ଅପାରଗ ବାବୁଙ୍କ ତଥ୍ୟ ମାଗିଲେ ସରକାର: ସବୁ ସଚିବଙ୍କୁ ମୁଖ୍ୟ ଶାସନ ସଚିବଙ୍କ ଚିଠି

ଭୁବନେଶ୍ୱର,୫ା୮(ରବିନାରାୟଣ ଜେନା):ରାଜ୍ୟର କେଉଁ ବିଭାଗରେ କେତେ ଅପାରଗ ଅଧିକାରୀ(ବାବୁ) ଅଛନ୍ତି ଏବଂ ସେମାନଙ୍କ ମଧ୍ୟରୁ କେତେ ଜଣଙ୍କୁ ବାଧ୍ୟତାମୂଳକ ଅବସର ପ୍ରଦାନ କରାଯାଇଛି ତା’ର ଟିକିନିଖି ହିସାବ ରାଜ୍ୟ ସରକାର ଲୋଡ଼ିଛନ୍ତି। ଏନେଇ ମୁଖ୍ୟଶାସନ ସଚିବ ମନୋଜ ଆହୁଜା ନିକଟରେ ସଚିବସ୍ତରୀୟ ବୈଠକରେ ସମସ୍ତ ସଚିବଙ୍କୁ ସୂଚାଇ ଥିବାବେଳେ ଜୁଲାଇ ୩୧ରେ ମୁଖ୍ୟସଚିବଙ୍କ ନିର୍ଦ୍ଦେଶକ୍ରମେ ସ୍ବତନ୍ତ୍ର କର୍ତ୍ତବ୍ୟରତ ଅଧିକାରୀ(ଓଏସ୍‌ଡି) କଲ୍ୟାଣ କୁମାର ରଥ ସମସ୍ତ ବିଭାଗର ସଚିବମାନଙ୍କୁ ପତ୍ର ଲେଖିଛନ୍ତି। ଚଳିତମାସ ୭ତାରିଖ ପୂର୍ବରୁ ସରକାରଙ୍କୁ ସମସ୍ତ ତଥ୍ୟ ଅବଗତ କରାଇବାକୁ ସେ ଦର୍ଶାଇଛନ୍ତି। ଏହାକୁ ନେଇ ସବୁ ବିଭାଗରେ ଏବେ ଘଣ୍ଟାଚକଟା ଆରମ୍ଭ ହୋଇଯାଇଛି। ବିଭାଗରେ କେତେ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି, ସେନେଇ ଖୋଳତାଡ଼ ଆରମ୍ଭ ହୋଇଥିବାବେଳେ ସୋମବାର ଜଳସମ୍ପଦ ବିଭାଗ ପକ୍ଷରୁ ମୁଖ୍ୟସଚିବଙ୍କ ନିର୍ଦ୍ଦେଶକୁ ନେଇ ଅତିରିକ୍ତ ସଚିବ ସମସ୍ତ ଅଧିକାରୀଙ୍କଠାରୁ ରିପୋର୍ଟ ଲୋଡ଼ିଛନ୍ତି।
ସବୁ ବିଭାଗୀୟ ସଚିବଙ୍କୁ ଓଏସ୍‌ଡି କଲ୍ୟାଣ କୁମାର ପ୍ରଦାନ କରିଥିବା ପତ୍ରରେ ଦର୍ଶାଇଛନ୍ତି ଯେ, ମୁଖ୍ୟସଚିବଙ୍କ ନିର୍ଦ୍ଦେଶକ୍ରମେ ଜଣାଉଛି କି ଅନେକଗୁଡ଼ିଏ ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ଗତ ସଚିବସ୍ତରୀୟ ବୈଠକରେ ଆଲୋଚନା ହୋଇଥିଲା। ସେଥିମଧ୍ୟରେ କର୍ମଚାରୀଙ୍କ ଅବସରଠାରୁ ଆରମ୍ଭ କରି ବାଧ୍ୟତାମୂଳକ ଅବସର ପର୍ଯ୍ୟନ୍ତ, ପ୍ରଶାସନରେ ବୈଷୟିକ ପ୍ରଣୟନ, ନାଗରିକକୈନ୍ଦ୍ରିକ ସରକାରଙ୍କ ବିଭିନ୍ନ ଦିଗ ଉପରେ ଆଲୋଚନା ହୋଇଥିଲା। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟସଚିବ ୧୨ଟି ବିଷୟ ଉପରେ ଏହାର ସ୍ଥିତାବସ୍ଥା ସମ୍ପର୍କରେ ଜାଣିବାକୁ ଚାହିଁଛନ୍ତି।
ସେ ଦର୍ଶାଇଛନ୍ତି, ପ୍ରତ୍ୟେକ ଅଧିକାରୀ ଏବଂ କର୍ମଚାରୀଙ୍କ କାର୍ଯ୍ୟଶୈଳୀର ଟିକିନିଖି ସମୀକ୍ଷା କରାଯିବ। ଯେଉଁମାନେ ସରକାରଙ୍କ ନିୟମ ଅନୁଯାୟୀ କାଯର୍ର୍‌ୟ ସମ୍ପାଦନା କରୁ ନାହାନ୍ତି ତଥା ଅପାରଗ ବୋଲି ବିବେଚିତ ହେବେ ସେମାନଙ୍କୁ ବାଧ୍ୟତାମୂଳକ ଅବସର ପ୍ରଦାନ କରାଯିବ। ସାଧାରଣ ପ୍ରଶାସନ ବିଭାଗର ୨୦୧୯ ସେପ୍ଟେମ୍ବର ୨୪ର ସର୍କୁଲାର ଅନୁଯାୟୀ, ସମ୍ପୃକ୍ତ ଅପାରଗ ଅଧିକାରୀଙ୍କୁ ଚାକିରିରୁ ବାଧ୍ୟତାମୂଳକ ଅବସର ପ୍ରଦାନ କରାଯିବ। ଏ ସମ୍ପର୍କରେ କେଉଁ ବିଭାଗ କେତେ କର୍ମଚାରୀଙ୍କ କାର୍ଯ୍ୟଶୈଳୀ ସମୀକ୍ଷା କରିଛି ଏବଂ କେତେଜଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛିି ତା’ର ବିବରଣୀ ପ୍ରଦାନ କରିବାକୁ ହେବ। ଏହାସହିତ କେତେଜଣ ସରକାରୀ
ଚାକିରିଆଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ତା’ର ତଥ୍ୟ ଏଚ୍‌ଆର୍‌ଏମ୍‌ଏସ୍‌ ପୋର୍ଟାଲରେ ଅପ୍‌ଲୋଡ୍‌ ହୋଇଛି କିମ୍ବା ଗଚ୍ଛିତ ରହିଛି ତା’ର ବିବରଣୀ ମଧ୍ୟ ଦେବାକୁ ପଡ଼ିବ। ସେହିପରି ଯେଉଁ ଅଧିକାରୀ ଓ କର୍ମଚାରୀଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ଏବଂ ଯଦି ସେ ପଦୋନ୍ନତି ପାଇବାକୁ ଯୋଗ୍ୟ ଅଛନ୍ତି ତାଙ୍କର ନାମ ପଦୋନ୍ନତି ତାଲିକାରେ ନ ଦର୍ଶାଇ କେବଳ ସିଲ୍‌ଡ କଭର ଭିତରେ ରଖାଯାଇପାରିବ ବୋଲି ସେ ଦର୍ଶାଇଛନ୍ତି।
ସେହିପରି ସରକାରଙ୍କ ପକ୍ଷରୁ ପ୍ରତ୍ୟେକ ଚାକିରିଆଙ୍କ ଅବସରଦିନ ପୂର୍ଣ୍ଣାଙ୍ଗ ପେନ୍‌ସନ ପ୍ରଦାନ କରାଯିବାକୁ କୁହାଯାଇଥିଲା। ତେଣୁ ସମ୍ପୃକ୍ତ ବିଭାଗରେ କେତେଜଣ ଚାକିରିଆ କେଉଁ ମାସରେ ଅବସର ନେଇଛନ୍ତି ଏବଂ କେତେଜଣଙ୍କୁ ବାସ୍ତବରେ ତାଙ୍କର ପେନ୍‌ସନ ପ୍ରମାଣପତ୍ର ପ୍ରଦାନ କରାଯାଇଛି ତା’ର ବିବରଣୀ ନିର୍ଦ୍ଦିଷ୍ଟ ଫର୍ମାଟରେ ଦେବାକୁ ହେବ।
ଏହାସହିତ ସରକାରଙ୍କ ପକ୍ଷରୁ ବିଭାଗୀୟ ସଚିବଙ୍କ ସହିତ ବରିଷ୍ଠ ଅଧିକାରୀଙ୍କୁ କ୍ଷେତ୍ର ପରିଦର୍ଶନ କରିବାପାଇଁ କୁହାଯାଇଥିଲା। ଏହାକୁ ନେଇ କେଉଁ ଅଧିକାରୀ କେଉଁ ତାରିଖରେ କେଉଁ ସ୍ଥାନକୁ ଗନ୍ତବ୍ୟ କରିଛନ୍ତି ଏବଂ ତୃଣମୂଳସ୍ତରରେ ସରକାରଙ୍କ ଯୋଜନା କାର୍ଯ୍ୟକାରିତା ସମ୍ପର୍କରେ କ’ଣ ତଥ୍ୟ ରହିଛି ତାହା ଜଣାଇବାକୁ ପତ୍ରରେ ଉଲ୍ଲେଖ ରହିଛି। ଏହାସହିତ କର୍ମଚାରୀଙ୍କ ଉପସ୍ଥାନ, ବିଭାଗଓ୍ବାରି କେତେ ପଦ ଖାଲି ରହିଛି ଭଳି ବିଭିନ୍ନ ଦିଗ ଉପରେ ହୋଇଥିବା ଆଲୋଚନାକୁ ନେଇ ବିବରଣୀ ପ୍ରଦାନ କରିବାକୁ ଓଏସ୍‌ଡି ପତ୍ରରେ ଦର୍ଶାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri