଁ ହେଉଥିବା...

ରାଜନୀତି ବିନା ମୁଁ ବଞ୍ଚିପାରିବି ନାହିଁ, ଟିକେଟ୍‌ ମିଳିବା ପରେ କହୁକହୁ ଅନେକ କିଛି କହିଦେଲେ ସନାତନ

କେନ୍ଦୁଝର,୨୦ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବିତ୍ତଶାଳୀ ଚମ୍ପୁଆ ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ହୋଇଛନ୍ତି ପୂର୍ବତନ ବିଧାୟକ ସନାତନ ମହାକୁଡ଼। ଗତ ନିର୍ବାଚନରେ ନିଜେ ନ ଲଢ଼ି...

ଲବି କରୁଥିଲେ ତିନି ନେତା, ବର୍ଷାଙ୍କୁ ଟିକେଟ୍ ଦେଇ ଚମକାଇଦେଲେ ନବୀନ

ଭୁବନେଶ୍ୱର,୨୦ା୪: ଶନିବାର ବିଜୁ ଜନତା(ବିଜେଡି) ଦଳ ମୁଖିଆ ନବୀନ ପଟ୍ଟନାୟକ ଶନିବାର ନଅ ବିଧାନସଭା ଆସନ ପାଇଁ ଟିକେଟ୍ ଘୋଷଣା କରିଛନ୍ତି। ଏଥିରେ ଅଭିନେତ୍ରୀ ବର୍ଷା...

ଅଖିଳଙ୍କ ପ୍ରାର୍ଥିତ୍ୱକୁ ବିରୋଧ କଲା ଭାଜପାର ଆଉ ଏକ ଗୋଷ୍ଠୀ

ପାଟଣା,୨୦ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବୈତରଣୀ ନଦୀକୂଳ ଧାନବେଣୀ ପାର୍ଶ୍ୱରେ ଶନିବାର ପାଟଣା ଭାଜପା ନିର୍ବାଚନ ମଣ୍ଡଳୀସ୍ତରୀୟ ନିଷ୍ପତ୍ତି ସାମାବେଶ ଅନୁଷ୍ଠିତ ହୋଇଛି। ସୂଚନାଯୋଗ୍ୟ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri